୧୧ ତାରିଖ ଯାଏ ପର୍ଯ୍ୟଟକଙ୍କୁ ସାତକୋଶିଆ ମନା: ଆଜିଠୁ ପକ୍ଷୀ, ୯ରୁ କୁମ୍ଭୀର ଗଣନା

ବନ୍ତଳା,୩।୧(ଡି.ଏନ.ଏ.) – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟରେ ଶୁକ୍ରବାରଠାରୁ ପକ୍ଷୀ ଗଣନା ହେବ। ଏଥିସହିତ ଆସନ୍ତା ୯ ରୁ୧୧ ତାରିଖ ପର୍ଯ୍ୟନ୍ତ କୁମ୍ଭୀର ଗଣନା କରାଯିବ। ଏଥିପାଇଁ ଗୁରୁବାର ଟିକରପଡା ରେଞ୍ଜ କୁମ୍ଭୀର ପ୍ରଜନନ ଓ ସଂରକ୍ଷଣ କେନ୍ଦ୍ର ସମ୍ମିଳନୀ ଗୃହରେ କର୍ମଚାରୀଙ୍କୁ ତାଲିମ ପ୍ରଦାନ କରାଯାଇଛି। ଆଠମଲ୍ଲିକ ବନଖଣ୍ଡ ଅଧିକାରୀ ସୌମ୍ୟକ ସାମନ୍ତରା ଅତିଥି ଭାବେ ଏଥିରେ ଯୋଗ ଦେଇଥିଲେ। ସାତକୋଶିଆ ଏସିଏଫ ଶୁଭେନ୍ଦୁ ବେହେରା କୁମ୍ଭୀର ଗଣନା ଓ ଏସିଏଫ ସରୋଜ ପଣ୍ଡା ପକ୍ଷୀ ଗଣନା ତାଲିମ ପ୍ରଦାନ କରିଥିଲେ। ଆଠମଲ୍ଲିକ ଏସିଏଫ ରାଜେନ୍ଦ୍ର ଗୋଚ୍ଛାୟତ ୟୁନିଟ୍‌ ଗଠନ କରିଥିଲେ। ସାତକୋଶିଆ ମହାନଦୀ ଗଣ୍ଡର ୨୧ କିଲୋମିଟର, ଶିଶୁ ପଥର ଡ୍ୟାମ୍‌, ଆଠମଲ୍ଲିକର ବେଲପୁଞ୍ଜି ମଠ, ମାନଯୋର ପ୍ରୋଜେକ୍ଟ, କଦଳୀଖୋଲା, ରାଉତପଡା ବନ୍ଧ, ଜାମଡୋଳି ବନ୍ଧ ଆଦି ଅଞ୍ଚଳରେ ପକ୍ଷୀ ଓ କୁମ୍ଭୀର ଗଣନା କରାଯିବ। କୁମ୍ଭୀର ଗଣନା ପାଇଁ ମୋଟ ୧୩ଟି ୟୁନିଟ୍‌ ମଧ୍ୟରୁ ସାତକୋଶିଆରେ ୫ଟି, ମହାନଦୀରେ ୫ଟି ଓ ଆଠମଲ୍ଲିକରେ ୩ଟି ୟୁନିଟ୍‌ ଗଣନା କରିବେ। ସେହିପରି ପକ୍ଷୀ ଗଣନା ପାଇଁ ୧୫ଟି ୟୁନିଟ୍‌ ଗଠନ କରାଯାଇଛି। ଟିକରପଡାରୁ ବିନିକେଇ, ବିନିକେଇରୁ ପତାକା, ଟିକରପଡାରୁ କଟରଙ୍ଗ, କଟରଙ୍ଗରୁ ବାଲିପୁଟ, ବାଲିପୁଟରୁ ଚକ୍ରଗଡ଼, ଆଠମଲ୍ଲିକ ହରଭଙ୍ଗାରୁ ଅଏଡ, ଲୁଣାହାଣ୍ଡି, ବେଲପୁଞ୍ଜି ମଠ, ଶିଶୁ ପଥର ଡ୍ୟାମ ଅଞ୍ଚଳର ବିଭିନ୍ନ ଜଳାଶୟରେ ଏହି ଗଣନା କରାଯିବ। ଏଥିପାଇଁ ମୋବାଇଲ ଟ୍ରାକିଙ୍ଗ, ଜିପିଏସ, ବାଇନା କୁଲର ଓ ସ୍ବତନ୍ତ୍ର କ୍ୟାମେରା ବ୍ୟବସ୍ଥା କରାଯାଇଛି। ୧୧ ତାରିଖ ଏହି ଗଣନା ସରିବା ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ସାତକୋଶିଆ ଅଭୟାରଣ୍ୟ ବନ୍ଦ ରଖାଯାଇଛି। ଟିକରପଡା, କମାଳାଡିହ, ଆଠମଲ୍ଲିକର ସମସ୍ତ ମତ୍ସ୍ୟଜୀବୀଙ୍କୁ ନଦୀ ଭିତରକୁ ଯିବାକୁ ବାରଣ କରାଯାଇଛି। ବୈଠକରେ ଟିକରପଡା ରେଞ୍ଜର ଜୟନ୍ତ ପଟ୍ଟନାୟକ, ପୁରୁଣାକୋଟ ରେଞ୍ଜର ଗଜେନ୍ଦ୍ର ବେହେରାଙ୍କ ସମେତ ସମସ୍ତ ଫରେଷ୍ଟର ଓ ଗାର୍ଡ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ଦୋହରାଇବେ ଟ୍ରମ୍ପ? ଇରାନକୁ ସମୁଦ୍ର ପଥରେ ଘେରିବା ଲାଗି ପଠାଇଲେ ୮୦୦୦ ସୈନ୍ୟ, ଏଥର ମୁହାଁମୁହିଁ ଯୁଦ୍ଧ…

ୱାଶିଂଟନ,୨୦।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ରଣନୀତି ଏବେ ସମଗ୍ର ବିଶ୍ୱକୁ ଚକିତ କରିଦେଇଛି। ଗୋଟିଏ ପଟେ ପ୍ରେସ କନଫରେନ୍ସରେ ସେ ସୈନ୍ୟ ପଠାଇବାକୁ ମନା କରୁଥିବା…

ଏକା ପଡ଼ିଲେ ଟ୍ରମ୍ପ: ହର୍ମୁଜ ଉପରେ କବ୍‌ଜା ପାଇଁ ହୁଙ୍କାର, NATOକୁ କହିଲେ- ସାହାର୍ଯ୍ୟ କର ନଚେତ…

ୱାଶିଂଟନ,୨୦।୩: ଇରାନ ସହ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ନାଟୋ (NATO) ଦେଶଗୁଡ଼ିକ ଉପରେ ପ୍ରବଳ ଅସନ୍ତୋଷ ବ୍ୟକ୍ତ…

ଭାରତ ପାଖରେ ମାତ୍ର ୯ ଦିନର ତେଲ ରିଜର୍ଭ ଅଛି, ମୋଦି ଖୋଲାଖୋଲି କୁହନ୍ତୁ ଯୁଦ୍ଧ ଭୁଲ୍‌; ବର୍ଷିଲେ ଓଓ୍ବାଇସି…

ହାଇଦ୍ରାବାଦ,୨୦।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ଏବଂ ଏହାର ପ୍ରଭାବକୁ ନେଇ AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତୀବ୍ର ସମାଲୋଚନା କରିଛନ୍ତି।…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ମିଳିଲା ସୁନା,ରୁପା ଅଳଙ୍କାର ସହ ୭ ଲକ୍ଷ ୮୦ ହଜାର ଟଙ୍କା

ପୁରୁଷୋତ୍ତମପୁର,୨୦ା୩ (ସବିତା ମିଶ୍ର):ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀ ମନ୍ଦିର ଦାନ ହୁଣ୍ଡି ଶୁକ୍ରବାର ଖୋଲାଯାଇ ଗଣତି ହୋଇଛି। ହୁଣ୍ଡିରୁ ସୁନା,ରୁପା ଅଳଙ୍କାର ସହ ୭…

ମୋଦି ସରକାରଙ୍କ ‘ମାଷ୍ଟରପ୍ଲାନ୍‌’! ବିନା ଡିଲ୍‌, ବିନା ଟୋଲ୍‌ରେ ହର୍ମୁଜରୁ ବାହାରିଲା ଭାରତୀୟ ଜାହାଜ; ସାରା ବିଶ୍ୱ ଚକିତ

ନୂଆଦିଲ୍ଲୀ,୨୦।୩: ଇରାନ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଉତ୍ତେଜନା ମଧ୍ୟରେ ବିଶ୍ୱର ସବୁଠାରୁ ବ୍ୟସ୍ତବହୁଳ ସାମୁଦ୍ରିକ ମାର୍ଗ ‘ହର୍ମୁଜ ପ୍ରଣାଳୀ’ (Strait of Hormuz) ଏବେ…

ଥୁଆମୂଳରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳରାମପୁର, ୨୦ା୩ (ଦୁର୍ଗା ଦୁର୍ଗା): କଳାହାଣ୍ଡି ଜିଲା  ଥୁଆମୂଳରାମପୁର ବ୍ଲକ ଅଞ୍ଚଳରେ ଗତ ମଙ୍ଗଳବାରଠାରୁ ଜାରି ରହିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଜନଜୀବନକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଦେଇଛି। ତୁହାକୁ…

ଜମିପଟ୍ଟା ପ୍ରଦାନ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ: ବିକ୍ଷୋଭ

ମୋହନା,୨୦ା୩(ମନ୍ମଥ ମିଶ୍ର): ବିଭିନ୍ନ ଦାବି ନେଇ ଶୁକ୍ରବାର ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ମୋହନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହାଇସ୍କୁଲ ଛକରୁ ମୁଖ୍ୟ ବଜାର…

ଆଇପିଏଲ୍‌ ୨୦୨୬: ଚାମିରା, ନିସାଙ୍କା, କାମିନ୍ଦୁ ମେଣ୍ଡିସଙ୍କୁ ମିଳିଲା ଏନ୍‌ଓସି

କଲମ୍ବୋ, ୨୦ା୩: ଆଇପିଏଲ୍‌-୨୦୨୬ରେ ଅଂଶଗ୍ରହଣ କରିବା ପାଇଁ ଶ୍ରୀଲଙ୍କା କ୍ରିକେଟ(ଏସ୍‌ଏଲ୍‌ସି) ଶୁକ୍ରବାର ଦୁଷ୍ମନ୍ତ ଚାମିରା, ପାଥୁମ ନିସାଙ୍କା ଓ କାମିନ୍ଦୁ ମେଣ୍ଡିସଙ୍କୁ ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନ୍‌ଓସି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri