୧୦୨ ଅଭିଯୋଗ ଶୁଣିଲେ ଜିଲାପାଳ

କାମାକ୍ଷାନଗର,୧୮।୧୧(ଡି.ଏନ.ଏ.)-ଢେଙ୍କାନାଳ ଜିଲା କଙ୍କଡାହାଡ ବ୍ଲକ ପରିସରରେ ସୋମବାର ଜିଲାପାଳଙ୍କ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ଭୁମେଶ ଚନ୍ଦ୍ର ବେହେରା ଯୋଗଦେଇ ୧୦୨ଟି ଅଭିଯୋଗ ଶୁଣିଥିଲେ। ଏଥିରେ ସରକାରଙ୍କ ଗୃହ ନିର୍ମାଣ ଯୋଜନା ଭତ୍ତା, ଜମିବାଡି, ଶିକ୍ଷା, ପାନୀୟ ଜଳ, ପୋଲିସ ସମ୍ବନ୍ଧୀୟ ଆଦି ବିଭିନ୍ନ ସମସ୍ୟା ରହିଥିଲା। ଏହି ଅବସରରେ ଜିଲାପାଳ ଜଣେ ବ୍ୟକ୍ତିଙ୍କୁ ଜିଲା ରେଡକ୍ରସ୍‌ ପାଣ୍ଠିରୁ ୨ ହଜାର ଟଙ୍କା, ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୦ ହଜାର ଟଙ୍କା, ୨ ଜଣ ଶାରୀରିକ ଅକ୍ଷମଙ୍କୁ ହୁଇଲି ଚେୟ୍ୟାର, ୩ ଜଣଙ୍କୁ ଅଭିଯୋଗ ଶୁଣି ଭତ୍ତା ମଞ୍ଜୁର କରି ପ୍ରଦାନ କରିଥିଲେ।
ଶିବିରରେ ବ୍ଲକ ଅଧ୍ୟକ୍ଷ କାର୍ତ୍ତିକ ସାହୁ, ଜିଲା ଆରକ୍ଷୀ ଅଧିକାରୀ ଅନୁପମା ଜେମ୍ସ, ଜିଲା ଗ୍ରାମ୍ୟ ଉନ୍ନୟନ ବିଭାଗ ପ୍ରକଳ୍ପ ନିର୍ଦ୍ଦେଶକ ନରୋତ୍ତମ ବେହେରା, ଜିଲା ଚିକିତ୍ସାଧିକାରୀ ଡା. ନିରଞ୍ଜନ ମିଶ୍ର, ଜିଲା ଶିକ୍ଷା ଅଧିକାରୀ ସୁଧାନନ୍ଦ ପରିଡା, ଉପଜିଲାପାଳ ଇଂ. ବିଷ୍ଣୁପ୍ରସାଦ ଆଚାର୍ଯ୍ୟ, ଏସ୍‌ଡିପିଓ ସୁପ୍ରସନ୍ନ ମଲିକ, ବିଡିଓ ଦେବଦତ୍ତ ମହାନ୍ତି, ଜିଲା ମଙ୍ଗଳ ଅଧିକାରୀ ମାନସ କୁମାର ମିଶ୍ର, ଜିଲା ସାମାଜିକ ସୁରକ୍ଷା ଅଧିକାରୀ ପ୍ରଶନ୍ନ କୁମାର ମଲ୍ଲିକ, ଜିଲା ସମାଜ ମଙ୍ଗଳ ଅଧିକାରୀ ଜୟନ୍ତୀ ବେହେରା, ଜିଲା ଶିଶୁ ସୁରକ୍ଷା ଅଧିକାରୀ ଅନୁରାଧା ଗୋସ୍ବାମୀ, ରେଞ୍ଜର ବିଭୂଦାନନ୍ଦ ମିଶ୍ର, ସତ୍ୟନାରାୟଣ ସାହୁ, ପୂର୍ତ୍ତ ଓ ଗୃହ ନିର୍ମାଣ ସହକାରୀ ଯନ୍ତ୍ରୀ ପ୍ରତାପ କୁମାର ହରିପାଲ, ପିଜିସିଏଲ ଅଧିକାରୀ ସିତାଶୁଂ ଶେଖର ଦାସ, ଶଶାଙ୍କ ଶେଖର ମିଶ୍ରଙ୍କ ସମେତ ବିଭିନ୍ନ ଜିଲା ଓ ଉପଖଣ୍ଡସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାଜଳରେ ବୁଲି ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଯାଜପୁର/ଦଶରଥପୁର,୧୮।୮(ହର୍ଷବର୍ଦ୍ଧନ ବେହେରା/ସୁଶାନ୍ତ ବେହୁରିଆ) : ବୈତରଣୀ ନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଯାଜପୁର ଜିଲାର ଦଶରଥପୁର ବ୍ଲକ ଅଞ୍ଚଳରେ ବନ୍ୟା ସ୍ଥିତି ସଙ୍ଗିନ ହୋଇପଡିଛି ।…

ଆଜି ପ୍ରବଳ ବର୍ଷିବ: ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri