୧ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଶିକ୍ଷକ

ନୟାଗଡ଼ ଅଫିସ,୧୪।୮-ଜଣେ ଶିକ୍ଷକଙ୍କ ଏମଏସ୍‌ପି (ବର୍ଦ୍ଧିତ ଦରମା) ମଞ୍ଜୁର କରାଇଦେବା ପାଇଁ ଅନ୍ୟ ଜଣେ ଶିକ୍ଷକ ୧ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ସେ ହେଲେ ନୟାଗଡ଼ ଜିଲା ଫତେଗଡ଼ ଥାନା ମର୍ଦ୍ଦାବାଡ଼ି ଗ୍ରାମର ଚିତ୍ତରଞ୍ଜନ ପଣ୍ଡା।
ଭିଜିଲାନ୍ସ ଡିଏସ୍‌ପି ଶିଶିର ଭୋଇଙ୍କ ସୂଚନା ଅନୁସାରେ ଚିତ୍ତରଞ୍ଜନ ପଣ୍ଡା ଖଣ୍ଡପଡ଼ା ବ୍ଲକ ନଟବର ପ୍ରସାଦ ଏମ୍‌ ଇ ସ୍କୁଲରେ ସହକାରୀ ଶିକ୍ଷକ ଥିବା ବେଳେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଅଛନ୍ତି। ସେ ନିକଟସ୍ଥ ବସନ୍ତପୁର ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ପ୍ରତାପ ଚନ୍ଦ୍ର ପତିଙ୍କ ଏମଏସ୍‌ପି ମଞ୍ଜୁର କରାଇ ଦେବା ପାଇଁ ୧୦୦୦ ଟଙ୍କା ଲାଞ୍ଚ ମାଗିଥିଲେ। ଉକ୍ତ ଟଙ୍କାକୁ ସେ ଖଣ୍ଡପଡ଼ା ବିଇଓ କାର୍ଯ୍ୟାଳୟରେ ଦାଖଲ କଲେ ପ୍ରତାପ ଚନ୍ଦ୍ରଙ୍କ ଏମଏସ୍‌ପି ଲାଗୁ ହେବ ବୋଲି କହିଥିଲେ। ସୋମବାର ଏ ନେଇ ପ୍ରତାପ ଚନ୍ଦ୍ର ନୟାଗଡ଼ ଭିଜିଲାନ୍ସ କାର୍ଯ୍ୟାଳୟର ଦ୍ୱାରସ୍ଥ ହୋଇଥିଲେ। ମଙ୍ଗଳବାର ରାତ୍ର ୮ଟା ୩୦ ସମୟରେ ପୂର୍ବ ଯୋଜନା ଅନୁସାରେ ଭାପୁର ବ୍ଳକ ବାହାଡ଼ା ଛକଠାରେ ପ୍ରତାପଚନ୍ଦ୍ର ଶିକ୍ଷକ ଚିତ୍ତରଞ୍ଜନଙ୍କୁ ୧ହଜାର ଟଙ୍କା ଦେଉଥିବା ସମୟରେ ଭିଜିଲାନ୍ସ ଟିମ୍‌ ହାତରେ ଧରାପଡିଥିଲେ। ଏ ନେଇ ୩୧/୧୯ରେ ଏକ ମାମଲା ରୁଜୁ କରାଯାଇଥିବା ବେଳେ ଖଣ୍ଡିଏ ୫୦୦ ଟଙ୍କିଆ ଓ ୫ ଖଣ୍ଡ ୧୦୦ ଟଙ୍କିଆ ନୋଟ୍‌କୁ ଜବତ କରାଯାଇଥିବା ଭିଜିଲାନ୍ସ ଡିଏସ୍‌ପି ଶିଶିର ଭୋଇ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?