୧୦ରେ ଓଡ଼ିଶା ଛୁଇଁପାରେ ମୌସୁମୀ

ଭୁବନେଶ୍ୱର,୨।୬(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ସୋମବାର କେରଳ ଛୁଇଁଛି। ଆଉ ୯ ଦିନ ପରେ ଓଡ଼ିଶାରେ ପାଦ ଥାପିବ। ସେଥିପାଇଁ ପାଗ ଅନୁକୂଳ ରହିଛି। ଆସନ୍ତା ୮ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ମୌସୁମୀ ଅଧିକ ସକ୍ରିୟ ହେବ ଏବଂ ଆଗକୁ ବଢ଼ିବ। ମୌସୁମୀ ଉପୂକଳ ଓଡ଼ିଶା ବାଲେଶ୍ୱର, ପୁରୀ ଦେଇ ରାଜ୍ୟକୁ ପ୍ରବେଶ କରିବ। ଉପକୂଳବର୍ତ୍ତୀ ଜିଲା କେନ୍ଦ୍ରାପଡ଼ା, କଟକ, ଯାଜପୁର, ବାଲେଶ୍ୱର, ଭଦ୍ରକ, ଜଗତ୍‌ସିଂହପୁର, ପୁରୀ ଆଦି ଜିଲାରେ ବର୍ଷା ପରିମାଣ ବଢ଼ିବ। ଚଳିତ ବର୍ଷ ମୌସୁମୀ ଭଲ ବର୍ଷିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଜୁନ୍‌ରୁ ସେପ୍ଟେମ୍ବର ମଧ୍ୟରେ ରାଜ୍ୟରେ ୯୬ରୁ ୧୦୪ ପ୍ରତିଶତ ବର୍ଷ ହେବ ବୋଲି ଅନୁମାନ କରାଯାଇଛି। ଜୁଲାଇରେ ୧୦୬ ମିଲିମିଟର ବର୍ଷା ହେବା ବେଳେ ଅଗଷ୍ଟରେ ୯୬ ପ୍ରତିଶତ ବର୍ଷା ହେବ ବୋଲି ଆକଳନ କରାଯାଇଛି। ବାତ୍ୟା ଅମ୍ଫନ୍‌ ଯୋଗୁ ମୌସୁମୀ ବିଳମ୍ବ ହେବ ବୋଲି କୁହାଯାଉଥିଲା। ମାତ୍ର ମୌସୁମୀ ଉପରେ ଏହାର କୌଣସି ପ୍ରଭାବ ପଡି ନାହିଁ। ମୌସୁମୀ ନିର୍ଦ୍ଧାରିତ ସମୟରେ କେରଳରେ ପହଞ୍ଚିଛି। ମୌସୁମୀ ଆସିବା ଯାଏ ରାଜ୍ୟରେ ତାତି ବଢ଼ିବ ନାହିଁ। ତାପମାତ୍ରା ୪୦ ଡିଗ୍ରୀ ତଳକୁ ଖସିଯିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଏବଂ ମାଲକାନଗିରି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହିତ କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ପୁରୀ, ଅନୁଗୋଳ, କଟକ, ଢେଙ୍କାନାଳ ଏବଂ ନୟାଗଡ଼ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri