ହିଞ୍ଜଳିକାଟୁ,୩ା୭(ଡି.ଏନ୍.ଏ.)- ୧୦ ବର୍ଷ ତଳେ ଘରୁ କେଉଁଆଡେ ଚାଲିଯାଇଥିଲେ। ୨ଦିନ ତଳେ ହଠାତ୍ ଘରକୁ ଫେରି ଜାଣିଲେ ୨ମାସ ତଳେ ସ୍ତ୍ରୀଙ୍କ ମୃତ୍ୟୁ ହୋଇଛି। ଏଥିରେ ମ୍ରିୟମାଣ ହୋଇ ଶେଷରେ ରଶି ଲଗାଇ ଜୀବନ ହାରିଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ହିଞ୍ଜିଳି ଥାନା ଶିକିରି ଗ୍ରାମରେ। ମୃତକ ହେଲେ ହିଞ୍ଜିଳି ବନ୍ଧହୁଡ଼ା ସାହିର ଦେବ ଦାସ (୫୦)। ମଙ୍ଗଳବାର ରାତିରେ ଦେବ ଶୋଇବାକୁ ଯାଇ ଘରୁ କେଉଁଆଡେ ଚାଲି ଯାଇଥିଲେ। ବୁଧବାର ସକାଳୁ ଋଷିକୂଲ୍ୟା ନଦୀକୁ ଗାଧୋଇ ଯାଥିବା ଲୋକେ ଶିକିରି ଜନସ୍ବାସ୍ଥ୍ୟ ବିଭାଗ ପମ୍ପ ହାଉସ ନିକଟ ରେଲିଂରେ ଦେବାଦାସଙ୍କ ଝୁଲନ୍ତା ମୃତଦେହ ଦେଖିଥିଲେ। ହିଞ୍ଜିଳି ପୋଲିସ ଘଟଣା ସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରିଥିଲା। ନଂ.୧୪/୧୯ରେ ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଛେଦ ପାଇଁ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଯାଇଥିଲା। ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯାଇଥିବା ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସ କହିଛନ୍ତି। ସ୍ତ୍ରୀଙ୍କ ମୃତ୍ୟୁରେ ସେ ମ୍ରିୟମାଣ ହୋଇ ଏପରି ନିଷ୍ପତି ନେଇଥିବା ଆଲୋଚନା ହେଉଥିବାବେଳେ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ କାରଣ ସ୍ପଷ୍ଟ ହେବ ବୋଲି ପୋଲିସ କହିଛି।
କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେଲା ଯୁକ୍ତ ୨ ପରୀକ୍ଷା
ଭଞ୍ଜନଗର,୧୮ା୨(ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ମାତୃଭାଷା ଓଡ଼ିଆ ପରୀକ୍ଷା ଦେଉଛନ୍ତି…
ଭବାନୀପାଟଣା ସହରରେ ଫୁଟିଲା ଗୁଳି
ଭବାନୀପାଟଣା,୧୮ା୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବିବିସିପଡ଼ା ହନୁମାନ ମନ୍ଦିର ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ହୋଇଛି। ସାମାନ୍ୟ ବଚସାରୁ ଜଣେ ମଦ୍ୟପ…
ହବ୍ରୁ ପରୀକ୍ଷା କେନ୍ଦ୍ରକୁ ଗଲା ପ୍ରଶ୍ନପତ୍ର, କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେବ ପରୀକ୍ଷା
ଭଞ୍ଜନଗର,୧୮ା୨((ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ବିଜ୍ଞାନ ଛାତ୍ରୀଛାତ୍ରଙ୍କ ମାତୃଭାଷା ଓଡ଼ିଆ…
ଲାଭ ନେଇଗଲା କଂଗ୍ରେସ
ଭୁବନେଶ୍ୱର,୧୮।୨(ସୁନିତ୍ ମିଶ୍ର): ୧୭ଶ ବିଧାନସଭାର ୬ଷ୍ଠ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଛି। ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ଅଭିଭାଷଣରୁ ଗୃହକାର୍ଯ୍ୟ ଆରମ୍ଭ ହୋଇଛି। ପ୍ରଥମ ଦିନ ଥିବାରୁ ଗୃହରେ…
ଏଇ ଭାରତରେ
ଭାରତରେ ଜଳ ସଙ୍କଟ ବିଷୟ ଆଲୋଚନା କଲାବେଳେ ମହାରାଷ୍ଟ୍ର ଲାଟୁର ଜିଲା ସ୍ଥିତି ସାମ୍ନାକୁ ଆସେ। ତେବେ ଏହି ଜିଲାର ବଂଶଓ୍ବାରଗ୍ରାମର ଗ୍ରାମବାସୀ ଜଳସଙ୍କଟ ଦୂର କରିବାରେ…
ରୋଜଗାରିଆ ଝିଅ ଓ ବେକାର ପୁଅ
ପୁରୁଷ ଓ ନାରୀ ଭଗବାନଙ୍କର ଏକ ଅନବଦ୍ୟ ସୃଷ୍ଟି। ପୁରୁଷ ଜନ୍ମ ନିଏ ନାରୀଠାରୁ ପୁଣି ବିନା ପୁରୁଷରେ ନାରୀର ଜନ୍ମ ଅସମ୍ଭବ। କି ଅଦ୍ଭୁତ ସମନ୍ବୟ।…
ପରିମାଣାତ୍ମକ ନା ଗୁଣାତ୍ମକ ଶିକ୍ଷା
ଥରେ ଜଣେ ରାଜନେତାଙ୍କ ସହିତ ସାକ୍ଷାତ ହେଲା। ପୂର୍ବତନ ଲୋକ ସଭା ସାଂସଦ। ବର୍ତ୍ତମାନର ସରକାରୀ ଦଳର ସେ ଜଣେ ପ୍ରତିଷ୍ଠିତ ନେତା। ବିଭିନ୍ନ ସଭା ସମିତିରେ…
ପ୍ରଣବଙ୍କ ଫାର୍ମ ହାଉସ ଜମି ମାପ ଚୁପ ଆରମ୍ଭ
ଯାଜପୁର/ଧର୍ମଶାଳା/ଚଢ଼େଇଧରା,୧୮।୨(ହର୍ଷବର୍ଦ୍ଧନ ବେହେରା/ବଟକୃଷ୍ଣ ପରିଡ଼ା/ଦିଲୀପ ପରିଡ଼ା): ସରକାରୀ ଜମି ଜବରଦଖଲ ଅଭିଯୋଗ ପରେ ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ମଙ୍ଗଳବାର ମାପଚୁପ ଆରମ୍ଭ ହୋଇଛି।…
Archives

