୧୦ ଦିନ ତଳୁ ଆସିଛି ବଦଳି ଚିଠି, ଛୁଟି ଦିନରେ ପ୍ରଘଟ:ବଦଳିବେ ଅନୁଗୋଳ ପୌର ନିର୍ବାହୀ ଅଧିକାରୀ

ଅନୁଗୋଳ ଅଫିସ, ୩।୯

ଅନୁଗୋଳ ପୌରପାଳିକାର ନିର୍ବାହୀ ଅଧିକାରୀ ଶୁଭେନ୍ଦୁ ଜେନାଙ୍କ ବଦଳି ହୋଇଛି। ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଚିଠି ନଂ ୧୫୨୬୪/୨୨.୮.୨୦୧୯ରେ ଏହି ବଦଳି ନିର୍ଦ୍ଦେଶ ଦିଆଯାଇଥିବା ସୋମବାର ଜଣାପଡ଼ିଛି। ତେବେ ୧୦ ଦିନ ତଳୁ ଏହି ଚିଠି କରାଯାଇଥିଲେ ବି ଆଜି ଯାଏ ଏହା କେଉଁଠି ଥିଲା ତାହା ଚର୍ଚ୍ଚାର ବିଷୟ ହୋଇଛି।
ଅନୁଗୋଳ ପୌରପାଳିକା ନିର୍ବାହୀ ଅଧିକାରୀ ଶୁଭେନ୍ଦୁ ଜେନାଙ୍କୁ ବଦଳି ପାଇଁ ଫେବୃୟାରୀ ୧୧ରେ ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଆସିଥିଲା। ତାଙ୍କୁ ଯାଜପୁର ଜିଲା ବ୍ୟାସନଗର ପୌରପାଳିକାକୁ ବଦଳି କରାଯାଇଥିଲା। ହେଲେ ଜେନା ଫେବୃୟାରୀ ୧୩ରେ ହାଇକୋର୍ଟରେ ଷ୍ଟେ ଆବେଦନ କରିଥିଲେ। ମାତ୍ର ୬ ମାସ ହେବ ଅନୁଗୋଳ ଆସିଥିବା କହି ଷ୍ଟେ ଅର୍ଡର ଆଣିଥିଲେ। କିନ୍ତୁ ଅଗଷ୍ଟ ୨୨ରେ ତାଙ୍କ ଷ୍ଟେ ଆବେଦନକୁ ଅଦାଲତ ଖାରଜ କରି ଦେବା ସହ ବଦଳି ସ୍ଥାନରେ ତୁରନ୍ତ ଯୋଗ ଦେବାକୁ ଚିଠିରେ ନିର୍ଦ୍ଦେଶ ରହିଥିବା ଉଲ୍ଲେଖ କରାଯାଇଛି। ୧୦ ଦିନ ପୂର୍ବରୁ ଆସିଥିବା ଏହି ଚିଠି ସମ୍ପର୍କରେ ପୌର କାର୍ଯ୍ୟାଳୟର ଅଧିକାରୀ କିମ୍ବା ଜିଲାପାଳ କୌଣସି ସୂଚନା ପାଇ ନ ଥିଲେ। ସୋମବାର ଏହି ଚିଠି ପ୍ରଘଟ ହୋଇଛି। ତୁରନ୍ତ ବ୍ୟାସନଗର ଯାଇ କାର୍ଯ୍ୟରେ ଯୋଗଦେବାକୁ ଚିଠିରେ ଜେନାଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଅନ୍ୟପକ୍ଷରେ ଅନୁଗୋଳ ପୌରପାଳିକାରେ ଥିବା ଯନ୍ତ୍ରୀ ସୀମାଞ୍ଚଳ ମିଶ୍ରଙ୍କ ବଦଳି ପାଇଁ ଜିଲାପାଳ ରାଜ୍ୟ ସରକାରଙ୍କୁ ସୁପାରିସ କରଥିବାରୁ କେଉଁ ମୂହୁର୍ତ୍ତରେ ତାଙ୍କର ମଧ୍ୟ ବଦଳି ହୋଇଯାଇପାରେ। ଏ ସମ୍ପର୍କରେ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ସହ ଯୋଗାଯୋଗ ସମ୍ଭବ ନ ହେବାରୁ ମତାମତ ମିଳିପାରି ନାହିଁ। ତେବେ ପୌରନିର୍ବାହୀ ଅଧିକାରୀ ଜେନା କହିଛନ୍ତି, ଚିଠି ସମ୍ପର୍କରେ କିଛି ଜାଣିନାହିଁ। ବଦଳି ହୋଇଥିଲେ ନିଶ୍ଚିତ ଯିବି। ଛୁଟି ଥିବାରୁ ମୋ ନିକଟକୁ କୌଣସି ବଦଳି ନିର୍ଦ୍ଦେଶ ଆସି ନ ଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ…

୫ଦିନ ଝଡ଼ବର୍ଷା, କୁଆପଥର ମାଡ଼: ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୯ା୩(ଅନୁରାଧା ମହାରଣା):ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ସହ ଝଡପବନ ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ଏପରି ସ୍ଥିତି ଜାରି ରହିବ। ଏନେଇ…

‘ଏସ୍‌ଓପି’ ନ ମାନିଲେ ଦରମା ବନ୍ଦ: ସବୁ ବିଭାଗକୁ ତାଗିଦ୍‌, ଛଟେଇ ପ୍ରକ୍ରିୟା ଆରମ୍ଭ…

ଭୁବନେଶ୍ୱର,୧୯ା୩ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ ପରାମର୍ଶଦାତାଙ୍କ ଛଟେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଅର୍ଥ ବିଭାଗ ପକ୍ଷରୁ ଫେବୃଆରୀ ୧୭ରେ ଏନେଇ ଏକ ଉଚ୍ଚସ୍ତରୀୟ…

ମା’ ସମଲେଶ୍ୱରୀଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ: ସମ୍ପନ୍ନ ହେଲା ପାରମ୍ପରିକ ‘ଖଣ୍ଡାଧୁଆ’ ନୀତି

ବରଗଡ଼, ୧୮/୩ (ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ ପବିତ୍ର ଚୈତ୍ର ନବରାତ୍ର ବା ବାସନ୍ତୀକ ନବରାତ୍ର ପୂଜା ପାଇଁ ଶୁଭାରମ୍ଭ…

କୋଟଗଡ଼ରେ ବାଘ ଆତଙ୍କ: ଲଗାଗଲା ସ୍ବତନ୍ତ୍ର କ୍ୟାମେରା, ଗର୍ଜନରେ ଅଞ୍ଚଳବାସୀ ଭୟଭୀତ

ବାଲିଗୁଡା, ୧୮।୩ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକରେ ବାଘର ଗର୍ଜନକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଆତଙ୍କ ଖେଳିଯାଇଛି।…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

ବ୍ରାହ୍ମଣୀଗାଁରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର; ଯୋଗଦେଲେ ୨୫୦ଜଣ, ଚି଼ହ୍ନଟ ହେଲେ ୧୮୫

ଦାରିଙ୍ଗବାଡି,ବ୍ରାହ୍ମଣୀଗାଁ,୧୮।୩(ଅରୁଣ ସାହୁ/ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ୨୦୨୫/୨୬ଆର୍ଥିକ ବର୍ଷର ଦ୍ଵିତୀୟ ପର୍ଯ୍ୟାୟ ଭୀମଭୋଇ…

ଲିଭ୍‌ ଇନ୍‌ରେ ରହି ଯୁବତୀଙ୍କୁ କରି ଆସୁଥିଲେ ବଳାତ୍କାର, କୌଶଳ କ୍ରମେ ହୋଇଯାଇଥିଲେ ଫେରାର, ଅଭିଯୁକ୍ତଙ୍କୁ ବାନ୍ଧିି…

ଦିଗପହଣ୍ଡି,୧୮।୩(ଅଶେଷ ନାଥ ମିଶ୍ର): ବିବାହର ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ପାଟପୁର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri