୧୩ ଦିନରେ ହାଟଡ଼ିହୀ ଅଞ୍ଚଳର ୩ଜଣଙ୍କୁ ମାରିଲାଣି ହାତୀ: ଖୋଜିଖୋଜି ନାକେଦମ ହେଲାଣି ବନବିଭାଗ

ହାଟଡ଼ିହୀ,୧୯।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଅଞ୍ଚଳରେ ୧୩ ଦିନ ମଧ୍ୟରେ ହାତୀ ଆକ୍ରମଣରେ ୩ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇବା ପରେ ବନବିଭାଗ ଓ ପ୍ରଶାସନ ଲାଗି ଏହା ଚିନ୍ତାର କାରଣ ପାଲଟିଲାଣି।

ହାତୀକୁ ଧରିବା ପାଇଁ ବନ କର୍ମଚାରୀ ଓ ବାରିପଦାରୁ ଆସିଥିବା ୮ଜଣିଆ ଟିମ୍‌ ନିୟୋଜିତ ହୋଇଛନ୍ତି। ହାତୀ ଏବେ ଜଙ୍ଗଲ ଭିତରକୁ ପଳାଇଥିବାରୁ ତାକୁ ଖୋଜିବା ସମ୍ଭବପର ହେଉନାହିଁ। ତେବେ ହାତୀକୁ ନେଇ ସମସ୍ତ ପ୍ରକାର ପ୍ରସ୍ତୁତି କରାଯିବା ସହ ପଦକ୍ଷେପ ନିଆଯାଇଥିବା ଆନନ୍ଦପୁର ଡିଏଫ୍‌ଓ ଅଜିତ୍‌ ଶତପଥୀ କହିଛନ୍ତି।
୨୦୧୭ରେ ହାତୀ ଗଣନା ରିପୋର୍ଟ ଅନୁଯାୟୀ, ଏଠାରେ ଥିବା ହଦଗଡ଼ ଜଙ୍ଗଲରେ ମୋଟ ୩୦ଟି ହାତୀ ଥିଲେ। ତେବେ ଜଙ୍ଗଲ ମଧ୍ୟରେ ପ୍ରାୟ ୧୩ଟି ଗ୍ରାମର ୧ ହଜାରରୁ ଊର୍ଦ୍ଧ୍ୱ ପରିବାର ବସବାସ କରନ୍ତି। ବର୍ତ୍ତମାନ ଜଙ୍ଗଲରେ ଚୋରା କାଠ ବେପାରୀ, ପଥର ବେପାରୀ ଓ ଶିକାରୀଙ୍କ ପ୍ରାଦ୍ୟୁର୍ଭାବ ବୃଦ୍ଧି ପାଉଥିବାରୁ ବନ୍ତଜନ୍ତୁ ଏବେ ଜନବସତି ମୁହାଁ ହୋଇ ଅଘଟଣ ଘଟାଉଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

ଲମ୍ୱା ଯୁଦ୍ଧ ପାଇଁ ଆମେରିକାର ସଜବାଜ

ଓ୍ୱାଶିଂଟନ୍‌,୧୫ା୨: ଇରାନ ଏବଂ ଆମେରିକା ମଧ୍ୟରେ ଆଲୋଚନା ଫେଲ୍‌ ମାରିଛି। ଇରାନର ଆଣବିକ କାର୍ଯ୍ୟକ୍ରମକୁ ନେଇ ଗତ ସପ୍ତାହରେ ଓମାନ ମଧ୍ୟସ୍ଥତାରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା…

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri