Posted inଜାତୀୟ

୧୦୦ ଦିନ ପରେ ଖାଲି ହେଲା ଶାହିନବାଗ

ନୂଆଦିଲ୍ଲୀ,୨୪।୩: ଦୀର୍ଘ ପ୍ରାୟ ୧୦୦ ଦିନର ଆନ୍ଦୋଳନ ପରେ ମଙ୍ଗଳବାର ଖାଲି ହୋଇଛି ଶାହିନବାଗ। ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ସେଠାରେ ଚାଲିଥିବା ଆନ୍ଦୋଳନ କରୋନା ଭାଇରସ କାରଣରୁ ଶେଷ ହୋଇଥିବା ସୂଚନା ମିଳିଛି। କୁହାଯାଉଛି ଯଦି କରୋନା ଭାଇରସ ଆସି ନ ଥାଆନ୍ତା ତେବେ ଶାହିନବାଗ କେବେ ଖାଲି ହୋଇଥାଆନ୍ତା ତାହା କହିବା ମୁସ୍କିଲ ହୋଇଯାଇଥିଲା। ପୋଲିସ ଓ ପ୍ରଶାସନ ବହୁବାର ଚେଷ୍ଟା କରିଥିଲେ ମଧ୍ୟ ଏଠାରେ ଆନ୍ଦୋଳନରେ ବସିଥିବା ମହିଳା ଓ ଶିଶୁମାନେ ଉଠିବାର ନାଁ ନେଉ ନ ଥିଲେ। ତେବେ ମଙ୍ଗଳବାର ଶାହିନ ବାଗ ଖାଲି ହେବା ସମୟରେ ଏହାକୁ ବିରୋଧ କରୁଥିବା ପ୍ରାୟ ୯ ଜଣଙ୍କୁ ପୋଲିସ ଅଟକ ରଖିଥିବା ଜଣାପଡିଛି। ଶାହିନବାଗର ଆନ୍ଦୋଳନସ୍ଥଳରୁ ମହିଳାମାନଙ୍କୁ ହଟାଇବା ସମୟରେ ପାଖାପାଖି ୨୫ କମ୍ପାନୀ ସୁରକ୍ଷାକର୍ମୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

ଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

ଭୁବନେଶ୍ୱର,୩ା୪: ରାଜଧାନୀରେ ପୁଣି ଥରେ ଧକ୍କା କରିଛି ଆମ ବସ୍‌। ଏହି ବସ୍‌ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍‌ରେ ଯିବା ସମୟରେ…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

IRGCର ହିଟ ଲିଷ୍ଟରେ ୮ଟି ପ୍ରମୁଖ ଉପସାଗରୀୟ ସେତୁ; B1 ସେତୁ ଉପରେ ଆମେରିକା-ଇସ୍ରାଏଲ କାର୍ଯ୍ୟାନୁଷ୍ଠାନ ଯୋଗୁ ଇରାନ କ୍ରୋଧିତ

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକା ଏବଂ ଇସ୍ରାଏଲ ଇରାନର ସବୁଠାରୁ ଉଚ୍ଚ ସେତୁ – B1 -କୁ ଟାର୍ଗେଟ କରିଥିଲେ, ଯାହା ଏହି ଅଞ୍ଚଳରେ…

ଅବକାରୀ ବିଭାଗର ନୂଆ ଗାଇଡଲାଇନ: ଏଣିକି ଏମିତି ମିଳିବ ମଦ

ଭୁବନେଶ୍ୱର,୩।୪: ଅବକାରୀ ବିଭାଗ ନୂଆ ଗାଇଡଲାଇନ ଆଣିଛି। ଏଣିକି ଟେଟ୍ରା ପ୍ୟାକରେ ମଦ ମିଳିବ। ଟେଟ୍ରା ପ୍ୟାକରେ ରହିବ ୬ଟି ସୁରକ୍ଷା ଲେୟର। ୧୮୦ ମିଲି ପର୍ଯ୍ୟନ୍ତ…

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

ଯୁଦ୍ଧ ମଧ୍ୟରେ ହଠାତ୍‌ ୟୁ-ଟର୍ନ ନେଲେ ଟ୍ରମ୍ପ, କହିଲେ ଇରାନୀ ଲୋକମାନେ ବହୁତ ଶକ୍ତିଶାଳୀ, ମୁଁ ସେମାନଙ୍କୁ…

ଓ୍ବାଶିଂଟନ୍‌,୩।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ କାର୍ଯ୍ୟ ଅପେକ୍ଷା ତାଙ୍କ ଅଜବ ବୟାନ ପାଇଁ ଅଧିକ ପ୍ରସିଦ୍ଧ। ଇରାନ ସହିତ ଆମେରିକା-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଟ୍ରମ୍ପ…

ଟ୍ରମ୍ପଙ୍କ ମିଛର ପର୍ଦ୍ଦାଫାସ କଲା ଆମେରିକୀୟ ରିପୋର୍ଟ: ଖୋଲିଗଲା ସବୁ ପୋଲ୍‌, ଏବେ ବି..

ନୂଆଦିଲ୍ଲୀ,୩।୪:ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ପ୍ରମୁଖ ଗୋଇନ୍ଦା ରିପୋର୍ଟ ଆମେରିକା ଏବଂ ଇସ୍ରାଏଲର ଦାବି ଉପରେ ପ୍ରଶ୍ନ ଉଠାଇଛି। ଆମେରିକୀୟ ଗୋଇନ୍ଦା ସୂତ୍ରରୁ ଜଣାପଡିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri