୧୦ ଦିନରେ ବଢ଼ିଗଲେ ୩୪ ଆକ୍ରାନ୍ତ

ଭୁବନେଶ୍ୱର, ୨୫।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ପ୍ରଥମେ ବିଦେଶ ଫେରନ୍ତାଙ୍କ ପାଇଁ ରାଜ୍ୟରେ ସଂକ୍ରମଣ ବଢ଼ିଥିଲା। ହେଲେ ଏବେ ପଶ୍ଚିମବଙ୍ଗ ଫେରନ୍ତା ଚିନ୍ତା ବଢ଼ାଇଛି। ଶୁକ୍ରବାର ଭଦ୍ରକର ଆଉ ୫ଜଣ ପଶ୍ଚିମବଙ୍ଗ ଫେରନ୍ତାଙ୍କ ରିପୋର୍ଟ ପଜିଟିଭ୍‌ ଆସିଛି। ଏମାନେ ସମସ୍ତେ ପୁରୁଷ। ଦୁଇଜଣଙ୍କ ବୟସ ୪୦ବର୍ଷ ହୋଇଥିବାବେଳେ ଅନ୍ୟମାନେ ୨୯, ୪୧ ଓ ୨୪ ବର୍ଷର ବୋଲି ଜଣାପଡିଛି। ତିହିଡ଼ି ଓ ଧାମନଗର ବ୍ଲକର ଦୁଇଜଣ ଲେଖାଏ ରହିଥିବାବେଳେ ଅନ୍ୟଜଣଙ୍କ ସମ୍ପର୍କରେ ସୂଚନା ମିଳିପାରିନି। ତେବେ ସମସ୍ତ ଆକ୍ରାନ୍ତ ପଶ୍ଚିମବଙ୍ଗ ଫେରନ୍ତା। ଏମାନଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଠାବ କରାଯିବା ପାଇଁ ଯୋଗାଯୋଗ କରାଯାଉଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି।
ସ୍ବାସ୍ଥ୍ୟ ବିଭାଗର ସୂଚନାନୁସାରେ, ମାର୍ଚ୍ଚ ୧୫ରେ ରାଜ୍ୟର ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏପ୍ରିଲ ୫ ଅର୍ଥାତ୍‌ ୨୧ ଦିନରେ କୋଭିଡ୍‌-୧୯ରେ ୩୦ଜଣ ଆକ୍ରାନ୍ତ ହୋଇଥିଲେ। ତେବେ ଏପ୍ରିଲ ୬ରୁ ୧୪ ତାରିଖ ଏହି ୯ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ଦୁଇଗୁଣ ବୃଦ୍ଧି ପାଇ ୬୦ରେ ପହଞ୍ଚତ୍ଥିଲା। କିନ୍ତୁ ଗତ ୧୫ରୁ ୨୪ ତାରିଖ ୧୦ଦିନ ମଧ୍ୟରେ ଆଉ ୩୪ ବୃଦ୍ଧି ପାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୪ ଛୁଇଁଛି। ଅଳ୍ପ କେତେଜଣଙ୍କୁ ଛାଡ଼ିଦେଲେ ସମସ୍ତେ ହେଉଛନ୍ତି ଯାଜପୁର, ବାଲେଶ୍ୱର ଓ ଭଦ୍ରକ ଜିଲାର। ଏମାନେ ପଶ୍ଚିମବଙ୍ଗ ଫେରନ୍ତା କିମ୍ବା ସେମାନଙ୍କ ସଂସ୍ପର୍ଶରେ ଆସି ଅନ୍ୟମାନେ ସଂକ୍ରମିତ ହୋଇଛନ୍ତି।
ଅନ୍ୟପକ୍ଷରେ ଆକ୍ରାନ୍ତଙ୍କ ସଂଖ୍ୟାରେ ଭୁବନେଶ୍ୱର ତଳକୁ ଯାଜପୁର ରହିଥିବାବେଳେ ଶୁକ୍ରବାର ଭଦ୍ରକରୁ ଆଉ ୫ଜଣ ପଜିଟିଭ ଚିହ୍ନଟ ହେବା ପରେ ଏହି ଜିଲା ଯାଜପୁର ଓ ବାଲେଶ୍ୱରକୁ ଟପିଯାଇଛି। ଏବେ ବାଲେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଥିବାବେଳେ ଯାଜପୁରରେ ୧୨ ଓ ଭଦ୍ରକରେ ୧୬ ହୋଇଛି। ରାଜ୍ୟର ମୋଟ ୯୪ ଆକ୍ରାନ୍ତଙ୍କ ମଧ୍ୟରୁ ଏହି ୩ ଜିଲାର ୩୮ଜଣ ରହିଛନ୍ତି। ସେପଟେ ୩୩ଜଣ ସୁସ୍ଥ ହୋଇଥିବାବେଳେ ଜଣଙ୍କର ମୃତ୍ୟୁ ଘଟିଛି। ତେଣୁ ବର୍ତ୍ତମାନ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬୦ ରହିଛି ଓ ୧୭୦ଜଣ ସନ୍ଦିଗ୍ଧ ହସ୍ପିିଟାଲ ଆଇସୋଲେଶନରେ ରହିଥିବା ସ୍ବାସ୍ଥ୍ୟ ବିଭାଗ ରିପୋର୍ଟ କହୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲଟିଂ ହେଉଥିବା ଅଞ୍ଚଳରେ ଲାଗୁଛି ଷ୍ଟ୍ରିଟ୍ ଲାଇଟ୍‌: ଆବଶ୍ୟକ ସ୍ଥାନରେ ନାହିଁ, ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ହଟାଇବାକୁ….

ପୁରୁଷୋତ୍ତମପୁର, ୨୧।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ସହରରେ ଆବଶ୍ୟକ ସ୍ଥାନରେ ଷ୍ଟ୍ରିଟ୍ ଲାଇଟ୍ ଲଗାଇବା ଦାବିରେ ଦିବ୍ୟାଙ୍ଗ ଯୁବ ଆଇନଜୀବୀ ସନ୍ତୋଷ…

୪ ମାସ ହେଲା ମିଳୁନି ଭତ୍ତା: ଅନ୍ଦୋଳନ ପାଇଁ ସଜବାଜ ହିତାଧିକାରୀ

ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କିଛି ହିତାଧିକାରୀ ବିଗତ ୪ ମାସ ହେଲା ବକେୟା ଭତ୍ତା ଅର୍ଥ ପାଇ ପାରିନାହାନ୍ତି। ଫଳରେ ଉକ୍ତ ହିତାଧିକାରୀ ମାନେ…

ଆନ୍ଦୋଳନ ଛାଡି ଖାଉଥିଲେ ବର୍ଗର! CJP ନେଲା କାର୍ଯ୍ୟାନୁଷ୍ଠାନ, ସଂଗଠନର ମୁଖପାତ୍ର ପଦରୁ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ବିଜେତା ଦହିୟାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତାଙ୍କୁ ସଂଗଠନର ମୁଖପାତ୍ର ପଦରୁ ହଟାଇ ଦେଇଛି। ଏହାର ସୂଚନା CJP…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

କଲ୍ୟାଣସିଂହପୁର ସେରିଗୁମାଠାରେ ଭାଜପାର ମିଶ୍ରଣ ପର୍ବ: ବିଭିନ୍ନ ଦଳ ଛାଡ଼ି ପଦ୍ମ ଧରିଲେ ୨୦୦ କର୍ମୀ

କଲ୍ୟାଣସିଂହପୁର,୨୧।୭( ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ମାଝିଗୁଡ଼ା ମଣ୍ଡଳର ସେରିଗୁମା ଠାରେ ଭାରତୀୟ ଜନତା ପାର୍ଟି (ଭାଜପା ) ପକ୍ଷରୁ…

ଆଗକୁ ପେଟ୍ରୋଲରେ ମିଶିବ କି ୨୦% ରୁ ଅଧିକ ଇଥାନଲ୍? ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୧।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ ବା ଇ-୨୦ ପେଟ୍ରୋଲକୁ ନେଇ ଚର୍ଚ୍ଚା ଆଲୋଚନା ଲାଗି ରହିଛି । ଏହାଦ୍ୱାରା ଗାଡି଼ର ଇଞ୍ଜିନ ଖରାପ ହେଉଥିବା ନେଇ କହୁଛନ୍ତି…

ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, ୨୧।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ…

CJP ଆନ୍ଦୋଳନକୁ ନେଇ ମମତାଙ୍କ ବଡ଼ ଘୋଷଣା, ବିରୋଧୀ ହେଲେ କାବା!

ନୂଆଦିଲ୍ଲୀ,୨୧।୭: ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ (TMC) ପ୍ରମୁଖ ମମତା ବାନାର୍ଜୀ ଦଳର ବିଦ୍ରୋହୀ ନେତାମାନଙ୍କ ଉପରେ ଏପର୍ଯ୍ୟନ୍ତର ସବୁଠାରୁ କଡ଼ା ଆକ୍ରମଣ କରିଛନ୍ତି। ସେ ସ୍ପଷ୍ଟ ଶବ୍ଦରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri