୧୧ କେଭି ବିଦ୍ୟୁତ୍‌ ତାରରେ ଲାଗି ଯୁବକଙ୍କ ଜୀବନ ଗଲା

ଗୁଡ଼ଭେଲା,୧୭।୭(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ମଧ୍ୟମ କ୍ଷୁଦ୍ରଜଳସେଚନ ବିଭାଗ ପକ୍ଷରୁ ତୁଷୁରା ସହରସ୍ଥିତ ସୋନଗଡ଼ ନଦୀରେ ଜଳସ୍ତର ମାପୁ ଥିବାବେଳେ ୧୧ କେଭି ବିଦ୍ୟୁତ୍‌ ତାରରେ ଲାଗି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଆଗଲପୁର ବ୍ଳକ ଅଧୀନ ଗୁଡୁରୁମୁଣ୍ଡା ଗ୍ରାମର ଧୀରେନ ସାହୁ (୨୮)।
ମିଳିଥିବା ସୂଚନା ମୁତାବକ, ଉପର ମୁଣ୍ଡରେ ହୋଇଥିବା ବର୍ଷା ପରିମାଣ ଆକଳନ କରିବା ପାଇଁ ଅତିରିକ୍ତ ଯନ୍ତ୍ରୀ ଖଗେଶ୍ୱର ରାଉତଙ୍କ ଉପସ୍ଥିତିରେ ବୁଧବାର ପୂର୍ବାହ୍ନ ୧୦ଟାରେ ତୁଷୁରା ସହରସ୍ଥିତ ସୋନଗଡ଼ ନଦୀରେ କେତେଜଣ ଯୁବକ କାର୍ଯ୍ୟ କରୁଥିଲେ। ସେତିକିବେଳେ ଧୀରେନ ଏକ ୨୦ଫୁଟ ଲମ୍ବର ଲୁହା ରଡରେ ନଦୀର ଜଳସ୍ତର ମାପୁଥିଲେ। ହେଲେ ଲୁହା ରଡଟି ପାଖରେ ଥିବା ୧୧କେଭି ବିଦ୍ୟୁତ୍‌ ତାର ସଂପର୍ଶରେ ଆସିଯାଇଥିଲା। ଫଳରେ କରେଣ୍ଟ ଲାଗି ଧୀରେନ ଅଚେତ ହୋଇପଡିଥିଲେ। ତୁରନ୍ତ ତାଙ୍କୁ ଉଦ୍ଧାର କରି ତୁଷୁରା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଅପରାହ୍ନ ପ୍ରାୟ ୧ଟାରେ ଡାକ୍ତର ଧୀରେନକୁ ମୃତ ଘୋଷଣା କରିଥିଲେ। ଖବର ପାଇ ତୁଷୁରା ଥାନା ପୋଲିସ ଡାକ୍ତରଖାନାରେ ପହଞ୍ଚି ମୃତଦେହ ଜବତ କରିଥିଲା। ହେଲେ ସନ୍ଧ୍ୟା ସାଢେ ୬ଟାରେ ପୋଲିସ ମୃତଦେହ ବ୍ୟବଚ୍ଛେଦ କରାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ ତୁଷୁରା ଡାକ୍ତରଖାନା ଚିକିତ୍ସା ଅଧିକାରୀ ରଞ୍ଜିତ ରାଉତଙ୍କୁ ପଚାରିବାରୁ ସେ କହିଥିଲେ ଯେ, କିଛି ଘଟଣାରେ ମୃତଦେହ ସନ୍ଧ୍ୟା ପରେ ମଧ୍ୟ ବ୍ୟବଚ୍ଛେଦ କରାଯାଇଥାଏ। ଅନ୍ୟପକ୍ଷେ ଧୀରେନଙ୍କ ସ୍ତ୍ରୀ ଓ ୩ ବର୍ଷର ଶିଶୁ କନ୍ୟା ଅଛନ୍ତି। ଏନେଇ ତୁରନ୍ତ ମୃତକଙ୍କ ପରିବାର ଲୋକଙ୍କୁ କ୍ଷତିପୁରଣ ଯୋଗାଇ ଦେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ମୃତଦେହ ସହିତ ପ୍ରାୟ ପାଞ୍ଚ ମାସ ଧରି ରହୁଥିଲେ ବାପା: ହଠାତ୍‌ ଦିନେ ଘଟିଲା…

ଲକ୍ଷ୍ନୌ,୧୧।୪: ଉତ୍ତର ପ୍ରଦେଶର ମିରଟ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ସଦର ପୋଲିସ ଷ୍ଟେଶନ ଅଞ୍ଚଳର ଜଣେ ବାପା ତାଙ୍କ…

୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି

ଭୁବନେଶ୍ୱର,୧୧।୪: ୨୦୨୭ ଜାନୁଆରୀ ୧୩ ଯାଏ ବଢ଼ିଲା ମହାନଦୀ ଟ୍ରିବ୍ୟୁନାଲ ଅବଧି। ଟ୍ରିବ୍ୟୁନାଲ ଅବଧି ବୃଦ୍ଧି କଲେ କେନ୍ଦ୍ର ସରକାର। ଏନେଇ ଜଳ ସମ୍ପଦ ନଦୀ ବିକାଶ…

‘ଇରାନ କେବଳ ଆଲୋଚନା ପାଇଁ ବଞ୍ଚିଛି’, ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ ଟ୍ରମ୍ପଙ୍କ ଧମକ

ଓ୍ବାଶିଂଟନ୍‌,୧୧।୪: ପାକିସ୍ତାନରେ ଶାନ୍ତି ଆଲୋଚନା ପୂର୍ବରୁ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ ଧମକ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି , ଇରାନ କେବଳ ଆଲୋଚନା ପାଇଁ…

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri