Posted inଫୁରସତ

୧୧୮ ବର୍ଷ ଧରି ଜଳୁଛି ବିଦ୍ୟୁତ୍‌ ବଲ୍‌ବ

କାଲିଫର୍ନିଆ : ସାଧାରଣତଃ ଆମେ ଘରେ, କାର୍ଯ୍ୟାଳୟରେ, ବ୍ୟବସାୟ ପ୍ରତିଷ୍ଠାନରେ ଏବଂ ଅନ୍ୟାନ୍ୟ ସ୍ଥାନରେ ଆଲୋକ ପାଇଁ ବିଦ୍ୟୁତ୍‌ ବଲ୍‌ବର ବ୍ୟବହାର କରିଥାଉ। କିଛି ଦିନ ଜଳିବା ପରେ ଏହା ଫ୍ୟୁଜ୍‌ ହୋଇଯାଇଥାଏ ବା ଖରାପ ହୋଇଯାଇଥାଏ। ଅତି ବେଶୀରେ ଗୋଟିଏ ଗୋଟିଏ ବଲ୍‌ବ ୬ ମାସ କି ବର୍ଷେ ଓ୍ବାରେଣ୍ଟି ଥାଏ। ଏହା ପରେ ଆମକୁ ବଲ୍‌ବ ବଦଳଇବାକୁ ପଡ଼ିଥାଏ। କିନ୍ତୁ ଏମିତି ଏକ ବଲ୍‌ବ ରହିଛି ଯାହା ଦୀର୍ଘବର୍ଷ ଧରି ଜଳୁଛି। କେବେ ଖରାପ ହୋଇନାହିଁ। ଶୁଣି ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ।

କାଲିଫର୍ନିଆର ଲିବରମୋର ସହରର ଏକ ଦମକଳ କେନ୍ଦ୍ରରେ ଏହି ବଲ୍‌ବଟି ଲାଗିଛି। ଏହାକୁ ସେଲ୍‌ବି ଇଲେକ୍ଟ୍ରିକ୍‌ କମ୍ପାନୀ ତିଆରି କରିଛି। କିନ୍ତୁ ସବୁଠୁ ଆଶ୍ଚର୍ଯ୍ୟର କଥା ହେଲା ଏହା ୧୧୮ ବର୍ଷ ଧରି ସେମିତି ଜଳୁଛି। କେବେ ଖରାପ ହୋଇନାହିଁ କି ବଦଳା ଯାଇନାହିଁ। ଏହି ବଲ୍‌ବର ନାଁ ସେଣ୍ଟ୍‌ନିୟଲ। ଯାହା ୧୯୦୧ ମସିହାରେ ଏଠାରେ ଲଗାଯାଇଥିଲା। କିନ୍ତୁ ଆଜି ପର୍ଯ୍ୟନ୍ତ ଫ୍ୟୁଜ୍‌ ହୋଇନାହିଁ।

ଏକ ରିପୋର୍ଟରୁ ପ୍ରକାଶ ଯେ, ୧୯୩୭ ମସିହାରେ ତାର ବଦଳାଇବା ପାଇଁ ବଲ୍‌ବଟିକୁ ବନ୍ଦ କରି ଦିଆଯାଇଥିଲା । କିନ୍ତୁ ଏହା ପରେ ବଲ୍‌ବଟି ପୁନର୍ବାର ଜଳିଥିଲା। ଏହାର ନାଁ ଏବେ ଗିନିଜ୍‌ ବୁକ୍‌ ଅଫ୍‌ ରେକର୍ଡରେ ସ୍ଥାନ ପାଇଛି। ଏହି ବଲ୍‌ବ ୪ ଓ୍ବାଟ୍‌ ବିଶିଷ୍ଟ। ଏହାକୁ ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼ ଲାଗୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ଖୁସିରେ ୪ ଗ୍ରାମର ଗ୍ରାମବାସୀ: ୧୦୯ ଜଣଙ୍କୁ ମିଳିଲା….

ଗୁଡ଼ାରି, ୧୫।୮ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲାର ଗୁଡ଼ାରି ତହସିଲ ଅନ୍ତର୍ଗତ ଢେପାଗୁଡ଼ା ରାଜସ୍ୱ ଅଞ୍ଚଳର ୪ଟି ଗ୍ରାମର ୧୦୯ ଜଣ ହିତାଧିକାରୀଙ୍କୁ ଶନିବାର ସ୍ଥାୟୀ…

Men’s Hockey World Cup: ବିଜୟରୁ ଭାରତର ଅଭିଯାନ ଆରମ୍ଭ

ଆମଷ୍ଟେଲଭିନ, ୧୫।୮: ଆରମ୍ଭ ହୋଇଯାଇଛି ପୁରୁଷ ହକି ବିଶ୍ୱକପ। ଶନିବାର ଅନୁଷ୍ଠିତ ପୁଲ ଡି’ର ଉଦ୍‌ଘାଟନୀ ମ୍ୟାଚ୍‌ରେ ଭାରତ ୱେଲ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ବିଜୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri