ଭୁବନେଶ୍ୱର, ୩୧-୮(ବ୍ୟୁରୋ): ଓଡ଼ିଶା ନିକଟ ଭବିଷ୍ୟତରେ ଏକ ଟ୍ରିଲିୟନ ଡଲାର ଅର୍ଥନୀତି ହେବା ଲାଗି ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ଏଦିଗରେ ଯୁବପିଢି ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ବୋଲି ରାଜ୍ୟ ଏମ୍ଏସ୍ଏମ୍ଇ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର କହିଛନ୍ତି। ଏଠାରେ ଇଣ୍ଡିଆନ ଚାମ୍ବର ଅଫ କମର୍ସ (ଆଇସିସି) ପକ୍ଷରୁ ଅନୁଷ୍ଠିତ ଏଚ୍ଆର୍ ସମିଟ ଅବସରରେ ମିଶ୍ର କହିଛନ୍ତି ଯେ, ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ବିତ କରିବା ଲାଗି ରାଜ୍ୟରେ ସବୁ କିଛି ରହିଛି। ଏଠାରେ ଅଭିବୃଦ୍ଧି ନେଇ ବିପୁଳ ସମ୍ଭାବନା ରହିଥିବା ବେଳେ ଶିକ୍ଷା କ୍ଷେତ୍ରରେ ରାଜ୍ୟର ଯୁବବର୍ଗ ବେଶ୍ ଭଲ ପ୍ରଦର୍ଶନ କରୁଛନ୍ତି। ଏପରିସ୍ଥିତିରେ ସେମାନେ ରାଜ୍ୟ କିମ୍ବା ଦେଶ ମଧ୍ୟରେ ରହିଥିବା ସୁଯୋଗରେ ସମୀତ ରହିଯାଉଛନ୍ତି। ଅନ୍ତର୍ଜାତୀୟ ସ୍ତରର ପ୍ରତିଦ୍ୱନ୍ଦିତାକୁ ଧ୍ୟାନ ଦେଇ ସେହି ମୁତାବକ ନୂଆ କୌଶଳ ଏବଂ ଦକ୍ଷତା ହାସଲ କରିବା ଉପରେ ଯୁବପୀଢି ଧ୍ୟାନ ଦେବାର ଆବଶ୍ୟକତା ରହିଛି ବୋଲି ସେ ମତ ଦେଇଛନ୍ତି।
କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ କହିଛନ୍ତି, ନିବେଶକଙ୍କ ଲାଗି ଏଠାରେ ବାଣିଜ୍ୟ ଉପଯୋଗୀ ପରିବେଶ ସୃଷ୍ଟି କରାଯାଇଛି। ସେମାନେ ରାଜ୍ୟରେ ନିବେଶ ଲାଗି ଆଗେଇ ଆସିବାର ଆବଶ୍ୟକତା ରହିଛି। ରାଜ୍ୟ ସରକାର ଏ ଦିଗରେ ସମସ୍ତ ପ୍ରକାରର ସହଯୋଗ ଯୋଗାଇ ଦେବେ ବୋଲି ସେ ସ୍ପଷ୍ଟ କରିଛନ୍ତି। ୧ ଟ୍ରିଲିୟନ ଡଲାର ଅର୍ଥନୀତି କ୍ଷେତ୍ରରେ ମାନବ ସମ୍ବଳର ଭୂମିକା ନେଇ ବିଭିନ୍ନ ଦିଗ ଉପରେ ଏଠାରେ ଆଲୋଚନା ହୋଇଥିଲା। ଏଥିରେ ଆଇସିସି ଓଡିଶା ରାଜ୍ୟ ଅଧ୍ୟକ୍ଷ ଏମ୍ସି ଥୋମାସ, ଆଇସିସି ଓଡ଼ିଶା ପରିଷଦର ମାନବ ସମ୍ବଳ କ୍ଷେତ୍ର ସଂଯୋଜକ ସଞ୍ଜୟ ପଟ୍ଟନାୟକ, ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ କୁମାର ପଟ୍ଟନାୟକ, ମୁଖ୍ୟ କାର୍ଯ୍ୟକାରୀ ଅଧିକାରୀ ସୁବ୍ରତ ତ୍ରୀପାଠୀ, ଆଇସିିସି କୋର କମିଟି ସଦସ୍ୟ ବିଜୟ କୁମାର ସାହୁ, ଆଇସିସି ଓଡ଼ିଶା ମୁଖ୍ୟ ଜ୍ୟୋତି ପ୍ରକାଶ ପାଲ୍, ଆଇସିସି ଓଡ଼ିଶା ରାଜ୍ୟ ପରିଷଦ ସହ ଅଧ୍ୟକ୍ଷ ଜେ.ବି. ପାଣି ପ୍ରମୁଖ ଉପସ୍ଥିତ ଥିଲେ।
‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…
ନୂଆଦିଲ୍ଲୀ, ୨୭।୧୨: ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...
ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?
ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...
୨୦୨୬ରେ ଧନୀ ହେବେ କେମିତି? ଆପଣାନ୍ତୁ ଏହି ୫ଟି ଟ୍ରିକ୍, ହେବେ କୋଟିପତି!
ଆଜିକାଲି ସମସ୍ତେ ଧନୀ ହେବାର ସ୍ୱପ୍ନ ଦେଖନ୍ତି। ସମସ୍ତେ ବଡ଼ ବଡ଼ ଗାଡ଼ିରେ ଗାଡ଼ି ଚଲାଇ ଏକ ବିଳାସପୂର୍ଣ୍ଣ ଘରେ ରହିବାକୁ ଚାହାଁନ୍ତି। କିନ୍ତୁ ଏସବୁ...
ଡିସେମ୍ବର ୩୧ ପୂର୍ବରୁ ଯଦି ନ କରନ୍ତି ଏହି କାମ, ତେବେ ବନ୍ଦ ହୋଇଯିବ ଆପଣଙ୍କର…
ନୂଆଦିଲ୍ଲୀ,୨୭।୧୨: ଯଦି ଆପଣ ଜଣେ କରଦାତା, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। PAN ଏବଂ ଆଧାରକୁ ଲିଙ୍କ କରିବା ଆଉ କେବଳ...
ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା
ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...
ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!
ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...
୨ଦିନ ଯାଏ ଆସିବନି ଅନଲାଇନରେ ଅର୍ଡର! ଡେଲିଭରି ଏଜେଣ୍ଟ କଲେ ବଡ଼ ଘୋଷଣା
ନୂଆଦିଲ୍ଲୀ,୨୬।୧୨: ୨୦୨୬ରେ ଦରମା ବୃଦ୍ଧିରେ କୌଣସି ବିରାମ ନାହିଁ, ହାରାହାରି ୯% ବୃଦ୍ଧି ପାଇଁ ପ୍ରସ୍ତୁତି ଯୁନିୟନଗୁଡ଼ିକ ଚାକିରି ସୁରକ୍ଷା, ଅଧିକ ମଜୁରୀ, ନିରାପଦ କାର୍ଯ୍ୟ...
ନୂଆବର୍ଷରେ ମହଙ୍ଗା ଯୋଇଯିବ ଏହିସବୁ ଔଷଧ, ଜାଣି ନିଅନ୍ତୁ…
ନୂଆଦିଲ୍ଲୀ,୨୬।୧୨:ସରକାର ଅତ୍ୟାବଶ୍ୟକ ଔଷଧ ପାଇଁ ସୁଲଭ ଏବଂ ନିରାପଦ କଞ୍ଚାମାଲ ସୁନିଶ୍ଚିତ କରିବା ପାଇଁ ନୂତନ ପଦକ୍ଷେପ ନେଉଛନ୍ତି, କିନ୍ତୁ ଔଷଧ ଶିଳ୍ପ ବିଶେଷଜ୍ଞମାନେ ଭୟ...
Archives


