Posted inଜାତୀୟ

୧୦ ଜଣଙ୍କୁ ମାରି ବିହାରୀ ଯୁବକ ଗିରଫ

ହାଇଦ୍ରାବାଦ,୨୭ା୫: ତେଲଙ୍ଗାନାର ଓ୍ବାରାଙ୍ଗଲରେ ଘଟିଛି ସିରିଜ୍‌ ମର୍ଡର। ପୋଲିସ ଏହାର ଖୋଳତାଡ଼ କରି ଜଣେ ବିହାରୀ ଯୁବକଙ୍କୁ ଗିରଫ କରିବାରେ ସଫଳ ହୋଇଛି। ଲିଭ୍‌ ଇନ୍‌ରେ ରହୁଥିବା ଜଣେ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖି ଶେଷରେ ତାଙ୍କୁ ହତ୍ୟା କରିବା ପରେ ସେ ତାଙ୍କ ପରିବାରର ୯ ଜଣଙ୍କୁ ମାରିଥିବା ସ୍ବୀକାର କରିଛନ୍ତି। ପୋଲିସ କମିଶନର ଭି. ରବିନ୍ଦର କହିଛନ୍ତି ଯେ, ଘଟଣା ମେ ୨୧, ୨୨ର। ବିହାରୀ ଯୁବକ ସଞ୍ଜୟ କୁମାର ଯାଦବ(୨୪) ଏହି କାଣ୍ଡ ଭିଆଇଛନ୍ତି। ମୃତକଙ୍କ ମଧ୍ୟରେ ଗୋଟିଏ ପରିବାରର ୬ ଜଣ ଥିବା ସେ ପ୍ରକାଶ କରିଛନ୍ତି। ଖାଦ୍ୟରେ ନିଶା ଔଷଧ ଦେଇ ମାରିବା ପରେ ସଞ୍ଜୟ ସେମାନଙ୍କୁ ନିକଟସ୍ଥ ଗୋରେଖୁଣ୍ଟା ଗ୍ରାମର ଏକ କୂଅରେ ପକାଇ ଦେଇଥିଲେ। ସଞ୍ଜୟ ପଶ୍ଚିମବଙ୍ଗର ସ୍ବାମୀ ପରିତ୍ୟକ୍ତା ରଫିକା(୩୭) ନାମକ ଜଣେ ମହିଳାଙ୍କ ସହ ପ୍ରେମ ସମ୍ପର୍କ ରଖିଆସୁଥିଲେ। ପରେ ଦୁହିଁଙ୍କ ମଧ୍ୟରେ ଝଗଡ଼ା ହେବାରୁ ରଫିକାକୁ ଜୀବନରେ ମାରିଦେଇଥିଲେ। ପରେ ସେ ରଫିକାଙ୍କ ଘରକୁ ଯାଇ ଖାଦ୍ୟରେ ନିଶା ମିଶାଇ ୯ ଜଣଙ୍କୁ ମାରି କୂଅରେ ଫିଙ୍ଗିଦେଇଥିଲେ। ପୋଲିସ ସିସିଟିଭି ଫୁଟେଜ୍‌ରୁ ତଥ୍ୟ ସଂଗ୍ରହ କରି ତଦନ୍ତ କରିବା ସହ ସଞ୍ଜୟଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri