Posted inଜାତୀୟ

୧୦ ଜନପଥ ଉପରେ ସମସ୍ତଙ୍କ ନଜର: ସନ୍ଧ୍ୟାରେ ହେବ ବୈଠକ

ନୂଆଦିଲ୍ଲୀ,୧୧।୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ଶିବସେନା ଏବେ ପାଗ ଭିଡୁଥିବା ବେଳେ ସୋମବାର ସନ୍ଧ୍ୟା ସୁଦ୍ଧା ତାକୁ ବହୁମତ ସାବ୍ୟସ୍ତ କରିବାକୁ ସମୟ ଦିଆଯାଇଛି। ଏବେ କିନ୍ତୁ କଂଗ୍ରେସ ବିନା ଶିବସେନା ସରକାର ଗଠନ କରିବା ଅସମ୍ଭବ ଥିବାରୁ ସେ କଂଗ୍ରେସର ଜବାବକୁ ଚାତକ ପରି ଚାହିଁ ରହିଛି। ଏହାକୁ ନେଇ ଦିଲ୍ଲୀରେ ସୋନିଆ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିଥିବା ବେଳେ ସେଥିରୁ କୌଣସି ନିର୍ଯ୍ୟାସ ବାହରି ପାରି ନ ଥିବା କୁହାଯାଉଛି। ଏବେ ଏହାକୁ ନେଇ ସନ୍ଧ୍ୟା ୪ଟାରେ ସୋନିଆଙ୍କ ଘରେ ୧୦ ଜନପଥରେ ଏକ ବୈଠକ ବସିବ ବୋଲି ସୂଚନା ଦେଇଛନ୍ତି କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖରଗେ। ସେ କହିଛନ୍ତି ସନ୍ଧ୍ୟା ୪ଟାରେ ଅନୁଷ୍ଠିତ ବୈଠକରେ ଯାଗ ଦେବାପାଇଁ ମହାରାଷ୍ଟ୍ରର କଂଗ୍ରେସ ନେତାଙ୍କୁ ଡକାଯାଇଛି। ଏହାପରେ କଂଗ୍ରେସ ଯାହା ସ୍ଥିର କରିବ ତାହା ଚୁଡାନ୍ତ ନିଷ୍ପତ୍ତି ବୋଲି ସେ କହିଛନ୍ତି। ଯଦି ସୋନିଆ ଶିବସେନା ସହ ବେଣ୍ଟ କରିବାକୁ ରାଜି ହୋଇଗଲେ ତେବେ ଶିବସେନା ସନ୍ଧ୍ୟା ସୁଦ୍ଧା ବହୁମତ ସାବ୍ୟସ୍ତ କରିପାରିବ ବୋଲି ଅନୁମାନ କରାଯାଉଛି। ଅନ୍ୟପଟେ ଆଲୋଚନା ହେଉଛି କି ଏନ୍‌ସିପି ଶିବସେନା ସହ ମେଣ୍ଟ କରିବାକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଥିବା ବେଳେ ସବୁ ଦାୟିତ୍ୱ କିନ୍ତୁ କଂଗ୍ରେସ ଉପରେ ଛାଡି ଦେଇଛି। ଅନ୍ୟପଟେ ରାଜସ୍ଥାନରେ ବିଧାୟକଙ୍କ ଗହଣରେ ଥିବା ମହାରାଷ୍ଟ୍ରର ପୂର୍ବତନ ୩ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରିଛନ୍ତି। ଏଥିରୁ ଆହୁରି ମଧ୍ୟ ଅନୁମାନ ଲଗାଯାଉଛି କି ଶିବସେନା ହୁଏତ ସୋମବାର ସନ୍ଧ୍ୟା ସୁଦ୍ଧା ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ପାଇଁ ପ୍ରସ୍ତାବ ଦେଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ସାତକୋଶିଆ ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା; ଅଟୋକୁ ଧକ୍କା ଦେଲା ଥାର୍, ୧୦…

ଆନନ୍ଦପୁର,୨୦।୮((ସୁଶାନ୍ତ କୁମାର ସାହୁ ): ଆନନ୍ଦପୁର ସାତକୋଶିଆ ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଥାର୍ ଗାଡିର ଜୋରଦାର ଧକ୍କାରେ ଅଟୋ ଚୁରମାର ହୋଇଯାଇଛି। ଘଟଣାରେ…

ରାଜ୍ୟ ସରକାର ବଢାଇଲେ ପେନଶନ ଲିମିଟ୍‌, ଜାଣନ୍ତୁ କାହାକୁ ମିଳିବ ଲାଭ…

ନୂଆଦିଲ୍ଲୀ,୨୦ା୮: ସରକାରୀ କର୍ମଚାରୀମାନଙ୍କୁ ଅବସର ପରେ ପେନ୍‌ସନ୍ ସୁବିଧା ମିଳିଥାଏ। ପ୍ରତ୍ୟେକ ରାଜ୍ୟ ସରକାର ନିଜ ରାଜ୍ୟର ପେନ୍‌ସନ୍‌ଭୋଗୀଙ୍କ ପେନ୍‌ସନ୍‌ରେ ସମୟ ସମୟରେ ବୃଦ୍ଧି କିମ୍ବା ସଂଶୋଧନ…

‘ଯୁବବର୍ଗ ୧୮ ବର୍ଷରେ ଭୋଟ୍‌ ଦେବା ଅଧିକାର ହେଉଛି ରାଜୀବଙ୍କ ଅବଦାନ’

କେନ୍ଦୁଝର,୨୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଧୁନିକ ଭାରତର ନିର୍ମାତା, ଯୁବ ମାନସର ପ୍ରତୀକ, ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କର ୮୦ ତମ ଜନ୍ମଜୟନ୍ତୀ ସ୍ଥାନୀୟ…

ପୋଖରୀରେ ଗାଧୋଉଥିଲେ ଯୁବକ, ୨ ରାଉଣ୍ଡ ଗୁଳି ଚଳାଇ ଲୁଟିନେଲେ ବାଇକ

ନୟାଗଡ, ୨୦।୮(ଲୋକନାଥ ମିଶ୍ର): ନୟାଗଡ ଜିଲା ଚାନ୍ଦପୁର ଥାନା କୁସୂପଲାରେ ୨ରାଉଣ୍ଡ ଗୁଳି ଚାଳନା ହୋଇଛି । ପୋଖରୀରେ ଗାଧୋଉ ଥିବା ବେଳେ ଗୁରୁବାର ଅପରାହ୍ନ ପ୍ରାୟ…

କେସିଙ୍ଗାରେ ବିଜେଡି ଯୁବ ରାଜ୍ୟ ସଭାପତି, କହିଲେ ଆଗାମୀ ପଞ୍ଚାୟତ ନିର୍ବାଚନରେ…

କେସିଙ୍ଗା,୨୦ା୮(ତୁମେଶ୍ୱର ସାହୁ): ରାଜ୍ୟ ବିଜୁ ଯୁବ ଜନତା ଦଳର ରାଜ୍ୟ ସଭାପତି ଚିନ୍ମୟ କୁମାର ସାହୁ ନବରଙ୍ଗପୁରରେ ହେବାକୁ ଥିବା ଛାତ୍ର ସମାବେଶରେ ଯୋଗ ଦେବାପାଇଁ ଗୁରୁବାର…

ପୋଖରୀରେ ମୃତଦେହ-ଘରେ ମିଳିଲା କଟାମୁଣ୍ଡ, ବଲାଙ୍ଗୀରରେ ହଇଚଇ

ବଲାଙ୍ଗୀର, ୨୦।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଏକ ପୋଖରୀରୁ ମୁଣ୍ଡ ବିହୀନ ମୃତଦେହ ମିଳିବା ଘଟଣାରେ ବଡ଼ ଖୁଲାସା ହୋଇଛି ।…

ବୁଧଙ୍କ ସିଂହ ରାଶିର ପ୍ରବେଶରେ ଘଟିବ ବୁଦ୍ଧାଦିତ୍ୟ ରାଜଯୋଗ! ଏହି ରାଶିଙ୍କୁ ଧନଲାଭରୁ କ୍ୟାରିୟର ଯାଏ ଫିଟିଯିବ ଭାଗ୍ୟ…

ଗ୍ରହମାନଙ୍କର ରାଜକୁମାର ବୁଧ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି| ୨୨ ଅଗଷ୍ଟ ୨୦୨୬ ସନ୍ଧ୍ୟା ୭ଟା ୨୪ ମିନିଟ୍‌ରେ ବୁଧ କର୍କଟ ରାଶିରୁ ବାହାରି ସିଂହ ରାଶିରେ…

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri