୧୦୦ ଅଭିଯୋଗ ଶୁଣିଲେ ଜିଲାପାଳ

ବାଲିଅନ୍ତା,୧୧ା୧୧(ଡି.ଏନ୍‌.ଏ.): ବାଲିଅନ୍ତା ବ୍ଲକ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ସୋମବାର ଖୋର୍ଦ୍ଧା ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସୀତାଂଶୁ କୁମାର ରାଉତ ଯୋଗଦେଇ ୧୦୦ଟି ଅଭିଯୋଗ ଉପରେ ଶୁଣାଣି କରିଥିଲେ । ଏଥିରେ ୯୭ଟି ବ୍ୟକ୍ତିଗତ ଓ ୩ଟି ସାମୂହିକ ଅଭିଯୋଗ ରହିଥିଲା। ବାଲିଅନ୍ତା ସରକାରୀ ଉଚ୍ଚ ବିଦ୍ୟାଳୟରେ ସ୍ଥାୟୀ ପ୍ରଧାନଶିକ୍ଷକ ନିଯୁକ୍ତି ସହ ଡେପୁଟେଶନରେ ଥିବା ଜଣେ ଶିକ୍ଷକଙ୍କୁ ଫେରାଇ ଆଣିବା ପାଇଁ ଜିଲାପାଳଙ୍କ ନିକଟରେ ଦାବି ହୋଇଥିଲା। ଏ ନେଇ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଜିଲାପାଳ ଉପସ୍ଥିତ ଜିଲାଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସେହିଭଳି ବଇଁଚୁଆ ବିଶ୍ୱନାଥ ପ୍ରାଥମିକ ବିଦ୍ୟାଳୟ ପରିସରରେ ଥିବା ବାତ୍ୟା ଆଶ୍ରୟସ୍ଥଳ ଗୃହକୁ ମରାମତି ପାଇଁ ସ୍ଥାନୀୟ ଲୋକେ ଦାବି କରିଥିଲେ। ଏହି ଶିବିରରେ ୧୯ଜଣ ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ଫାଣ୍ଡିରୁ ଓ ୨ଜଣଙ୍କୁ ରେଡକ୍ରସ ତରଫରୁ ସହାୟତା ରାଶି ପ୍ରଦାନ କରାଯାଇଥିଲା। ଏହାସହ ୩ଜଣଙ୍କୁ ଟ୍ରାଇସାଇକେଲ, ଗୋଟିଏ ହ୍ବିଲଚେୟାର ଓ ଗୋଟିଏ ଆଶାବାଡ଼ି ଜିଲାପାଳ ରାଉତ ବଣ୍ଟନ କରିଥିଲେ। ଏଥିରେ ଜିଲା ଅଭିଯୋଗ ଅଧିକାରୀ ରବି ନାରାୟଣ ପାଢ଼ୀ, ଉପଜିଲାପାଳ ଦେବବ୍ରତ ସାହୁ, ତହସିଲଦାର ରଶ୍ମିରେଖା ପ୍ରଧାନ, ଜିଲା ସମାଜ ସୁରକ୍ଷା ଅଧିକାରୀ ଅଶୋକ କୁମାର ପାତ୍ର, ଜୋନ-୪ ଏସିପି ଅମରେନ୍ଦ୍ର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୧୬ରେ ବଡ଼ ନିଷ୍ପତ୍ତି ନେବେ ଏମଏସ ଧୋନୀ! CSK ମ୍ୟାଚ୍…

ନୂଆଦିଲ୍ଲୀ,୧୫।୪:  ଏମଏସ ଧୋନୀ ଏପ୍ରିଲ ୧୬ରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ନିଷ୍ପତ୍ତି ତାଙ୍କର ପରବର୍ତ୍ତୀ ଆଇପିଏଲ ୨୦୨୬ ମ୍ୟାଚରେ ଅଂଶଗ୍ରହଣ କରିବା…

ରାଜଧାନୀରେ ଚାଞ୍ଚଲ୍ୟ: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା

ଭୁବନେଶ୍ୱର,୧୫।୪: ଟ୍ୟୁଶନ ଯାଇ ନିଖୋଜ ହେଲେ ନାବାଳିକା। ଏଭଳି ଅଭାବନୀୟ ଘଟଣା ଘଟିଛି ନୟାପଲ୍ଲୀ ଥାନା ଅଞ୍ଚଳରେ। ନୟାପଲ୍ଲୀ ଥାନା ସାଲିଆସାହି ନାବାଳିକାଙ୍କ ପତ୍ତା ମିଳୁନି ।…

ମୋକିମଙ୍କ ନୂଆ ଦଳରେ ସୋଫିଆ? ରାଜ୍ୟ ରାଜନୀତିରେ ଚହଳ

ଭୁବନେଶ୍ୱର,୧୫।୪: ନୂଆ ଆଞ୍ଚଳିକ ଦଳ ଲୋକାର୍ପଣ କଲେ ମହମ୍ମଦ ମୋକିମ। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଏକ ବିରାଟ ସମାବେଶରେ ଲୋକାର୍ପଣ ହେଲା ନୂଆଦଳ। ମୋକିମଙ୍କ ନୂଆ ଦଳ…

ସମ୍ବଲପୁରରେ ବଡ଼ ଘୋଷଣା କଲେ କେନ୍ଦ୍ରମନ୍ତ୍ରୀ : ଉଦ୍‌ଘାଟିତ ହେଲା ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ

ସମ୍ବଲପୁର,୧୫।୪(ପ୍ରମୋଦ ବହିଦାର): ସମ୍ବଲପୁରର ଐତିହାସିକ ଗୌରବକୁ ନୂଆ ପରିଚୟ ଦେବା ପାଇଁ ବୁଧବାର ବୀର ସୁରେନ୍ଦ୍ର ସାଏ ସଂଗ୍ରହାଳୟ ଲୋକାର୍ପିତ ହୋଇଯାଇଛି। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ଅବନୀତଙ୍କ ଗ୍ଲାମରସ୍‌ ଲୁକ୍‌କୁ ନେଇ ଉଠିଲା ପ୍ରଶ୍ନ

ଅଭିନେତ୍ରୀ ଅବନୀତ କୌର ଯେତିକି ଗ୍ଲାମରସ୍‌ ସେତିକି ଚର୍ଚ୍ଚିତ ମଧ୍ୟ। ନିଜ ଚମକଦାର ଲୁକ ପାଇଁ ପ୍ରାୟତଃ ପ୍ରଶଂସା ସାଉଁଟନ୍ତି। ନିକଟରେ ସେ ତାହା ତ୍ୱଚାରେ ବୋଟକ୍ସ…

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ସର୍ବନିମ୍ନ ମୌଳିକ ଦରମା…

ନୂଆଦିଲ୍ଲୀ,୧୫।୪: ଅଷ୍ଟମ ବେତନ କମିଶନକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ବେତନ କମିଶନର ସରକାରୀ ୱେବସାଇଟ ମଧ୍ୟ ବିଭିନ୍ନ ସହରର ଅଂଶୀଦାରମାନଙ୍କ ସହିତ ଆଲୋଚନା ପାଇଁ ଏକ…

ରାଘବ ଚଢାଙ୍କୁ କେନ୍ଦ୍ର ଦେଲା ‘Z’ ସିକ୍ୟୁରିଟି, ଏଏପିକୁ ଝଟ୍‌କା

ନୂଆଦିଲ୍ଲୀ,୧୫।୪: ପଞ୍ଜାବର ଆମ ଆଦମୀ ପାର୍ଟି (ଆପ) ସରକାର ରାଘବ ଚଢାଙ୍କ ସୁରକ୍ଷା ପ୍ରତ୍ୟାହାର କରିନେଇଛି, ଯାହା ପରେ କେନ୍ଦ୍ର ସରକାର ତାଙ୍କୁ ‘Z’ ବର୍ଗର ସୁରକ୍ଷା…

ଗଜପତି ପାଇଁ ଗୌରବ ଆଣିଲେ ଯାଜ୍ଞସେନୀ: ପ୍ରବନ୍ଧ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରି ମୁଖ୍ୟମନ୍ତ୍ରୀଙ୍କଠୁ ପାଇଲେ ପୁରସ୍କାର

ମୋହନା,୧୫।୪( ମନ୍ମଥ ମିଶ୍ର ): ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଓଡ଼ିଶା ସରକାର ପକ୍ଷରୁ ଓଡ଼ିଆ ସାହିତ୍ୟ ପକ୍ଷ ୨୦୨୬ ପ୍ରବନ୍ଧ ଲିଖନ ପ୍ରତିଯୋଗିତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri