୧୨୩୯ଜଣ ବିଦେଶ ଫେରନ୍ତାଙ୍କ ପଞ୍ଜିକରଣ ହୋଇଛି: ବାଗ୍‌ଚୀ

ଭୁବନେଶ୍ୱର,୧୭।୩(ବ୍ୟୁରୋ): ବିଶେଷକରି ଚାଇନା, ଇଟାଲି, ସ୍ପେନ, ଦକ୍ଷିଣ କୋରିଆ ଆଦି ଦେଶ କରୋନାରେ ପ୍ରଭାବିତ ହୋଇଛନ୍ତି। ଭାରତରେ ସୋମବାର କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୫ ଥିବା ବେଳେ ମଙ୍ଗଳବାର ଏହା ୧୨୬କୁ ଛୁଇଁଛି। ସେହିଭଳି ମୃତ୍ୟୁସଂଖ୍ୟା ୨ରୁ ୩କୁ ପହଞ୍ଚିଛି। ଜଣେ କରୋନା ରୋଗୀ ଆଉ ୩ ଜଣଙ୍କୁ ସଂକ୍ରମିତ କରିପାରିବେ। ଏଣୁ ସମସ୍ତେ ସଚେତନ ରହିବା ସହ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାର ଆବଶ୍ୟକତା ରହିଛି। ଇତିମଧ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ଟ୍ରୋଲ ଫ୍ରି ନଂ ୧୦୪, ଏବଂ ଅନ୍‌ଲାଇନ୍‌ ପୋର୍ଟାଲ covid୧୯.odisha.gov.inରେ ୧୨୩୯ଜଣ ରେଜିଷ୍ଟେଶନ କରିଛନ୍ତି। ୧୦୪ ନଂ ରେ ୫୯୪ଜଣ ଏବଂ ୬୮୫ଜଣ ଓ୍ବେବ୍‌ସାଇଟ୍‌ରେ ରେଜିଷ୍ଟେଶନ କରିଛନ୍ତି।
ଆଗାମୀ ଦିନରେ ମଧ୍ୟ ଏହି ରେଜିଷ୍ଟେଶନ ପ୍ରକ୍ରିୟା ଜାରି ରହିବ। ୧୦୪ ନଂ ହେଲ୍‌ପଲାଇନ୍‌ର ଡା. କ୍ରିଷ୍ଣନ କୁମାର ନେତୃତ୍ୱ ନେବେ ବୋଲି ସେ କହିଛନ୍ତି।

ଏହାଛଡ଼ା ସେ ଚିହ୍ନଟ ହୋଇଥିବା କରୋନା ରୋଗୀ ସୁସ୍ଥ ଥିବା କହିଛନ୍ତି। କରୋନା ଚିହ୍ନଟ ପାଇଁ ୩୨ଟି ସାମ୍ପୁଲ ଟେଷ୍ଟ କରାଯାଇଥିଲା। ସେଥିରୁ ୩୧ଟି ନେଗେଟିଭ୍‌ ଆସିଥିବା ବେଳେ ଜଣେ କରୋନା ସଂକ୍ରମିତ ଥିବା ଜଣାପଡ଼ିଥିଲା। ଏବେ ତାଙ୍କ ପରିବାରକୁ ଆଇସୋଲେଶନରେ ରଖାଯାଇଛି। ରାଜ୍ୟର ବିଭିନ୍ନ ମେଡିକାଲ କଲେଜ ଏବଂ ହସ୍ପିଟାଲ୍‌ରେ ୫୪୬ଟି ଆଇସୋଲେଶନ ବେଡ୍‌ ପ୍ରସ୍ତୁତ କରାଯାଇଛି। ଏଥିସହ ପଞ୍ଚାୟତସ୍ତରରେ କ୍ୱାରେଣ୍ଟାଇନ୍‌ ଫାସିଲିଟି ପାଇଁ ବିଭିନ୍ନ ପ୍ରସ୍ତୁତି କରାଯାଉଛି। ଘରୋଇ ହସ୍ପିଟାଲରେ କୋଭିଡ ୧୯ ପାଇଁ ଶର୍ଯ୍ୟା ରଖିବାକୁ କୁହାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଇରାନକୁ କଡ଼ା ଚେତାବନୀ ଦେଲା ଇସ୍ରାଏଲ, ଆଗାମୀ ୧୨ ଘଣ୍ଟା ପାଇଁ ଟ୍ରେନ ବ୍ୟବହାର କଲେ….

ତେହରାନ,୭।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଭିତରେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଇରାନର ସାଧାରଣ ଲୋକଙ୍କୁ ଅନୁରୋଧ ଦେଇଛି । ଟ୍ରେନ ଏବଂ ରେଳ ଲାଇନ ଠାରୁ ଦୂରେଇ ରହିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri