୧୦ରୁ ଏଚ୍‌-୧ବି ଭିଜାର ପ୍ରିମିୟମ ପ୍ରୋସେସିଂ

ନୂଆଦିଲ୍ଲୀ,୯-୬: ଆମେରିକା ନାଗରିକତା ଏବଂ ଆପ୍ରବାସନ ସେବା(ୟୁଏସ୍‌ସିଆଇଏସ୍‌) ଆସନ୍ତା ୧୦ରୁ ଅବଶିଷ୍ଟ ଏଚ୍‌-୧ବି ଭିଜା ଆବେଦନରୁ ପ୍ରିମିୟମ ପ୍ରୋସେସିଂ ଆରମ୍ଭ କରିବ। ଏ ସମ୍ପର୍କରେ ଶୁକ୍ରବାର ବିଳମ୍ବିତ ରାତିରେ ଘୋଷଣା କରାଯାଇଛି। ଗତ ଏପ୍ରିଲ ପହିଲାରୁ ପ୍ରଥମ ପର୍ଯ୍ୟାୟରେ ଆର୍ଥିକ ବର୍ଷ ୨୦୨୦ ଲାଗି ଚେଞ୍ଜ ଅଫ୍‌ ଷ୍ଟାଟସ୍‌ ଥିବା ଆବେଦନଗୁଡ଼ିକର ପ୍ରଥମେ ସମାଧାନ କରାଯାଇଛି। ଅପ୍ସନ ଟ୍ରେନିଂ ପ୍ରୋଗ୍ରାମ ଅନ୍ତର୍ଗତରେ ଆମେରିକାରେ କାମ କରୁଥିବା ଏଫ୍‌-୧ ଭିଜାଧାରୀ ଛାତ୍ରୀଛାତ୍ର ଏମାନଙ୍କ ମଧ୍ୟରେ ରହିଛନ୍ତି। ସେମାନଙ୍କୁ ନିଯୁକ୍ତିଦାତା ଏଚ୍‌-୧ବି ଓ୍ବର୍କ ଭିଜା ସ୍ପନ୍ସର କରିଛନ୍ତି। ଦ୍ୱିତୀୟ ପର୍ଯ୍ୟାୟ ଜୁନରୁ ଆରମ୍ଭ ହେବା କଥା। ଉକ୍ତ ଯୋଜନାରେ ସ୍ପନ୍ସରିଂ ଏମ୍ପ୍ଲୟି ୧୪୧୦ ଡଲାର ଶୁଳ୍କ ପ୍ରଦାନ କରି ପ୍ରିମିୟମ ପ୍ରୋସେସିଂରେ ଅପ୍‌ଡେଟ କରିପାରିବେ। ଏହି ବ୍ୟବସ୍ଥାରେ ଭିଜା ପ୍ରଦାନ ବ୍ୟବସ୍ଥାକୁ ତ୍ୱରାନ୍ବିତ କରାଯାଇଥାଏ। ଭାରତୀୟ ଆଇଟି ପେସାଦାରଙ୍କ ନିକଟରେ ଏହା ଅତ୍ୟନ୍ତ ଲୋକପ୍ରିୟ ହୋଇଛି। ପ୍ରିମିୟମ ପ୍ରୋସେସିଂ ଅନ୍ତର୍ଗତରେ ଏଚ୍‌-୧ବି ଭିଜା ଆବେଦନ ସମ୍ପର୍କିତ ଯାଞ୍ଚ ୧୫ ଦିନ ମଧ୍ୟରେ କରାଯାଇଥାଏ। ଆର୍ଥିକ ବର୍ଷ ୨୦୨୦ ଲାଗି ୨.୦୧ ଲକ୍ଷ ଏଚ୍‌-୧ବି ଭିଜା ଆବେଦନ ମିଳିଛି, କିନ୍ତୁ ୮୫ହଜାର ବାର୍ଷିକ କୋଟା ଧାର୍ଯ୍ୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…

ଚାଷୀଙ୍କ ପାଇଁ ଖୁସି ଖବର: କିଷାନ କ୍ରେଡିଟ କାର୍ଡ ନିୟମରେ ବଡ଼ ପରିବର୍ତ୍ତନ କରିବ RBI

ମୁମ୍ବାଇ,୧୫ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି।…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ଏହି ୫ଟି ଦେଶରୁ ଭାରତକୁ ଆସୁଛି ବିପୁଳ ପରିମାଣରେ ସୁନା, ଜାଣନ୍ତୁ କେତେ ଟଙ୍କାର ହେଉଛି କାରବାର

ନୂଆଦିଲ୍ଲୀ,୧୪।୨:ଭାରତରେ ସୁନା ଆମଦାନୀକାରୀ: ଭାରତ ବିଶ୍ୱର ସବୁଠାରୁ ବଡ଼ ସୁନା ଆମଦାନୀକାରୀ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ଦେଶରେ ସୁନା ଉତ୍ପାଦନ ବହୁତ କମ, ଯେତେବେଳେ ଚାହିଦା (ଅଳଙ୍କାର,…

ଯୁବପିଢିଙ୍କୁ ପ୍ରତି ମାସରେ ମିଳିବ ୧୫୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ…

କୋଲକାତା,୧୪।୨: ପଶ୍ଚିମବଙ୍ଗ ସରକାର ଘୋଷଣା କରିଛନ୍ତି ଯେ ତାଙ୍କର ନୂତନ ଯୋଜନା, “ବାଙ୍ଗଲାର ଯୁବ ସାଥୀ”, ଏପ୍ରିଲ 1 ରୁ ଆରମ୍ଭ ହେବ। ଏହି ଯୋଜନା ମୂଳତଃ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri