୧୦ ହଜାର ଲାଞ୍ଚ: ଭିଜିଲାନ୍ସ ଜାଲରେ, ବନରକ୍ଷୀ, ରାତ୍ର ଜଗୁଆଳି

ବ୍ରହ୍ମପୁର ଅଫିସ/ସୋରଡା(ଡି.ଏନ.ଏ.), ୨୮ା୫-ଗଞ୍ଜାମ ଜିଲା ସୋରଡ଼ା ବନଖଣ୍ଡ ଅଧୀନରେ ଥିବା ପିପଳପଙ୍କା ବନରକ୍ଷୀ ବିଷ୍ଣୁପ୍ରିୟା ଦାଶ ଜଣେ ଆଦିବାସୀଙ୍କ ନାମରେ ମାମଲା ରୁଜୁ ନ କରିବା ପାଇଁ ବୁଧବାର ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଲାଞ୍ଚ ଟଙ୍କା ବିଷ୍ଣୁପ୍ରିୟାଙ୍କ ନିର୍ଦ୍ଦେଶରେ ଫରେଷ୍ଟ ବିଟ୍‌ ହାଉସ୍‌ ରାତ୍ର ଜଗୁଆଳି ଗଣେଶ ପାତ୍ର ଢଉଗଁାର ଗାଙ୍ଗନା ମଣ୍ଡଳଙ୍କଠାରୁ ଗ୍ରହଣ କରିଥିଲେ ବୋଲି ଭିଜିଲାନ୍ସ ଏସ୍‌ପି ମାୟାଧର ସ୍ବାଇଁ ସୂଚନା ଦେଇଛନ୍ତି। ମାମଲା ନଂ. ୬/୨୦ରେ ବିଷ୍ଣୁପ୍ରିୟା ଓ ଗଣେଶଙ୍କୁ ଗିରଫ କରାଯାଇଛି। ଉଭୟଙ୍କୁ ଗୁରୁବାର କୋର୍ଟଚାଲାଣ କରାଯିବ ବୋଲି ସେ କହିଛନ୍ତି। ଅନ୍ୟପଟେ ଖବର ଲେଖା ହେବା ସୁଦ୍ଧା ଅସୁରବନ୍ଧରେ ରହୁଥିବା ବିଷ୍ଣୁପ୍ରିୟାଙ୍କ ବାସଭବନ ଓ ପିପଳପଙ୍କା କାର୍ଯ୍ୟାଳୟରେ ଭିଜିଲାନ୍ସ ଟିମ୍‌ ଖାନତଲାସ୍‌ ଜାରି ରଖିଥିବା ସେ କହିଛନ୍ତି।ଘଟଣାରୁ ପ୍ରକାଶ, ବିଷ୍ଣୁପ୍ରିୟାଙ୍କ ପୈତୃକ ଘର ହିଞ୍ଜିଳିକାଟୁ ହୋଇଥିବା ବେଳେ ୨୦୧୨ ମେ ୩୧ରେ ପିପଳପଙ୍କାରେ ସେ ବନରକ୍ଷୀ ଭାବେ ନିଯୁକ୍ତି ପାଇଥିଲେ। କିଛିଦିନ ତଳେ ଢଉଗଁାର ଗାଙ୍ଗନା ନିଜ ଜଙ୍ଗଲ ଜମି ସଫା କରିବା ସହ ଉକ୍ତ ଜମିକୁ ଲାଗିଥିବା ଏକ ଗଛ କାଟିଥିଲେ। ଖବର ପାଇ ବିଷ୍ଣୁପ୍ରିୟା ଗାଙ୍ଗନାଙ୍କୁ ନିଜ କାର୍ଯ୍ୟାଳୟକୁ ଡାକି ତୁମ ନାମରେ ମାମଲା ରୁଜୁ ହେବ ବୋଲି ଧମକ ଦେଇଥିଲେ। ମାମଲା ନ କରିବା ପାଇଁ ବିଷ୍ଣୁପ୍ରିୟା ୧୦ ହଜାର ଟଙ୍କା ଲାଞ୍ଚ ଦାବି କରିଥିଲେ। ପରେ ଗାଙ୍ଗନା ବ୍ରହ୍ମପୁର ଭିଜିଲାନ୍ସରେ ଅଭିଯୋଗ କରିଥିଲେ। ଯୋଜନା ମୁତାବିକ ବୁଧବାର ମଧ୍ୟାହ୍ନରେ ସେ ପିପଳପଙ୍କା ଫରେଷ୍ଟ ବିଟ୍‌ ହାଉସ୍‌କୁ ଯାଇ ବିଷ୍ଣୁପ୍ରିୟାଙ୍କୁ ଭେଟି ଲାଞ୍ଚ ଟଙ୍କା ଦେଇଥିଲେ। ହେଲେ ସେ ଟଙ୍କା ଗ୍ରହଣ ନ କରି ନିକଟରେ ଥିବା ରାତ୍ର ଜଗୁଆଳି ଗଣେଶଙ୍କୁ ଦେବାକୁ କହିଥିଲେ। ସେଠାରେ ପୂର୍ବରୁ ଛକି ରହିଥିବା ଭିଜିଲାନ୍ସ ଟିମ୍‌ ଚଢ଼ାଉ କରି ଟଙ୍କା ଜବତ କରିବା ସହ ବିଷ୍ଣୁପ୍ରିୟା ଓ ଗଣେଶଙ୍କୁ ଗିରଫ କରିଥିଲେ ବୋଲି ଏସ୍‌ପି ସ୍ବାଇଁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସପ୍ତାହରେ ବ୍ୟାଙ୍କ୍‌ରେ ୫ଦିନ ଓ଼୍ବାର୍କିଂ ଡେ? ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୫।୯: ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ (5-Day Work Week) ସମେତ ଅନ୍ୟ କିଛି ଦାବିକୁ ନେଇ ବ୍ୟାଙ୍କ ୟୁନିଅନଗୁଡ଼ିକ ସେପ୍ଟେମ୍ୱର ୨୮ ରୁ ତିନି ଦିନିଆ…

ବିପଦ ସଙ୍କେତ ଟପିଲା ବୈତରଣୀ, ସାଳନ୍ଦୀ ନଦୀ: ଭଦ୍ରକରେ ପୁଣି ବନ୍ୟା

ଭଦ୍ରକ,୨୫।୯(ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ବୁଡାଉ ଥିବା ୨ ପ୍ରମୁଖ ନଦୀରେ ଶୁକ୍ରବାର ପୁଣି ବନ୍ୟା ଆସିଛି l ବୁଧବାର ରାତିରୁ କ୍ରମାଗତ ବର୍ଷା ଲାଗି…

୩୦ ତାରିଖରେ ନୁହେଁ ଆଜି ଆସିବ ସାଲାରୀ ଟଙ୍କା, ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ସରକାର

ନୂଆଦିଲ୍‌ଲୀ,୨୫।୯: ସରକାରୀ କର୍ମଚାରୀଙ୍କ ପାଇଁ ସେପ୍ଟେମ୍ୱର ମାସ ଦୁଇଗୁଣ ଖୁସି ନେଇ ଆସିଛି। ସାଧାରଣତଃ ମାସର ଶେଷ ତାରିଖ ଅର୍ଥାତ ୩୦ କିମ୍ୱା ୩୧ ତାରିଖରେ ମିଳୁଥିବା…

ଲଗାଣ ବର୍ଷାରେ ବଢୁଛି ନଦୀ ଜଳସ୍ତର, ଦକ୍ଷିଣ ଓଡ଼ିଶାରେ ବନ୍ୟା

ଭୁବନେଶ୍ୱର,୨୫।୯: ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ବର୍ଷା ଯୋଗୁ ଦକ୍ଷିଣ ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ଜଳ ସମ୍ପଦ ବିଭାଗ…

ଏଡ୍‌ସକୁ ନେଇ ଭ୍ରାନ୍ତ ଧାରଣା ଦୂର ହେବା ଜରୁରୀ: କୁଇଜ ପ୍ରତିଯୋଗିତା ଆୟୋଜିତ

ବଲାଙ୍ଗୀର, ୨୫।୯ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସରକାରୀ ମହାବିଦ୍ୟାଳୟ ପରିସରରେ ଶୁକ୍ରବାର ଏଡ୍ସ ସଚେତନତା ଓ ସମ୍ବେଦନଶୀଳତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ଜିଲା ମୁଖ୍ୟ…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି…

ଜମିକୁ ଯାଇଥିଲେ ଅକ୍ରୁର: ଆକ୍ରମଣ କଲା ହାତୀ, ଆଉ ତା’ପରେ…

କେସିଙ୍ଗା,୨୫।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନଖଣ୍ଡ ଅଧୀନ ସିରୋଲ ଗ୍ରାମପଞ୍ଚାୟତର ପୋଢ଼ଖମ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅକ୍ରୁର…

ନିଜ ନକ୍ଷତ୍ରରେ ଶନି କଲେ ପ୍ରବେଶ: ୩ ରାଶିଙ୍କ ପଲଟିଯିବ ଭାଗ୍ୟ, ବ୍ୟବସାୟରେ ବମ୍ପର ଲାଭ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ରାଶି ପରିବର୍ତ୍ତନଠାରୁ ଆରମ୍ଭ କରି ନକ୍ଷତ୍ର ଗୋଚରକୁ ମଧ୍ୟ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନାଯାଏ। ଶନିଙ୍କ ଗତିବିଧିର ପ୍ରଭାବ ୧୨ଟି ରାଶି ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?