୧୨ରୁ ଭୁବନେଶ୍ୱରରେ ଜନଗଣନା: ପ୍ରଶିକ୍ଷଣ ନେବେ ୪୦ ସ୍କୁଲର ଶିକ୍ଷକ

ଭୁବନେଶ୍ୱର,୭ା୮(ବ୍ୟୁରୋ): ୨୦୨୧ ଜନଗଣନା ପାଇଁ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଜନଗଣନା କ୍ଷେତ୍ର ପରୀକ୍ଷଣ ପ୍ରଶିକ୍ଷଣ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ବିଏମ୍‌ସି ସଭାଗୃହରେ ଆୟୋଜିତ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମକୁ ପରିଚାଳନା କରିଛନ୍ତି ଜନଗଣନା ଦାୟିତ୍ୱରେ ଥିବା ଡେପୁଟି କମିଶନର ଶ୍ୟାମସୁନ୍ଦର ସେଠୀ। ପ୍ରତି ୧୦ ବର୍ଷ ବ୍ୟବଧାନରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଜନଗଣନା କାର୍ଯ୍ୟକ୍ରମ କରାଯାଉଥିବାବେଳେ ଏଥିରେ ସ୍କୁଲ ଶିକ୍ଷକମାନେ ପ୍ରମୁଖ ଭୂମିକା ଗ୍ରହଣ କରିବେ। ଏହି ଅବସରରେ ଭୁବନେଶ୍ୱରର ୪୦ଟି ସରକାରୀ ସ୍କୁଲର ଶିକ୍ଷକଙ୍କୁ ଜନଗଣନା କିଭଳି ଓ କେଉଁ ଉପାୟରେ କରାଯିବ ସେନେଇ ସ୍ବତନ୍ତ୍ର ଭାବେ ପ୍ରଶିକ୍ଷିତ କରାଯିବ। ଏହି ୪ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ଚାଲିବ।
ଜନଗଣନାକୁ ସ୍ପଷ୍ଟ ଓ ସ୍ବଚ୍ଛ କରିବା ଏବଂ ଆଧୁନିକ ପ୍ରଯୁକ୍ତିବିଦ୍ୟାର ଉପଯୋଗ ମାଧ୍ୟମରେ କରିବା ଲାଗି ଏଥର ଗୁରୁତ୍ୱ ଦିଆଯାଇଛି। ତେଣୁ ଜନଗଣନାକାରୀ କର୍ମୀ ଓ ସୁପରଭାଇଜର ଠିକ୍‌ ତଥ୍ୟ ସଂଗ୍ରହ କରିବାରେ ଯେପରି କୌଣସି ଅସୁବିଧା ନ ହୁଏ ସେଥିଲାଗି ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ପ୍ରଶିକ୍ଷଣ ନେବା ପରେ ଅଂଶଗ୍ରହଣକାରୀମାନେ ସର୍ଭେ ପାଇଁ ଯିବେ। ଏହି ଗଣନା କାର୍ଯ୍ୟକ୍ରମ ପୁରୁଣା ୱାର୍ଡ ନଂ. ୧୫ ତଥା ସାଲିଆ ସାହି, ନୟାପଲ୍ଲୀ ଏବଂ ଆଇଆର୍‌ସି ଆଦି ଅଞ୍ଚଳରେ ୨୯ଟି ଏନୁମେରେଶନ୍‌ ବ୍ଲକରେ ହେବ। ପ୍ରଶିକ୍ଷଣ ନେବା ପରେ ନିଜର ଦୈନିକ ବିଦ୍ୟାଳୟ କାର୍ଯ୍ୟ ବ୍ୟତୀତ ସ୍ବତନ୍ତ୍ର ସମୟରେ ଶିକ୍ଷକମାନେ କ୍ଷେତ୍ର ପରିଦର୍ଶନ କରି ଗୃହ ତାଲିକା ଏବଂ ଜନଗଣନା କରିବେ। ଏହି ଗଣନା ଅଗଷ୍ଟ ୧୨ରୁ ଆରମ୍ଭ ହୋଇ ଆସନ୍ତା ଅକ୍ଟୋବରରେ ଶେଷ ହେବ। ସର୍ଭେର ସରଳତା ଓ ଜଟିଳତାକୁ ବିଚାରକରି ଜନଗଣନା ବିଭାଗ ଆପଣାଇଥିବା ପଦ୍ଧତିରେ ଆବଶ୍ୟକ ପରିବର୍ତ୍ତନ କରାଯିବ। ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଜନଗଣନା ବିଭାଗର ଆସିଷ୍ଟାଣ୍ଟ ଡାଇରେକ୍ଟର ରାଜେନ୍ଦ୍ର କୁମାର ସାହୁ ଯୋଗ ଦେଇଥିବା ବେଳେ ବିଏମସି ସେନ୍‌ସସ୍‌ ବିଭାଗର ମାନସ ରଞ୍ଜନ ମିଶ୍ର ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri