୧୦ ଭାଗ କର୍ମଚାରୀଙ୍କୁ ନେଇ ଚାଲିବ ଅଣଅତ୍ୟାବଶ୍ୟକ କାର୍ଯ୍ୟାଳୟ: ବିଭାଗୀୟ କାର୍ଯ୍ୟାଳୟ ଉପରେ ମଧ୍ୟ ଲାଗିଲା କଟକଣା

ଭୁବନେଶ୍ୱର,୨୩।୩(ବ୍ୟୁରୋ)- ସମସ୍ତ ଅଣ-ଅତ୍ୟାବଶକ (ନନ୍‌-ଏସେନ୍‌ସିଆଲ) କେନ୍ଦ୍ର ଯଥା ସରକାରୀ କାର୍ଯ୍ୟାଳୟ, ସାଧାରଣ ଉଦ୍ୟୋଗ, ବ୍ୟାଙ୍କ୍‌ ଓ ବୀମା କାର୍ଯ୍ୟାଳୟ ଆଦି ଶତକଡ଼ା ୧୦ ଭାଗ କର୍ମଚାରୀଙ୍କୁ ନେଇ ଚାଲିବ। ମହାମାରୀ ରୋଗ ଆଇନ୍‌-୧୮୯୭ର ଧାରା ୨ ଅନୁସାରେ ରାଜ୍ୟ ସରକାର ଏହି ନିର୍ଦ୍ଦେଶ ଦେଇଛନ୍ତି। ଏଥିନିମନ୍ତେ ସମ୍ପୃକ୍ତ କାର୍ଯ୍ୟାଳୟର ମୁଖ୍ୟ ଅଧିକାରୀ କର୍ମଚାରୀଙ୍କ ନାମ ଉଲ୍ଲେଖପୂର୍ବକ ନିର୍ଦ୍ଧାରିତ ଫର୍ମାଟ୍‌ରେ ସେମାନଙ୍କୁ ଯାତାୟାତ ନିମନ୍ତେ ଅନୁମତି ଦେବେ। ଭେଇକିଲ୍‌ ପାସ୍‌ ଦିଆଯାଇଥିବା ଅଧିକାରୀ ଓ କର୍ମଚାରୀଙ୍କ ତାଲିକା ମଧ୍ୟ କାର୍ଯ୍ୟାଳୟର ମୁଖ୍ୟ ସ୍ଥାନୀୟ ଥାନାକୁ ଜଣାଇବେ ବୋଲି କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ କହିଛନ୍ତି। ସେହିଭଳି ଅନ୍ୟ ବିଭାଗୀୟ କାର୍ଯ୍ୟାଳୟ ଉପରେ କଟକଣା ଲଗାଯାଇଛି। ଅତି ଗୁରୁତ୍ୱପୂର୍ଣ୍ଣ ବିଭାଗଗୁଡ଼ିକ ଶତକଡ଼ା ୫୦ ଭାଗ କର୍ମଚାରୀଙ୍କୁ ନେଇ ଚାଲିବ। କେଉଁ କର୍ମଚାରୀ ଓ ଅଧିକାରୀମାନେ କାର୍ଯ୍ୟାଳୟ ଆସିବେ, ତାହା ସମ୍ପୃକ୍ତ ବିଭାଗର ଶାସନ ସଚିବ ନିର୍ଦ୍ଧାରଣ କରିବେ। ଆଂଶିକ-ଗୁରୁତ୍ୱପୂର୍ଣ୍ଣ ବିଭାଗଗୁଡ଼ିକ ଶାସନ ସଚିବଙ୍କ ନିଷ୍ପତ୍ତି ଅନୁସାରେ ଶତକଡ଼ା ୧୦ ଭାଗ କର୍ମଚାରୀଙ୍କୁ ନେଇ ଚାଲିବ। ନନ୍‌-କ୍ରିଟିକାଲ ବିଭାଗଗୁଡ଼ିକର ଅଧିକାରୀ ଏବଂ କର୍ମଚାରୀମାନେ ସବୁବେଳେ ଫୋନ୍‌ ଯୋଗାଯୋଗରେ ରହିବେ। ଦରକାର ସମୟରେ ତାଙ୍କୁ ତତ୍‌କ୍ଷଣାତ୍‌ କାର୍ଯ୍ୟାଳୟକୁ ଡକାଯିବ ବୋଲି ବାଗ୍‌ଚୀ ସୂଚନା ଦେଇଚନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri