Posted inଜାତୀୟ

୧୦ ଜଣଙ୍କୁ ମାରି ବିହାରୀ ଯୁବକ ଗିରଫ

ହାଇଦ୍ରାବାଦ,୨୭ା୫: ତେଲଙ୍ଗାନାର ଓ୍ବାରାଙ୍ଗଲରେ ଘଟିଛି ସିରିଜ୍‌ ମର୍ଡର। ପୋଲିସ ଏହାର ଖୋଳତାଡ଼ କରି ଜଣେ ବିହାରୀ ଯୁବକଙ୍କୁ ଗିରଫ କରିବାରେ ସଫଳ ହୋଇଛି। ଲିଭ୍‌ ଇନ୍‌ରେ ରହୁଥିବା ଜଣେ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖି ଶେଷରେ ତାଙ୍କୁ ହତ୍ୟା କରିବା ପରେ ସେ ତାଙ୍କ ପରିବାରର ୯ ଜଣଙ୍କୁ ମାରିଥିବା ସ୍ବୀକାର କରିଛନ୍ତି। ପୋଲିସ କମିଶନର ଭି. ରବିନ୍ଦର କହିଛନ୍ତି ଯେ, ଘଟଣା ମେ ୨୧, ୨୨ର। ବିହାରୀ ଯୁବକ ସଞ୍ଜୟ କୁମାର ଯାଦବ(୨୪) ଏହି କାଣ୍ଡ ଭିଆଇଛନ୍ତି। ମୃତକଙ୍କ ମଧ୍ୟରେ ଗୋଟିଏ ପରିବାରର ୬ ଜଣ ଥିବା ସେ ପ୍ରକାଶ କରିଛନ୍ତି। ଖାଦ୍ୟରେ ନିଶା ଔଷଧ ଦେଇ ମାରିବା ପରେ ସଞ୍ଜୟ ସେମାନଙ୍କୁ ନିକଟସ୍ଥ ଗୋରେଖୁଣ୍ଟା ଗ୍ରାମର ଏକ କୂଅରେ ପକାଇ ଦେଇଥିଲେ। ସଞ୍ଜୟ ପଶ୍ଚିମବଙ୍ଗର ସ୍ବାମୀ ପରିତ୍ୟକ୍ତା ରଫିକା(୩୭) ନାମକ ଜଣେ ମହିଳାଙ୍କ ସହ ପ୍ରେମ ସମ୍ପର୍କ ରଖିଆସୁଥିଲେ। ପରେ ଦୁହିଁଙ୍କ ମଧ୍ୟରେ ଝଗଡ଼ା ହେବାରୁ ରଫିକାକୁ ଜୀବନରେ ମାରିଦେଇଥିଲେ। ପରେ ସେ ରଫିକାଙ୍କ ଘରକୁ ଯାଇ ଖାଦ୍ୟରେ ନିଶା ମିଶାଇ ୯ ଜଣଙ୍କୁ ମାରି କୂଅରେ ଫିଙ୍ଗିଦେଇଥିଲେ। ପୋଲିସ ସିସିଟିଭି ଫୁଟେଜ୍‌ରୁ ତଥ୍ୟ ସଂଗ୍ରହ କରି ତଦନ୍ତ କରିବା ସହ ସଞ୍ଜୟଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri