୧୦ବର୍ଷ ପରେ କାକଟପୁରକୁ ମନ୍ତ୍ରୀପଦ:ପ୍ରଥମ ଥର ବିଜୟୀ ହୋଇ ତୁଷାରକାନ୍ତି ହେଲେ ମନ୍ତ୍ରୀ, କର୍ମୀ ମନାଇଲେ ଉତ୍ସବ

କାକଟପୁର,୨୯।୫(ଡି.ଏନ୍‌.ଏ.): କାକଟପୁର ନିର୍ବାଚନମଣ୍ଡଳୀର ବିଧାୟକ ଭାବେ ପ୍ରଥମ ଥର ଲାଗି ଇଂ ତୁଷାରକାନ୍ତି ବେହେରା ନିର୍ବାଚିତ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନ୍ତ୍ରୀମଣ୍ଡଳରେ ରାଷ୍ଟ୍ରମନ୍ତ୍ରୀ ଭାବେ ବୁଧବାର ଶପଥ ଗ୍ରହଣ କରିଛନ୍ତି। ନିର୍ବାଚନ ପୂର୍ବର ଘଟଣାକ୍ରମକୁ ଯଦି ଦେଖାଯାଏ, ତେବେ ଭାଜପା ପ୍ରଥମେ ତୁଷାରଙ୍କୁ ବିଧାୟକ ପ୍ରାର୍ଥୀ ଭାବେ ଘୋଷଣା କରିଥିବା ବେଳେ ବିଜେଡି ପୂର୍ବତନ ବିଧାୟକ ସୁରେନ୍ଦ୍ର ସେଠୀଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଥିଲା। ହେଲେ ଏକ ନାଟକୀୟ ମୋଡ଼ରେ ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାଥ ନାୟକ ଓ ତାଙ୍କ ପୁଅ ତଥା ଅସ୍ତରଙ୍ଗ ବ୍ଲକ ଅଧ୍ୟକ୍ଷ ସ୍ବାଧିନ କୁମାର ନାୟକ ଭାଜପା ପ୍ରାର୍ଥୀ ତୁଷାରଙ୍କୁ ମନାଇ ବିଜେଡିରେ ମିଶାଇଥିଲେ। ଏଥିଯୋଗୁ ତୁଷାର ଭାଜପା ଟିକେଟ ଫେରାଇବା ସହ ଦଳରୁ ଇସ୍ତଫା ଦେଇଥିଲେ। ଏହି ଘଟଣାକୁ ନେଇ ଅନେକ ଚର୍ଚ୍ଚା ହୋଇଥିଲା। ନିର୍ବାଚନରେ ବିଜେଡି ପ୍ରାର୍ଥୀ ତୁଷାର ୪୫ହଜାରରୁ ଊର୍ଦ୍ଧ୍ୱ ଭୋଟ ପାଇ ବିଜୟୀ ହୋଇଥିବା ବେଳେ ଭାଜପା ପକ୍ଷରୁ ପ୍ରାର୍ଥୀ ହୋଇଥିବା ପ୍ରାର୍ଥୀ ତୃତୀୟ ସ୍ଥାନରେ ରହିଥିଲେ। ଏପରିସ୍ଥଳେ ତୁଷାରକାନ୍ତିଙ୍କୁ ମନ୍ତ୍ରୀମଣ୍ଡଳରେ ରାଷ୍ଟ୍ରମନ୍ତ୍ରୀ ହେବାର ସୁଯୋଗ ପ୍ରଦାନ କରାଯାଇଥିବାରୁ ସମଗ୍ର କାକଟପୁର ନିର୍ବାଚନମଣ୍ଡଳୀ ଅଞ୍ଚଳରେ ଆନନ୍ଦ ଖେଳିଯାଇଛି। ଦୀର୍ଘ ୧୦ ବର୍ଷ ପରେ କାକଟପୁର ବିଧାୟକଙ୍କୁ ମନ୍ତ୍ରୀ ପଦ ମିଳିଥିବାରୁ ବିଜେଡି କର୍ମୀ ମହଲରେ ଉତ୍ସାହ ବୃଦ୍ଧିପାଇଛି। ତୁଷାର ଶପଥ ଗ୍ରହଣ କରିବା ପରେ କାକଟପୁର, ଅସ୍ତରଙ୍ଗ, କୋଣାର୍କ, ଗୋପ, ନୟାହାଟ, ବାଲିଦୋକାନ ଆଦି ଅଞ୍ଚଳରେ ଦଳୀୟ କର୍ମୀମାନେ ବାଜା ବଜାଇ, ବାଣ ଫୁଟାଇ ଉତ୍ସବ ମନାଉଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ

ଗଞ୍ଜାମ,୭ା୫(ବିଦ୍ୟାଧର ସାହୁ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ରାମଗଡ଼ ପଞ୍ଚାୟତର ବିଭିନ୍ନ ଗ୍ରାମ ପରିଦର୍ଶନ କରିଛନ୍ତି। ଏପରିକି ପଞ୍ଚାୟତରେ ଚାଲିଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟ ତଦାରଖ…

ସରକାର ଗଠନ ପାଇଁ ବିଜୟଙ୍କ ନୂଆ ପ୍ଲାନ: ଏହି ଦଳଠାରୁ ସମର୍ଥନ ଲୋଡିଲେ, ବିଧାୟକମାନଙ୍କୁ ରିସର୍ଟକୁ ସ୍ଥାନାନ୍ତରିତ

ଚେନ୍ନାଇ,୭।୫: ତାମିଲନାଡୁରେ ସରକାର ଗଠନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ତୀବ୍ର ହୋଇଛି। ଅଭିନେତା ବିଜୟଙ୍କ ଦଳ, ତାମିଜାଗା ଭେଟ୍ରି କାଝାଗମ (TVK), ଏବେ ଜଣେ ଅତିରିକ୍ତ ବିଧାୟକଙ୍କ…

ଶ୍ୱଶୁର ଘରୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା, ଆଉ ତା’ପରେ…

ଥୁଆମୂଳ ରାମପୁର, ୭ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର-ଡୁମେରପଦର ମୁଖ୍ୟ ରାସ୍ତାର ଲାଠିଆଗୁଡ଼ା ଛକ ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ସ୍ୱାମୀଙ୍କ ମୃତ୍ୟୁ…

ବିଜୟ ଥାଲାପତି ସରକାର ଗଠନ ପାଇଁ BJPର ସମର୍ଥନ ଲୋଡିବେ? ଟିଭିକେଙ୍କ ପ୍ରତିକ୍ରିୟାରେ କଂଗ୍ରେସ ଖୁସି ହେବ ନା ନିରାଶ ହେବ?ଜାଣନ୍ତୁ…

ଚେନ୍ନାଇ,୭।୫: ବିଜୟ ଥାଲାପତିଙ୍କ ଦଳ, TVK (ତାମିଜାଗା ଭେଟ୍ଟ୍ରି କାଝାଗମ), ସରକାର ଗଠନ ପାଇଁ ତା’ର ପ୍ରୟାସକୁ ତୀବ୍ର କରିଛି। ଟିଭିକେ ବିଧାନସଭାରେ ୧୦୮ଟି ଆସନ ପାଇଛି,…

ଫଟୋ ଶେୟାର କରି ଖୁସି ଖବର ଦେଲେ ସୂର୍ଯ୍ୟକୁମାର

ନୂଆଦିଲ୍ଲୀ,୭।୫: ଚଳିତ IPL 2026 ସିଜିନ ମଧ୍ୟରେ ଭାରତୀୟ T20 ଅଧିନାୟକ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ଷ୍ଟାର ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କ ଘରେ ଖୁସିର ମାହୋଲ। ସୂର୍ଯ୍ୟକୁମାରଙ୍କ…

ରାସ୍ତା ପାର ହେଉଥିଲେ ହରିଣ, ଦ୍ରୁତ ଗତିରେ ଆସି ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

ଭଞ୍ଜନଗର,୭।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରସାଦ ଜାତୀୟ ରାଜପଥର ସୋରାଦେବୀ ମନ୍ଦିର ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଏକ ମାଈ ହରିଣ ଛୁଆ ଗୁରୁତର…

ପରିବାରର ଚାରି ଜଣଙ୍କ ମୃତ୍ୟୁ ଘଟଣାରେ ଆଶ୍ଚର୍ଯ୍ୟଜନକ ଖୁଲାସା: ତରଭୁଜ ନମୁନାରେ ମିଳିଲା…

ମୁମ୍ବାଇ,୭।୫: ତରଭୁଜ ଖାଇବା ପରେ ଗୋଟିଏ ପରିବାରର ଚାରି ଜଣଙ୍କ ମୃତ୍ୟୁ ମାମଲା ସମ୍ପର୍କରେ ଏକ ବଡ଼ ଖୁଲାସା ହୋଇଛି। ମୁମ୍ବାଇର ଭିଣ୍ଡି ବଜାର ଅଞ୍ଚଳରେ ଏହି…

ଆବାସ ଯୋଜନାରୁ ବଞ୍ଚିତ ଦାଶକାଠିଆ କଳାକାରଙ୍କ ପରିବାର

ରିଷିଡ଼ା,୭ା୫(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ ରାଜପୁର ପଞ୍ଚାୟତ ଗ୍ରାମର ଲୋକପ୍ରିୟ ଦାଶକାଠିଆ କଳାକାର ସ୍ୱର୍ଗତ ଇନ୍ଦ୍ରମଣି ଭୋଇଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri