Posted inଜାତୀୟ

୧ ଲକ୍ଷ ଝିଅଙ୍କ ବିବାହ କରାଇବେ ଯୋଗୀ ସରକାର

ଲକ୍ଷ୍ନୌ,୬।୭: ସାମୁହିକ ବିବାହ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ଲକ୍ଷେ ଗରିବ ଝିଅଙ୍କ ବିବାହ କରିବାକୁ ସ୍ଥିର କରିଛନ୍ତି। ତେବେ ଏହି ବିବାହକୁ ଖୁବ୍‌ ଧୁମ୍‌ଧାମ୍‌ରେ ପାଳନ କରାଯିବ ବୋଲି ସୂଚନା ମିଳିଛି। ସରକାର ଆସନ୍ତା ବର୍ଷ ମାର୍ଚ୍ଚ ସୁଦ୍ଧା ଏହି ବିବାହ ସମ୍ପନ୍ନ କରିବାକୁ ଲକ୍ଷ୍ୟ ରଖିଛନ୍ତି। ଏଥିପାଇଁ ବିବାହ ମୁହୂର୍ତ୍ତକୁ ଦେଖି ୪ଟି ତିଥି ସ୍ଥିର କରାଯିବ। ସମାଜ କଲ୍ୟାଣ ବିଭାଗ ୨୦୧୯-୨୦ ବର୍ଷରେ ଏକ ଲକ୍ଷ ଯୋଡିଙ୍କ ବିବାହ କରିବାକୁ ଲକ୍ଷ୍ୟ ରଖିଛି। ଏହାର ମୁଖ୍ୟ ସଚିବ ମନୋଜ କୁମାରଙ୍କ ତରଫରୁ ଫିଲ୍ଡ ଅଫିସରମାନଙ୍କୁ ଏହାର ସୂଚନା ଦିଆଯାଇଛି। ସମସ୍ତ ଜିଲାଧିକାରୀଙ୍କୁ ଏହା ଉପରେ ବିଶେଷ ଦୃଷ୍ଟି ଦେଇ ଆୟୋଜନକୁ ସଫଳ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିପାଇଁ ସବୁ ଜିଲାରୁ ଅବିବାହିତ ଗରିବ ଝିଅଙ୍କ ସମ୍ପର୍କରେ ରିପୋର୍ଟ ମଗାଯାଇଛି। ସୂଚନାଯୋଗ୍ୟ, ଗତବର୍ଷ ଏହି ସାମୁହିକ ବିବାହରେ ଯୋଗୀ ସରକାର ଗୋଟିଏ ବିବାହ ପାଇଁ ୩୫ ହଜାର ଟଙ୍କା ଖର୍ଚ୍ଚ କରିଥିବା ବେଳେ ଚଳିତ ବର୍ଷ ଏହାକୁ ବୃଦ୍ଧି କରାଯାଇ ୫୧ ହଜାର କରାଯାଇଛି। ତେବେ ଗତବର୍ଷ ଫେବୃୟାରୀ ୯ରେ ସାମୁହିକ ବିବାହ ମାଧ୍ୟମରେ ୧୦ ହଜାର ଗରିବ ଝିଅଙ୍କ ବିବାହ ଲକ୍ଷ୍ୟ ରଖାଯାଇଥିବା ବେଳେ ଶେଷ ବେଳକୁ କିନ୍ତୁ ୧୫ ହଜାର ଯୋଡାଙ୍କର ବିବାହ କରାଯାଇଥିଲା। ଏଥର ଏହି ସାମୁହିକ ବିବାହରେ ଯୋଗୀ ସରକାରଙ୍କର ସମସ୍ତ ମନ୍ତ୍ରୀ, ଏମ୍‌ପି ଓ ବିଧାୟକ ଯୋଗ ଦେବେ ବୋଲି ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଆହତ

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri