୧୧ଦିନ ହେଲା ବୃଦ୍ଧି ପାଉଛି ତେଲ ଦର

ନୂଆଦିଲ୍ଲୀ,୧୮।୬: ଦେଶରେ ତେଲ ଦର କ୍ରମାଗତ ଭାବରେ ୧୧ ଦିନ ହେଲା ବୃଦ୍ଧି ପାଉଛି। ଜୁନ ୭ ରୁ ୧୭ ମଧ୍ୟରେ ଘରୋଇ ବଜାରରେ ତେଲ ଦର ପେଟ୍ରୋଲ ଉପରେ ୬.୦୨ଟଙ୍କା ଏବଂ ଡ଼ିଜେଲ ୬.୪୯ ଟଙ୍କା ବୃଦ୍ଧି ହୋଇଥିବା ଜଣାପଡିଛି। ପ୍ରମୁଖ ତୈଳ ବିପଣନ କମ୍ପାନୀଗୁଡିକର ସୂଚନା ଅନୁସାରେ, ବୁଧବାର ପେଟ୍ରୋଲ ଲିଟର ପିଛା ୫୫ ପଇସା ଏବଂ ଡ଼ିଜେଲ ୬୯ ପଇସା ବଢିଛି। ଫଳରେ ବୁଧବାର ପେଟ୍ରୋଲ ଦର ୭୬.୭୩ ଟଙ୍କାରୁ ବୃଦ୍ଧି ପାଇ ୭୭.୨୮ଟଙ୍କା ଏବଂ ଡ଼ିଜେଲ ଦର ୭୫.୧୯ଟଙ୍କାରୁ ବୃଦ୍ଧି ପାଇ ୭୫.୭୮ ଟଙ୍କାରେ ପହଞ୍ଚତ୍ଛି। ଏହି ଦର ବୃଦ୍ଧି ପଛରେ କେନ୍ଦ୍ର ଓ ବିଭିନ୍ନ ରାଜ୍ୟର ରାଜ୍ୟ ସରକାର ଲାଗୁ କରୁଥିବା ଉଚ୍ଚ ପରିମାଣର ଟିକସ ଓ ଭାଟ୍‌ ଦାୟୀ ରହିଛି। ରାଜ୍ୟସରକାରଙ୍କ ଭାଟ୍‌ କାରଣରୁ ବିଭିନ୍ନ ରାଜ୍ୟରେ ତେଲ ଦର ଭିନ୍ନ ରହୁଛି। ବିଗତ ୧୨ ସପ୍ତାହ ପରେ ଦେଶର ତେଲ ଦର ପୁଣି ଥରେ ବୃଦ୍ଧି କରାଯାଇଥିବା ବିଭିନ୍ନ ତୈଳ ବିପଣନ କମ୍ପାନୀ ଗୁଡିକ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri