Posted inଖେଳ

୧୦୦ ଅନ୍ତର୍ଜାତୀୟ ଟି୨୦ ଖେଳିଥିବା କ୍ଲବରେ ଆଲିସା ହେଲି

ସିଡ୍‌ନୀ,୩୦।୯(ପିଟି): ଗତକିଛି ବର୍ଷ ହେଲା ଅଷ୍ଟ୍ରେଲିଆ ମହିଳା କ୍ରିକେଟ ଦଳର ଗୁରୁତ୍ୱପୂର୍ଣ୍ଣ ସଦସ୍ୟ ହୋଇ ରହିଥିବା ଉଇକେଟକିପର ଆଲିସା ହେଲି ସୋମବାର କ୍ୟାରିୟରର ୧୦୦ତମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିଛନ୍ତି। ମହିଳା କ୍ରିକେଟରଙ୍କ ମଧ୍ୟରେ ସେ ୯ମ ଖେଳାଳି ଭାବେ ଏହି ସମ୍ମାନଜନକ କ୍ଲବରେ ସାମିଲ ହୋଇଛନ୍ତି। ୨୯ ବର୍ଷୀୟ କ୍ରିକେଟର ଶ୍ରୀଲଙ୍କା ବିପକ୍ଷ ଟି୨୦ ମ୍ୟାଚ୍‌ ଅବସରରେ ଏହି ମାଇଲଷ୍ଟୋନ ଛୁଇଁଛନ୍ତି। ତେବେ କ୍ୟାରିୟରର ୧୦୦ ତମ ଟି୨୦ ମ୍ୟାଚ୍‌ରେ ଆଲିସା ସେତେଟା ଭଲ ପ୍ରଦର୍ଶନ କରିପାରି ନ ଥିଲେ। ସେ ୧୫ ବଲର ସମ୍ମୁଖୀନ ହୋଇ ୨ ଚୌକା ଓ ଗୋଟିଏ ଛକା ବଳରେ ୨୧ ରନ୍‌ କରି ଆଉଟ୍‌ ହୋଇଥିଲେ। ତାଙ୍କ ବ୍ୟତୀତ ଅନ୍ୟ କୌଣସି ବ୍ୟାଟ୍ସଓମ୍ୟାନଙ୍କୁ ଶ୍ରୀଲଙ୍କା ବୋଲରମାନେ ଆଉଟ୍‌ କରିପାରି ନ ଥିଲେ। ବେଥ ମୁନିଙ୍କ ୨୮ ଓ ଏରିନ ବନର୍‌ସଙ୍କ ଅପରାଜିତ ୩୦ ରନ୍‌ ବଳରେ ମାତ୍ର ୯.୪ ଓଭରରେ ୮୮ ରନ୍‌ କରି ଅଷ୍ଟ୍ରେଲିଆ ମ୍ୟାଚ୍‌ ଜିତିନେଇଥିଲା। ଆଲିସା ଅଷ୍ଟ୍ରେଲିଆର ଦ୍ୱିତୀୟ ମହିଳା ଖେଳାଳି ଭାବେ ୧୦୦ ଅନ୍ତର୍ଜାତୀୟ ଟି୨୦ ଖେଳିଛନ୍ତି। ଏହି ମାଇଲଷ୍ଟୋନ ସ୍ପର୍ଶ କରିବାରେ ଏଲିସେ ପେରି ପ୍ରଥମ ଅଷ୍ଟ୍ରେଲିଆନ।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇ ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri