ହିଞ୍ଜଳିକାଟୁ,୩ା୭(ଡି.ଏନ୍.ଏ.)- ୧୦ ବର୍ଷ ତଳେ ଘରୁ କେଉଁଆଡେ ଚାଲିଯାଇଥିଲେ। ୨ଦିନ ତଳେ ହଠାତ୍ ଘରକୁ ଫେରି ଜାଣିଲେ ୨ମାସ ତଳେ ସ୍ତ୍ରୀଙ୍କ ମୃତ୍ୟୁ ହୋଇଛି। ଏଥିରେ ମ୍ରିୟମାଣ ହୋଇ ଶେଷରେ ରଶି ଲଗାଇ ଜୀବନ ହାରିଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ହିଞ୍ଜିଳି ଥାନା ଶିକିରି ଗ୍ରାମରେ। ମୃତକ ହେଲେ ହିଞ୍ଜିଳି ବନ୍ଧହୁଡ଼ା ସାହିର ଦେବ ଦାସ (୫୦)। ମଙ୍ଗଳବାର ରାତିରେ ଦେବ ଶୋଇବାକୁ ଯାଇ ଘରୁ କେଉଁଆଡେ ଚାଲି ଯାଇଥିଲେ। ବୁଧବାର ସକାଳୁ ଋଷିକୂଲ୍ୟା ନଦୀକୁ ଗାଧୋଇ ଯାଥିବା ଲୋକେ ଶିକିରି ଜନସ୍ବାସ୍ଥ୍ୟ ବିଭାଗ ପମ୍ପ ହାଉସ ନିକଟ ରେଲିଂରେ ଦେବାଦାସଙ୍କ ଝୁଲନ୍ତା ମୃତଦେହ ଦେଖିଥିଲେ। ହିଞ୍ଜିଳି ପୋଲିସ ଘଟଣା ସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରିଥିଲା। ନଂ.୧୪/୧୯ରେ ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଛେଦ ପାଇଁ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଯାଇଥିଲା। ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯାଇଥିବା ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସ କହିଛନ୍ତି। ସ୍ତ୍ରୀଙ୍କ ମୃତ୍ୟୁରେ ସେ ମ୍ରିୟମାଣ ହୋଇ ଏପରି ନିଷ୍ପତି ନେଇଥିବା ଆଲୋଚନା ହେଉଥିବାବେଳେ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ କାରଣ ସ୍ପଷ୍ଟ ହେବ ବୋଲି ପୋଲିସ କହିଛି।
ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ସାର କାରଖାନା ଇଫ୍କୋରେ ଉତ୍ପାଦନ ବନ୍ଦ
ପାରାଦୀପ,୨୨।୫(ଶରତ ରାଉତ):ଏସିଆ ମହାଦେଶର ସର୍ବବୃହତ୍ ସାର କାରଖାନା ପାରାଦୀପ ଇଫ୍କୋରେ ବୁଧବାରଠାରୁ ଉତ୍ପାଦନ ବନ୍ଦ ରହିଛି। କାରଣ ଉକ୍ତ କାରଖାନାରେ ଆବଶ୍ୟକ କଞ୍ଚାମାଲ ଅଭାବ ଦେଖାଦେଇଛି। ଏହାର…
ଅକାମୀ ହୋଇପଡିଛି ୨୬ ଲକ୍ଷର ପ୍ରୋଜେକ୍ଟ: ଚାଷୀ ହନ୍ତସନ୍ତ
କେସିଙ୍ଗା,୨୨।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା ଗ୍ରାମ ପଞ୍ଚାୟତ ଅଧିନସ୍ଥ ଭମରମାଲ ଗ୍ରାମ ନିକଟରେ ଜଳସେଚନ ପାଇଁ ଗତ ୨୦୨୦-୨୧ରେ ୨୬ ଲକ୍ଷ ୮୨…
ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ଦେଶୀ ମଦ-ବିଅର ଜବତ, ୧୦ ଗିରଫ
ବାଲେଶ୍ୱର,୨୨ା୫( ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି । ଭ୍ରାମ୍ୟମାଣ ସ୍କ୍ୱାର୍ଡ ନିରୀକ୍ଷକ…
ପରିସ୍ଥିତିର ଦାସ ମଣିଷ
ମହାନ୍ ମାନବବାଦୀ ନେତା ଆବ୍ରାହମ୍ ଲିଙ୍କନ ଥରେ କହିଥିଲେ, ”ମୁଁ ମୋର ସାମ୍ନା କରିଥିବା ପରିସ୍ଥିତିର ଫଳ“ ଅର୍ଥାତ୍ ସେ ଯେଉଁ ଆସନରେ ମଣ୍ଡିତ ଥିଲେ ତାହା…
ଜୀବନ ନଦୀର ଦୁଇ କୂଳ
ଶ୍ରଦ୍ଧାବାନ୍ ଲଭ୍ୟତେ ଜ୍ଞାନମ୍ ଓ ସଂଶୟାତ୍ମା ବିନଶ୍ୟତି’ର ମହତ୍ତ୍ୱ ହୃଦୟଙ୍ଗମ କରିବା ଉଚିତ। ଜ୍ଞାନ ପାଇଁ ସଂଶୟହୀନତା ଓ ଶ୍ରଦ୍ଧା ଉଭୟ ଆବଶ୍ୟକ, ଠିକ୍ ଯେପରି ଆଲୋକ…
ରଣନୀତିରୁ ଲାଭ
ଆମେରିକା ପୃଥିବୀର ଯେ କୌଣସି ସ୍ଥାନରେ ସାମରିକ ଆକ୍ରମଣ କରିବାକୁ ସକ୍ଷମ। ଏହାସହ ଅନ୍ୟ ଦେଶ ଉପରେ କ୍ଷତିକାରକ ଟାରିଫ୍ ଓ ପ୍ରତିବନ୍ଧକ ଲଗାଇବା ଏବଂ ସହଯୋଗୀଙ୍କ…
ଏଣିକି କୃଷକଙ୍କ କାର୍ଯ୍ୟ ହେବ ସହଜ: ଶୁଭାରମ୍ଭ ହେଲା…
ମହାକାଳପଡ଼ା, ୨୨ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କିଆର ବାଙ୍କସ୍ଥିତ କୃଷି ସୂଚନା ଓ ପରାମର୍ଶ କେନ୍ଦ୍ରଠାରେ ଖରିଫ୍ ଫସଲ ସମ୍ବନ୍ଧୀୟ କୃଷକ ପଞ୍ଜୀକରଣ, ସଫଳ…
କଲ୍ୟାଣସିଂହପୁର ଲ୍ୟାମ୍ପ ଏମ୍ଡିଙ୍କ ଘରେ ଭିଜିଲାନ୍ସ ରେଡ୍, ବେଆଇନ କାରବାର…
କଲ୍ୟାଣସିଂହପୁର,୨୨।୫(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ସମବାୟ ସମିତି ଲ୍ୟାମ୍ପରେ ହୋଇଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣା ନୂଆ ମୋଡ଼ ନେଇଛି।…
Archives

