୧ରୁ କୋଣାର୍କ ମହୋତ୍ସବ ଆରମ୍ଭ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ବର୍ଷକର ପ୍ରତୀକ୍ଷା ପରେ କୋଣାର୍କ ମୁକ୍ତାକାଶ ରଙ୍ଗମଞ୍ଚରେ ଡିସେମ୍ବର ୧ରୁ ଆରମ୍ଭ ହେବ କୋଣାର୍କ ମହୋତ୍ସବ। ୫ଦିନ ଧରି ଚାଲିବାକୁ ଥିବା ଏହି ମହୋତ୍ସବରେ ଚଳିତବର୍ଷ ୫ ଶାସ୍ତ୍ରୀୟ ନୃତ୍ୟର ସମାହାର ଦେଖିବାକୁ ମିଳିବ। ଓଡ଼ିିଶୀ ନୃତ୍ୟ ସହ ଭାରତନାଟ୍ୟମ୍‌, କଥକ, କୁଚିପୁଡ଼ି ଏବଂ ମୋହିନୀଆଟ୍ଟମ୍‌ ନୃତ୍ୟ ମୁଖ୍ୟ ଆକର୍ଷଣ ରହିବ। ଚଳିତବର୍ଷ ମହୋତ୍ସବରେ ପ୍ରଥମଥର ପାଇଁ ବିଦେଶୀ ଶାସ୍ତ୍ରୀୟ ନୃତ୍ୟକଳା ପରିବେଷିତ ହେବ। ସୁଦୂର ଇଣ୍ଡୋନେସିଆର ଶାସ୍ତ୍ରୀୟ ତଥା ଲୋକନୃତ୍ୟ ‘ବାଲିନିଜ୍‌’କୁ ଦର୍ଶକ କୋଣାର୍କ ମୁକ୍ତାକାଶ ରଙ୍ଗମଞ୍ଚରେ ଦେଖିବାର ସୁଯୋଗ ପାଇପାରିବେ। ଏନେଇ ଗୁରୁବାର ପାନ୍ଥନିବାସଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ପର୍ଯ୍ୟଟନ ବିଭାଗ ଶାସନ ସଚିବ ବିଶାଲ ଦେବ ସୂଚନା ଦେଇଛନ୍ତି।
ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଆୟୋଜିତ କୋଣାର୍କ ମହୋତ୍ସବର ଉଦ୍‌ଘାଟନୀ ସନ୍ଧ୍ୟାରେ ଭୁବନେଶ୍ୱର ‘ସୃଜନ’ ନୃତ୍ୟାନୁଷ୍ଠାନର କଳାକାରମାନଙ୍କ ଦ୍ୱାରା ଓଡ଼ିଶୀ ନୃତ୍ୟ ପରିବେଷଣ ହେବାକୁଥିବାବେଳେ କଥକ ପରିବେଷଣ କରିବେ ପୁଣେର ଗୁରୁ ଶାମା ଭାଟେ ଓ ତାଙ୍କ ଦଳ। ଦ୍ୱିତୀୟ ସନ୍ଧ୍ୟାରେ ଇଣ୍ଡୋନେସିଆ ବାଲିର ଓ୍ବିଦ୍ୟା ବୁଦୟା ଓ ତାଙ୍କ ଦଳ ଦ୍ୱାରା ‘ବାଲିନିଜ୍‌’ ନୃତ୍ୟ ଏବଂ କଲିକତାର ଆଲୋକ କାନୁନ୍‌ଗୋ ଓ ତାଙ୍କ ଦଳ ଓଡ଼ିଶୀ ପରିବେଷଣ କରିବେ। ସେହିଭଳି ୩ୟ ସନ୍ଧ୍ୟାରେ ଅନୁଗୋଳର ନୃତ୍ୟନିଳୟ ଦଳ ଦ୍ୱାରା ଓଡ଼ିଶୀ ଏବଂ ନୂଆଦିଲ୍ଲୀର ଜୟପ୍ରଭା ମେନନ୍‌ ଓ ତାଙ୍କ ଦଳ ଦ୍ୱାରା ମୋହିନୀଆଟ୍ଟମ୍‌, ୪ର୍ଥ ସନ୍ଧ୍ୟାରେ ନୂଆଦିଲ୍ଲୀର ରାଜା ଓ ରାଧା ରେଡ୍ଡୀ ଏବଂ ତାଙ୍କ ଦଳ ଦ୍ୱାରା କୁଚିପୁଡ଼ି ଓ ଗୁରୁ ଗଜେନ୍ଦ୍ର ପଣ୍ଡାଙ୍କ ‘ତ୍ରିଧାରା’ର କଳାକାରମାନଙ୍କ ଦ୍ୱାରା ଓଡ଼ିଶୀ ମଞ୍ଚସ୍ଥ ହେବ। ୫ମ ତଥା ଅନ୍ତିମ ସନ୍ଧ୍ୟାରେ ବୈଭବ ଆରେକର ଓ ଦଳ ଭାରତନାଟ୍ୟମ୍‌ ଏବଂ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରର କଳାକାରମାନେ ଓଡ଼ିଶୀ ପରିବେଷଣ କରିବେ। ଚଳିତବର୍ଷ ୩୦ବର୍ଷରେ ପଦାର୍ପଣ କରୁଥିବା ଏହି ମହୋତ୍ସବକୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଉଦ୍‌ଘାଟନ କରିବେ। କୋଣାର୍କ ମହୋତ୍ସବ ସହ ଚନ୍ଦ୍ରଭାଗାରେ ହେବାକୁ ଥିବା ଅନ୍ତର୍ଜାତୀୟ ବାଲୁକାକଳା ଉତ୍ସବ ଲାଗି ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ(ଓଟିଡିସି) ପକ୍ଷରୁ ସ୍ବତନ୍ତ୍ର ପ୍ୟାକେଜ୍‌ ରଖାଯାଇଥିବାବେଳେ ପର୍ଯ୍ୟଟକମାନେ ପାନ୍ଥନିବାସ ଓ୍ବେବ୍‌ସାଇଟ୍‌ରେ ଏଥିପାଇଁ ଅନ୍‌ଲାଇନ ବୁକିଂ କରିପାରିବେ। ଖବରଦାତା ସମ୍ମିଳନୀରେ ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ସଚିନ ଆର୍‌. ଯାଦବ, ଓଟିଡିସି ଏମ୍‌ଡି ହେମାକାନ୍ତ ସଏ ଏବଂ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

ମଧ୍ୟପ୍ରାଚ୍ୟ ଉତ୍ତେଜନା ଉପରେ ପାକିସ୍ତାନର ‘ମଧ୍ୟସ୍ଥତା’: ଇରାନ ସ୍ପଷ୍ଟ କଲା ମତ, ଇସ୍ରାଏଲ କହିଲା – ପାକିସ୍ତାନ ଉପରେ ଭରସା ନାହିଁ

ତେହରାନ,୫।୪: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, କୂଟନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଏହି ସମୟରେ, ଇରାନର ଉପ-ବୈଦେଶିକ ମନ୍ତ୍ରୀ ସେୟଦ ଆବାସ ଆରାକଚି…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଔଷଧ ଉପରେ ୧୦୦% ଟାରିଫ୍‌ ଘୋଷଣା କଲେ ଟ୍ରମ୍ପ, ଭାରତୀୟଙ୍କୁ ଝଟ୍‌କା!

ଓ଼୍ବାଶିଂଟନ,୫।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ସାମ୍ପ୍ରତିକ ନିଷ୍ପତ୍ତି ଭାରତୀୟ ଔଷଧ କ୍ଷେତ୍ରକୁ ପ୍ରଭାବିତ କରିଛି। ଟ୍ରମ୍ପ ପ୍ରଶାସନ ଆମେରିକା ସରକାରଙ୍କ ସହିତ ମୂଲ୍ୟ ଚୁକ୍ତିନାମାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri