୧୦୦ ପଞ୍ଜୀକୃତଙ୍କଠାରେ କରୋନା ଲକ୍ଷଣ ସନ୍ଦେହ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ ନୂଆ କରୋନା ପଜିଟିଭ୍‌ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି। ସେହି ୨ଜଣ ପଜିଟିଭ୍‌ ଆକ୍ରାନ୍ତ ରହିଛନ୍ତି। ଏହି ଦୁଇ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ୪୫ ଜଣଙ୍କୁ ଡାକ୍ତରଖାନାରେ ଆଇସୋଲେଶନ୍‌ରେ ରଖାଯାଇଛି। ବର୍ତ୍ତମାନ ସୁଦ୍ଧା ୩୮୬୧ ଜଣ ୧୦୪ ହେଲ୍ପଲାଇନ୍‌ ଏବଂ ପୋର୍ଟାଲ୍‌ ଜରିଆରେ ନାମ ପଞ୍ଜୀକରଣ କରିଛନ୍ତି। ଏମାନଙ୍କ ମଧ୍ୟରୁ ୧୦୦ଜଣଙ୍କ ପାଖରେ କିଛି କିଛି ଲକ୍ଷଣ ଥିବା ସନ୍ଦେହ କରାଯାଉଛି। ସେଥିପାଇଁ ଆବଶ୍ୟକ ପଦକ୍ଷେପ ନିଆଯାଉଛି ବୋଲି କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ କହିଛନ୍ତି। ଓଡ଼ିଶାରେ ୧୧୦ଟି ନମୁନା ପରୀକ୍ଷା ପାଇଁ ପଠାଯାଇଥିବାବେଳେ ସମସ୍ତ ନମୁନାର ରିପୋର୍ଟ ମିଳିଛି। ସବୁ ଥଣ୍ଡା, ଜ୍ୱର କୋଭିଡ୍‌ ୧୯ ନୁହେଁ। ଯଦି ଜ୍ୱର ଅଧିକ ରହୁଛି ଓ ଶ୍ୱାସରେ କଷ୍ଟ ହେଉଛି ତେବେ ୧୦୪କୁ ଫୋନ୍‌ କରନ୍ତୁ। ଆପଣ ରୋଗୀକୁ ନେଇ ହସ୍ପିଟାଲ ଯାଆନ୍ତୁ ନାହିଁ। ନିଜେ ସଂକ୍ରମିତ ହେବା ସହିତ ଅନ୍ୟମାନେ ସଂକ୍ରମିତ ହେବେ। ୧୦୪ ନମ୍ବରକୁ ଫୋନ୍‌ କଲେ ରୋଗୀଙ୍କୁ ଡାକ୍ତରଖାନା ନେବା ଓ ଛାଡ଼ିଦେବା ବ୍ୟବସ୍ଥା କରାଯିବ। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ କୋଭିଡ୍‌-୧୯ ପରି ଲକ୍ଷଣ ହେତୁ ଅସୁସ୍ଥ ଅନୁଭବ କରୁଥିବା କର୍ମଚାରୀ ୧୪ ଦିନ ନିମନ୍ତେ କର୍ମସ୍ଥଳୀ ତ୍ୟାଗ କରି ଅଲଗା ରହିପାରିବେ। ସେହିପରି କୌଣସି ସରକାରୀ କର୍ମଚାରୀ ହେଳା ନ କରି ଆସନ୍ତା ୪୮ଘଣ୍ଟାରେ କାର୍ଯ୍ୟରେ ଯୋଗଦେବେ। ନଚେତ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ବାଗ୍‌ଚୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri