ନୂଆଦିଲ୍ଲୀ,୧୧।୪: କରୋନା ଯୋଗୁ ନିଯୁକ୍ତି କ୍ଷେତ୍ର ଉପରେ ଏବେ ନକାରାତ୍ମକ ପ୍ରଭାବ ରହିଛି। ବର୍ତ୍ତମାନ ଲକ୍ଡାଉନ ଯୋଗୁ ଆର୍ଥତ୍କ କାର୍ଯ୍ୟକଳାପ ଠପ୍ ହୋଇ ରହିଥିବାରୁ ରପ୍ତାନି କ୍ଷେତ୍ରରେ କାର୍ଯ୍ୟ କରୁଥିବା ପ୍ରାୟ ୧.୫ କୋଟି ନିଯୁକ୍ତି ଉପରେ ଏବେ କଳାବାଦଲ ଛାଇ ହୋଇ ରହିଛି। ଫେଡେରେଶନ ଅଫ୍ ଇଣ୍ଡିଆନ ଏକ୍ସପୋଟର୍ସ ଅର୍ଗାନାଇଜେଶନ (ଏଫ୍ଆଇଇଓ) ମୁତାବକ ଦେଶର ରପ୍ତାନି କ୍ଷେତ୍ର ଉପରେ କରୋନାର ପ୍ରଭାବ ଏବେ କାରବାରକୁ କ୍ଷତିଗ୍ରସ୍ତ କରିଛି। ଏହି କ୍ଷେତ୍ରରେ ଅନାଦାୟ ଋଣ ବା ଏନ୍ପିଏ ବଢ଼ିବା ଆଶଙ୍କା କରାଯାଇଛି। ଏବେ ଅଧାରୁ ଅଧିକ ଅର୍ଡର ରଦ୍ଦ ହେଉଥିବା ସଂଘର ଅଧ୍ୟକ୍ଷ ଶରଦ କୁମାର ସରାଫ ସୂଚନା ଦେଇଛନ୍ତି। ଭାରତ ସମେତ ବିଶ୍ୱ ବଜାରର ସ୍ଥିତି ଏବେ ବିଗିଡିଥିବାରୁ ଅନେକ ଲୋକଙ୍କ ଚାକିରି ଉପରେ ଏହା ନକାରାତ୍ମକ ପ୍ରଭାବ ରହିଛି।
ସରକାର ଏହି କ୍ଷେତ୍ର ଲାଗି ଆଶ୍ୱସ୍ତି ପ୍ୟାକେଜ ପ୍ରଦାନ କରନ୍ତୁ ବୋଲି ସଂଘ ପକ୍ଷରୁ ଦାବି କରାଯାଇଛି। ସରକାର ରପ୍ତାନି କ୍ଷେତ୍ରକୁ ପ୍ରୋତ୍ସାହନ ପ୍ରଦାନ କଲେ ଏହା କ୍ଷେତ୍ରରେ ସନ୍ତୁଳନ ରକ୍ଷା କରିବା ଦିଗରେ ସହାୟକ ହୋଇପାରିବ ବୋଲି ସରାଫ ମତବ୍ୟକ୍ତ କରିଛନ୍ତି। ଏବେ ୫୦% ଅର୍ଡର ବାତିଲ ହୋଇଛି। ଏଭଳି ସ୍ଥିତିରେ କପଡା ଏବଂ ଚମଡା ଉଦ୍ୟୋଗ ଗଭୀର ଭାବେ କ୍ଷତିଗ୍ରସ୍ତ ହୋଇଥିବା ସେ ମତବ୍ୟକ୍ତ କରିଛନ୍ତି।
Samsungରୁ Xiaomi ଯାଏ ହେଲା ମହଙ୍ଗା! ଆପଣଙ୍କର ପ୍ରିୟ ବ୍ରାଣ୍ଡର ସ୍ମାର୍ଟଫୋନର ଏତେ ବଢିଗଲା ଦାମ୍
ଯଦି ଆପଣ ଏହି ମାସରେ ଏକ ନୂତନ ସ୍ମାର୍ଟଫୋନ କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପକେଟକୁ ଟିକେ ଝଟ୍କା ଲାଗିପାରେ। ଏପ୍ରିଲ ମାସରେ, ପ୍ରାୟ ସମସ୍ତ…
ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ
ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…
୫୨ ପଇସା ଦୁର୍ବଳ ହେଲା ଭାରତୀୟ ମୁଦ୍ରା
ମୁମ୍ବାଇ,୧୪।୪:(ପି.ଟି.): ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଭୂରାଜନୈତିକ ଉତ୍ତେଜନା ଭାରତୀୟ ମୁଦ୍ରାକୁ ପୁଣି ଦୁର୍ବଳ କରିଦେଇଛି । ଇଣ୍ଟରବ୍ୟାଙ୍କ ଫରେନ୍ ଏକ୍ସଚେଞ୍ଜରେ ସୋମବାର ଟଙ୍କା ୫୨ ପଇସା ଦୁର୍ବଳ…
ଶସ୍ତା ହୋଇଗଲା ସୁନା-ରୂପା ଦାମ୍, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର
ନୂଆଦିଲ୍ଲୀ,୧୩।୪: ସୁନା ଏବଂ ରୂପାର ମୂଲ୍ୟରେ ସୋମବାର ଦିନ ରେକର୍ଡ ହ୍ରାସ କରାଯାଇଛି। ଫ୍ୟୁଚର୍ସ ବଜାରରେ, ଉଭୟ ମୂଲ୍ୟବାନ ଧାତୁର ମୂଲ୍ୟ ହ୍ରାସ ପାଇଛି । ମଲ୍ଟି…
Share Market Crash: ଶାନ୍ତି ଆଲୋଚନା ବିଫଳ ହେବା ପରେ ଷ୍ଟକ ମାର୍କେଟ କ୍ରାସ; ସେନସେକ୍ସ ୧,୬୦୦ ପଏଣ୍ଟ ହ୍ରାସ ପାଇଲା
ମୁମ୍ମାଇ,୧୩।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଶାନ୍ତି ଆଲୋଚନା ବିଫଳ ହେବା ପରେ ଆଜି ବିଶ୍ୱ ଷ୍ଟକ ବଜାରରେ ତୀବ୍ର ହ୍ରାସ…
ଜୁଏଲେରି ବ୍ୟବସାୟ ସବୁଠୁ ନିରାପଦ: ସଞ୍ଜୀବ ହଂସ
ପ୍ରାୟ ୩୦ ବର୍ଷ ପୂର୍ବେ ପ୍ରତିଷ୍ଠିତ ‘ଶୁଭଲାଭ ଜୁଏଲର୍ସ’ ଓଡ଼ିଶାର ଏକ ପ୍ରମୁଖ ଜୁଏଲେରି ବ୍ରାଣ୍ଡ୍ ଭାବରେ ପରିଚିତ। ଏକ ଛୋଟ ଦୋକାନରୁ ଆରମ୍ଭ ହୋଇଥିବା ଏହି…
SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…
ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…
୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…
ନୂଆଦିଲ୍ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…
Archives

