ନୟାଗଡ଼ ଅଫିସ,୧୪।୮-ଜଣେ ଶିକ୍ଷକଙ୍କ ଏମଏସ୍ପି (ବର୍ଦ୍ଧିତ ଦରମା) ମଞ୍ଜୁର କରାଇଦେବା ପାଇଁ ଅନ୍ୟ ଜଣେ ଶିକ୍ଷକ ୧ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ସେ ହେଲେ ନୟାଗଡ଼ ଜିଲା ଫତେଗଡ଼ ଥାନା ମର୍ଦ୍ଦାବାଡ଼ି ଗ୍ରାମର ଚିତ୍ତରଞ୍ଜନ ପଣ୍ଡା।
ଭିଜିଲାନ୍ସ ଡିଏସ୍ପି ଶିଶିର ଭୋଇଙ୍କ ସୂଚନା ଅନୁସାରେ ଚିତ୍ତରଞ୍ଜନ ପଣ୍ଡା ଖଣ୍ଡପଡ଼ା ବ୍ଲକ ନଟବର ପ୍ରସାଦ ଏମ୍ ଇ ସ୍କୁଲରେ ସହକାରୀ ଶିକ୍ଷକ ଥିବା ବେଳେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଅଛନ୍ତି। ସେ ନିକଟସ୍ଥ ବସନ୍ତପୁର ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ପ୍ରତାପ ଚନ୍ଦ୍ର ପତିଙ୍କ ଏମଏସ୍ପି ମଞ୍ଜୁର କରାଇ ଦେବା ପାଇଁ ୧୦୦୦ ଟଙ୍କା ଲାଞ୍ଚ ମାଗିଥିଲେ। ଉକ୍ତ ଟଙ୍କାକୁ ସେ ଖଣ୍ଡପଡ଼ା ବିଇଓ କାର୍ଯ୍ୟାଳୟରେ ଦାଖଲ କଲେ ପ୍ରତାପ ଚନ୍ଦ୍ରଙ୍କ ଏମଏସ୍ପି ଲାଗୁ ହେବ ବୋଲି କହିଥିଲେ। ସୋମବାର ଏ ନେଇ ପ୍ରତାପ ଚନ୍ଦ୍ର ନୟାଗଡ଼ ଭିଜିଲାନ୍ସ କାର୍ଯ୍ୟାଳୟର ଦ୍ୱାରସ୍ଥ ହୋଇଥିଲେ। ମଙ୍ଗଳବାର ରାତ୍ର ୮ଟା ୩୦ ସମୟରେ ପୂର୍ବ ଯୋଜନା ଅନୁସାରେ ଭାପୁର ବ୍ଳକ ବାହାଡ଼ା ଛକଠାରେ ପ୍ରତାପଚନ୍ଦ୍ର ଶିକ୍ଷକ ଚିତ୍ତରଞ୍ଜନଙ୍କୁ ୧ହଜାର ଟଙ୍କା ଦେଉଥିବା ସମୟରେ ଭିଜିଲାନ୍ସ ଟିମ୍ ହାତରେ ଧରାପଡିଥିଲେ। ଏ ନେଇ ୩୧/୧୯ରେ ଏକ ମାମଲା ରୁଜୁ କରାଯାଇଥିବା ବେଳେ ଖଣ୍ଡିଏ ୫୦୦ ଟଙ୍କିଆ ଓ ୫ ଖଣ୍ଡ ୧୦୦ ଟଙ୍କିଆ ନୋଟ୍କୁ ଜବତ କରାଯାଇଥିବା ଭିଜିଲାନ୍ସ ଡିଏସ୍ପି ଶିଶିର ଭୋଇ ପ୍ରକାଶ କରିଛନ୍ତି।
Posted inଆମ ଜିଲା ଖବର, ନୟାଗଡ଼ View All
ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…
ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…
୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା
ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…
ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….
ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…
ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ
ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…
ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ
ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…
ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ
ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…
ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା
ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍ପି ଅନନ୍ତ ନାୟକଙ୍କ ଅବକାରୀ…
୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….
ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…
Archives

