୨୧ରେ ସିଏଏ ସପକ୍ଷରେ ରାଲି

କେନ୍ଦୁଝର,୬।୧(ସ୍ବ.ପ୍ର.): ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ପରିପ୍ରେକ୍ଷୀରେ କେନ୍ଦୁଝର ଭାଜପା ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ସୋମବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମାସ୍‌ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝି, ପୂର୍ବତନ ଏମ୍‌ପି ଅନନ୍ତ ନାୟକ ଓ ସୁକେଶି ଓରାମ ଯୋଗ ଦେଇ ଦେଶରେ ସିଏଏକୁ ନେଇ ଚାଲିଥିବା ବିବାଦର ପ୍ରକୃତ ତଥ୍ୟ ଉପସ୍ଥାପନ କରି ବିଭ୍ରାଟ ସୃଷ୍ଟି କରୁଥିବା ନେତା ଓ ଦଳକୁ କଟୁ ସମାଲୋଚନା କରିଛନ୍ତି। ଠିକ୍‌ ସମୟରେ ବିଲ ଅଣାଯାଇଥିଲା। ସମସ୍ତଙ୍କ ସମର୍ଥନ ଥିଲା। ତେବେ ରାଜନୈତିକ ଫାଇଦା ପାଇଁ ବିରୋଧ କରାଯାଉଥିବା କହିଥିଲେ। ଏହି ଆଇନ ଉପରେ ସଚେତନତା ସୃଷ୍ଟି ପାଇଁ ଏକ ମାସ ବ୍ୟାପୀ ଜନଜାଗରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି କହିଛନ୍ତି। ଜନସମ୍ପର୍କ ଅଭିଯାନ କରିବା ସହ ଲୋକଙ୍କ ପାଖକୁ ଯାଇ, ଶୋଭାଯାତ୍ରା, ପଞ୍ଚାୟତ, ୱାର୍ଡସ୍ତରରେ ସଚେତନ ସୃଷ୍ଟି କରାଯିବ। ଅପପ୍ରଚାର କରି ଏହାର ରାଜନୈତିକ ଫାଇଦା ଉଠାଇ କେନ୍ଦ୍ର ସରକାରଙ୍କୁ ବଦନାମ କରିବା ଓ ଆନ୍ଦୋଳନକୁ ତୀବ୍ର କରିବା କରିବା ପାଇଁ ବିରୋଧୀ ଦଳମାନେ ଉଦ୍ୟମ କରୁଛନ୍ତି ବୋଲି ସେ କହିଛନ୍ତି। ଆସନ୍ତା ୨୧ ତାରିଖରେ ଜିଲା ମୁଖ୍ୟାଳୟରେ ସପକ୍ଷ ରାଲି ହେବ। ସେହିପରି ବୁଦ୍ଧିଜୀବୀ ସମ୍ମିଳନୀ ଆୟୋଜନ ବୋଲି ଜିଲା ସଭାପତି ସୂଚନା ଦେଇଛନ୍ତି। ଆଗାମୀ ଦିନରେ ଦର୍‌ ଦାମ ନିୟନ୍ତ୍ରଣ, ଆତ୍ମ ନିଯୁକ୍ତି, କର୍ମ ନିଯୁକ୍ତି ଆଦି ଉପରେ ଅଧିକ ଗୁରୁତ୍ୱ ଦିଆଯାଇ ସମାଧାନ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସଷ୍ଟାଣ୍ଡକୁ ଯାଉଥିବାବେଳେ ଧକ୍କା ଦେଇଥିଲା ବାଇକ, ଆଜି ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଯୁଧିଷ୍ଠିରଙ୍କ ଜୀବନ

ଦିଗପହଣ୍ଡି,୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗ୍ରାମର ବ୍ୟକ୍ତି ଏଚ.ଯୁଧିଷ୍ଠିର ରେଡ୍ଡୀ(୫୪) ଗତ ମେ ୨୪ ତାରିଖ ସନ୍ଧ୍ୟାରେ ବାଇକ ଧକ୍କାରେ ଗୁରୁତର…

ଯଦି ମୁଁ ବିବାହ କରିବି ମୋ’ ବାନ୍ଧବୀଙ୍କୁ, ୨ ଯୁବତୀ ଏମିତି ଜିଦ୍‌ ଧରିବାରୁ ପରିବାର ଲୋକେ…

ଲକ୍ଷ୍ନୌ,୩ା୬: ଉତ୍ତରପ୍ରଦେଶର ମୁଜାଫରନଗର ଜିଲାରୁ ପୁଣି ଥରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇଦିନ ହେବ ଖତୌଲି ପୋଲିସ ଷ୍ଟେଶନରେ ଦୁଇ ଯୁବତୀଙ୍କ ସହିତ ଜଡ଼ିତ…

ଟାର୍ଗେଟ୍‌ରେ ଖାନ ସାର୍‌: କୋଚିଂ ସେଣ୍ଟର ଉଡ଼ାଇ ଦେବାକୁ ଧମକ

ପାଟନା,୩।୬: ବିହାରର ପାଟନାରେ ଖାନ ସାରଙ୍କ କୋଚିଂ ସେଣ୍ଟର ଉପରେ ଆକ୍ରମଣ ହୋଇଛି। ଏହି ଆକ୍ରମଣ ସାରା ବିହାରରେ ଆତଙ୍କ ସୃଷ୍ଟି କରିଛି। ମଙ୍ଗଳବାର ବିଳମ୍ବିତ ରାତିରେ…

ପୁଣି କୋଟିଆରେ ଉପସ୍ଥିତି ଜାହିର କଲା ଆନ୍ଧ୍ର: ପଛଘୁଞ୍ଚା ନଦେଇ ଅନୁପ୍ରବେଶ କଲେ ଅଧିକାରୀ

ପଟ୍ଟାଙ୍ଗି, ୩।୬ (ଶରତ କୁମାର ଧଳ): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗି ବ୍ଲକ୍ ଅଧୀନରେ ଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପୁଣିଥରେ ପଡୋଶୀ ଆନ୍ଧ୍ର ପ୍ରଦେଶର ପଦାଧିକାରୀମାନେ…

ବିଜେଡି ଛାଡ଼ିଲେ ପୂର୍ବତନ କର୍ପୋରେଟର, ନବୀନଙ୍କୁ ଇସ୍ତଫାପତ୍ର ପଠାଇ କହିଲେ…

କଟକ,୩ା୬: ଜଣଙ୍କ ପରେ ଜଣେ ନେତା ବିଜେଡିର ହାତ ଛାଡୁଛନ୍ତି। ଦେବାଶିଷଙ୍କ ପରେ ଏବେ ବିଜେଡି ଛାଡ଼ିଛନ୍ତି କଟକର ପୂର୍ବତନ କର୍ପୋରେଟର ରଞ୍ଜନ ବିଶ୍ୱାଳ। ସେ ତାଙ୍କର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ: ୧୦ ଜଣ ଜିଅନ୍ତା ଜଳିଗଲେ,ବଢ଼ିପାରେ ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୩।୬: ଦିଲ୍ଲୀର ମାଲବ୍ୟ ନଗରରେ ଏକ ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣାରେ ୧୦ ଜଣଙ୍କର ମୃତ୍ୟୁ ହୋଇଛି। ମୃତ୍ୟୁ ସଂଖ୍ୟା ବଢ଼ିପାରେ ବୋଲି ସୂଚନା…

ମନ୍ତ୍ରୀଙ୍କ ବଡ଼ ସୂଚନା: ଖରା ଛୁଟି ପୂର୍ବରୁ ସ୍କୁଲ ପିଲାଙ୍କ ପାଖରେ ପହଞ୍ଚିବ ବହି

ଭୁବନେଶ୍ୱର, ୩।୬: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନ୍ଦ ଗଣ୍ଡ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଖରା ଛୁଟି ପୂର୍ବରୁ ସ୍କୁଲ ପିଲାଙ୍କ ପାଖରେ ପହଞ୍ଚିବ…

ଦିଅର ମାଡ଼ରେ ଚାଲିଗଲା ଭାଉଜଙ୍କ ଜୀବନ: ପାରିବାରିକ କଳହ ସାଜିଲା କାଳ

ଧର୍ମଶାଳା, ୩।୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ସାରୋଇ ଗ୍ରାମରେ ଦିଅର ମାଡ଼ରେ ତାଙ୍କ ଭାଉଜଙ୍କ ମୃତ୍ୟୁ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ପାରିବାରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri