Posted inଜାତୀୟ

୧୦ ବର୍ଷ ତଳର କାହାଣୀ: ୨୦୧୦ ଜୁଲାଇ ୨୫ ବନାମ ୨୦୧୯ ଅଗଷ୍ଟ ୨୧; ସେତେବେଳେ ଶାହ ହୋଇଥିଲେ ଗିରଫ; ଏବେ ଚିଦାମ୍ବରମ୍‌ଙ୍କ ଉପରେ ଖଣ୍ଡା

ନୂଆଦିଲ୍ଲୀ,୨୧।୮: ସମ୍ପ୍ରତି ଭାଜପା ସରକାରରେ କଂଗ୍ରେସର ବରିଷ୍ଠ ସଦସ୍ୟ ତଥା ପୂର୍ବତନ ଅର୍ଥ ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ପି. ଚିଦାମ୍ବରମ୍‌ଙ୍କ ମାମଲା ନେଇ ଦେଶର ରାଜନୈତିକ ସ୍ଥିତି ବେଶ୍‌ ସରଗରମ୍‌ ରହିଛି। ଇଡ଼ି ଏବଂ ସିବିଆଇ ପକ୍ଷରୁ ଚିଦାମ୍ବରମ୍‌ଙ୍କ ଉପରେ କଡ଼ା ପଦକ୍ଷେପ ଗ୍ରହଣ ପାଇଁ ଯୋଜନା କରାଯାଇଛି। ଚିଦାମ୍ବରମ୍‌ ଉପରେ ଦୁର୍ନୀତି ଅଭିଯୋଗ ଆସିଛି। ଏଭଳି ସମାନ ଘଟଣା ୨୦୧୦ ଜୁଲାଇ ୨୫ରେ ଘଟିଥିଲା। ସେତେବେଳେ ସ୍ବରାଷ୍ଟ୍ର ମନ୍ତ୍ରୀ ଥିଲେ ଚିଦାମ୍ବରମ୍‌। ସୋହରାବୁଦ୍ଦିନ୍‌ ଶେଖ୍‌ ଏନକାଉଣ୍ଟର ମାମଲାରେ ସିବିଆଇ ପକ୍ଷରୁ ବର୍ତ୍ତମାନର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ଗିରଫ କରାଯାଇଥିଲା। ଶାହଙ୍କୁ ୩ ମାସ ଜେଲ୍‌ ପଠାଯାଇଥିଲା। ତାଙ୍କୁ ୨ ବର୍ଷ ପର୍ଯ୍ୟନ୍ତ ଗୁଜରାଟରୁ ବାହାରେ ରହିବାର ନିର୍ଦ୍ଦେଶ ଦିଆଯାଇଥିଲା। ୨୦୧୦ ଅକ୍ଟୋବର ୨୯ରେ ଗୁଜରାଟ ହାଇକୋର୍ଟ ଶାହଙ୍କ ଜାମିନ୍‌ ମଞ୍ଜୁର କରିଥିଲେ। ୨୦୧୨ ପର୍ଯ୍ୟନ୍ତ ଶାହ ଗୁଜରାଟ ବାହାରେ ରହିଥିଲେ। ୨୦୧୨ରେ ଗୁଜରାଟ ବିଧାନସଭା ନିର୍ବାଚନ ପୂର୍ବରୁ ସୁପ୍ରିମ୍‌କୋର୍ଟ ଶାହଙ୍କୁ ରାଜ୍ୟକୁ ଯିବାର ଅନୁମତି ଦେଇଥିଲେ। ଏହାପରେ ୨୦୧୫ରେ ସିବିଆଇର ସ୍ବତନ୍ତ୍ର କୋର୍ଟ ଶାହଙ୍କୁ ସମସ୍ତ ଅଭିଯୋଗରୁ ମୁକ୍ତ କରିଥିଲେ। ଚିଦାମ୍ବରମ୍‌ ୨୦୦୮ ନଭେମ୍ବର ୨୯ରୁ ୨୦୧୨ ଜୁଲାଇ ୩୧ ପର୍ଯ୍ୟନ୍ତ ସ୍ବରାଷ୍ଟ୍ର ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ। ତେବେ ବର୍ତ୍ତମାନ ଶାହଙ୍କ ପରି ଚିଦାମ୍ବରମ୍‌ଙ୍କ ଅବସ୍ଥା ହୋଇଛି। ଦୀର୍ଘ ୧୦ ବର୍ଷ ପରେ ସମୟର ଚକ ଘୁରିଛି। ୨୦୧୯ ଅଗଷ୍ଟ ୨୧ରେ ସେହି ପୁରାତନ ସ୍ଥିତି ଫେରିଥିବା ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍‌ ଗଲେ ଭାସି: ଆଉ ତା’ପରେ…

ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…

ଆସିଲା ବଡ଼ ଖବର: ପୁଣି ବଢ଼ିବ LPG ସିଲିଣ୍ଡର ଦାମ୍‌! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୧୪।୯: ସମଗ୍ର ବିଶ୍ୱ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ପ୍ରଭାବ ବହନ କରୁଛି। ଶକ୍ତି ଯୋଗାଣରେ ବାଧା ସୃଷ୍ଟି ହେବା ଯୋଗୁଁ ଇନ୍ଧନ ମୂଲ୍ୟ…

ଗଣେଶ ଚତୁର୍ଥୀରେ ହଠାତ୍ କମିଗଲା ସୁନା ଦର, ରୁପା ବି ହେଲା ଶସ୍ତା

ନୂଆଦିଲ୍ଲୀ,୧୪ା୯: ସୁନା ଓ ରୁପା ଦରରେ ଗତ କିଛି ଦିନ ହେବ ଉତ୍‌ଥାନ-ପତନ ଲାଗି ରହିଛି । ସେପ୍ଟେମ୍ବର ୧୪, ଗଣେଶ ଚତୁର୍ଥୀ ଅବସରରେ ସୁନା କିଣିବାକୁ…

ପରିତ୍ୟକ୍ତ ଅବସ୍ଥାରେ ଜମ୍ବୁ ବ୍ରିଟିଶ ଲାଲ୍‌ କୋଠା, ଭୁଲ୍‌ କଲେ ଓଡ଼ିଶା ଲୋକଙ୍କୁ ଏଠାରେ ମିଳୁଥିଲା ଦଣ୍ଡ, ଆଉ ଏବେ…

ମହାକାଳପଡ଼ା,୧୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ବ୍ରିଟିଶ ଲାଲ କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଏହା ଓଡ଼ିଶାର ବ୍ରିଟିଶ ଶାସକମାନଙ୍କ…

ମୁମ୍ବାଇର ‘ସବୁଠୁ ଧନୀ ଗଣେଶ’; ୬୬ କେଜି ସୁନାରେ ସଜ୍ଜିତ ଗଣପତି; ୭୦୩ କୋଟିରୁ ଅଧିକ ଟଙ୍କାର ବୀମା

ମୁମ୍ବାଇ,୧୪।୯: ମୁମ୍ବାଇର ଗଣେଶୋତ୍ସବ କଥା ଉଠିଲେ ଲାଲବାଗଚା ରାଜାଙ୍କ ନାଁ ନିଶ୍ଚିତ ଭାବେ ଆସେ। ତେବେ ମାୟାନଗରୀରେ ଆଉ ଜଣେ ଗଣପତି ଅଛନ୍ତି, ଯାହାଙ୍କ ଦରବାରରେ ଭକ୍ତି…

ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୧୭ ଯାଏ ଲାଗିରହିବ…

ଭୁବନେଶ୍ୱର,୧୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଅତିକ୍ରମ କରି ରବିବାର ସନ୍ଧ୍ୟାସୁଦ୍ଧା ଦକ୍ଷିଣ ଛତିଶଗଡ଼ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ପଶ୍ଚିମ-ଉତ୍ତର…

ଗଣେଶ ଚତୁର୍ଥୀର ଶୁଭ ସଂଯୋଗ, ଗ୍ରହ ଚଳନରେ ଏହି ରାଶିଙ୍କ ଖୋଲିବ ଭାଗ୍ୟ!

ଆଜି ପବିତ୍ର ଗଣେଶ ଚତୁର୍ଥୀ । ଦିନସାରା ଚନ୍ଦ୍ର ତୁଳା ରାଶିରେ ଅବସ୍ଥାନ କରିବେ; ଯଦିଓ ନକ୍ଷତ୍ର ଚିତ୍ରାରୁ ସ୍ୱାତୀକୁ ପରିବର୍ତ୍ତନ ହେବ, ତଥାପି ରାଶିର କୌଣସି…

ବିରୂପା ନଦୀକୁ ଡେଇଁଲେ ଦମ୍ପତ୍ତି, ସ୍ତ୍ରୀ ଉଦ୍ଧାର, ସ୍ବାମୀ ଏବେ ବି…

ବରୀ,୧୪।୯(ମହେନ୍ଦ୍ର ସ୍ବାଇଁ/ଶୁଭାଶିଷ ରାଉତ ): ବିରୂପା ନଦୀର ବାଲିକୁଦା ସେତୁ ଉପରୁ ଜଣେ ଦମ୍ପତ୍ତି ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?