୧୦୫ ବର୍ଷରେ ପରୀକ୍ଷା ପାସ୍‌ କଲେ ବୃଦ୍ଧା

ଥିରୁଭାନନ୍ତପୁରମ,୬।୧: କେରଳର ୧୦୫ ବର୍ଷର ଜଣେ ବୃଦ୍ଧା ଚତୁର୍ଥ ଶ୍ରେଣୀ ପାସ୍‌ କରିଛନ୍ତି। ଭଗୀରଥି ଆମ୍ମା ନାମ୍ନୀ ଏହି ବୃଦ୍ଧା ଜଣଙ୍କ ଭାରତର ସବୁଠୁ ବୟସ୍କ ବିଦ୍ୟାର୍ଥୀ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି। ଗତବର୍ଷ ରାଜ୍ୟ ସାକ୍ଷରତା ଅଭିଯାନ ଦ୍ୱାରା କୋଲ୍ଲମରେ ଆୟୋଜିତ ପରୀକ୍ଷାରେ ସେ ସାମିଲ ହୋଇଥିଲେ। ଏହି ପରୀକ୍ଷାର ଫଳାଫଳ ବୁଧବାର ପ୍ରକାଶ ପାଇଛି। ୨୭୫ରୁ ସେ ୨୦୫ ନମ୍ବର ରଖି ପାସ୍‌ କରିଛନ୍ତି। ପିଲାଦିନରୁ ଆମ୍ମାଙ୍କ ପଢିବାର ନିଶା ଥିଲା। କିନ୍ତୁ ମା’ଙ୍କ ମୃତ୍ୟୁ ହୋଇଯିବାରୁ ତାଙ୍କ ପାଠପଢାରେ ଡୋରି ବନ୍ଧା ହୋଇଥିଲା। ଭାଇ-ଭଉଣୀଙ୍କ ଲାଳନପାଳନରେ ତାଙ୍କ ସମୟ ବିତିଯାଇଥିଲା। ଫଳରେ ତୃତୀୟ ଶ୍ରେଣୀରୁ ପଢା ଛାଡିଦେଇଥିଲେ। ବିବାହ ପରେ ମଧ୍ୟ ପାରିବାରିକ ଜୀବନରେ ବ୍ୟସ୍ତ ରହିଯାଇଥିଲେ। ନାତୁଣୀ ନାତି ଦେଖିବା ପରେ ଆମ୍ମା ପୁଣି ଥରେ ପାଠ ପଢିବା ପାଇଁ ମନ ବଳାଇଲେ। ସେମାନଙ୍କ ପ୍ରେରଣାରେ ପାଠ ପଢି ପରୀକ୍ଷା ଦେବା କଥା ଚିନ୍ତା କରିଥିଲି ବୋଲି କହନ୍ତି ଆମ୍ମା। ଏବେ ତାଙ୍କର ୧୪ଜଣ ଅଣ ଏବଂ ପଣ ନାତୁଣୀ ନାତି ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri