୧୩ ବର୍ଷର ନାବଳିକା ୭ ମାସର ଗର୍ଭବତୀ:ଅଭିଯୁକ୍ତ ୨ ଛୁଆର ବାପା ନାଁରେ ଏତଲା

ଜୟପୁର,୧୪ା୫(ଡି.ଏନ୍‌.ଏ.): ଦୁଇଟି ଛୁଆର ବାପା ଜଣେ ୧୩ ବର୍ଷର ନାବାଳିକାଙ୍କ ସହ ଶାରୀରିକ ସମ୍ପର୍କ ରଖି ତାଙ୍କୁ ୭ ମାସର ଗର୍ଭବତୀ କରିଛନ୍ତି। ଅଭିଯୁକ୍ତ ଜଣକ ଏବେ ବାହାର ରାଜ୍ୟରେ କାମ କରିବାକୁ ଚାଲିଯାଇଛନ୍ତି। କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ ତଥା ବି.ସିଙ୍ଗପୁର ଥାନା ଅଧୀନ ଏକ ଗାଁରେ ଏଭଳି ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। ଘଟଣା ସମ୍ପର୍କରେ ଜାଣିବା ପରେ ଜିଲା ଶିଶୁ ସୁରକ୍ଷା ଅଧିକାରୀ ଅଭିଯୁକ୍ତଙ୍କ ନାଁରେ ଥାନାରେ ଏତଲା ଦେଇଛନ୍ତି।
ମଙ୍ଗଳବାର ଜିଲା ଶିଶୁ ସୁରକ୍ଷା ଅଧିକାରୀ ରାଜଶ୍ରୀ ଦାସଙ୍କ ନେତୃତ୍ୱରେ ସିଡବ୍ଲ୍ୟୁସି ଅଧ୍ୟକ୍ଷା ଡ. ବି. ଗାୟତ୍ରୀ ଦେବୀ ଏବଂ ‘ସଖୀ’ର ପରିଚାଳିକା ଶିବାନୀ ପାତ୍ରଙ୍କ ସମେତ ଏକ ଟିମ୍‌ ନାବାଳିକାଙ୍କ ଗ୍ରାମର ପହଞ୍ଚତ୍ଥିଲେ। ସେଠାରେ ତାଙ୍କ ମା’ ବାପାଙ୍କ ସହିତ ଆଲୋଚନା କରିବା ପରେ ନାବାଳିକାଙ୍କୁ ନେଇ ଥାନାକୁ ଯାଇଥିଲା ଟିମ୍‌। ସେଠାରେ ଅଭିଯୁକ୍ତ ଉଦ୍ଧବ ସରକାରଙ୍କ ନାଁରେ ଏତଲା ଦିଆଯାଇଛି ା ଉଦ୍ଧବ ବିବାହିତ ଏବଂ ଘରେ ତାଙ୍କର ୨ଟି ସନ୍ତାନ ମଧ୍ୟ ରହିଥିବା ଜଣାପଡ଼ିଛି। ସେ ବାହାର ରାଜ୍ୟରେ ଶ୍ରମିକ ଭାବେ କାମ କରିବାକୁ ଚାଲିଯାଇଥିବା ପୀଡ଼ିତା ନାବାଳିକାଙ୍କ ପରିବାର କହିଛନ୍ତି। ଅନ୍ୟପକ୍ଷରେ ନାବାଳିକା ଜଣକ ୭ ମାସର ଗର୍ଭବତୀ ଥିବା ଉକ୍ତ ଅଞ୍ଚଳର ସ୍ବାସ୍ଥ୍ୟକର୍ମୀ ପ୍ରକାଶ କରିଛନ୍ତି। ଘରେ ତାଙ୍କର ଅନ୍ୟ ଦୁଇଜଣ ଦିବ୍ୟାଙ୍ଗ ବଡ଼ ଭଉଣୀ ଅଛନ୍ତି। ଏଭଳି ପରିସ୍ଥିତିରେ ୩ ଝିଅଙ୍କ ଭବିଷ୍ୟତ ଚିନ୍ତାରେ ରହିଛନ୍ତି ସେମାନଙ୍କ ମା’ ବାପା। ଗର୍ଭବତୀ ନାବାଳିକାଙ୍କୁ ଉଦ୍ଧାର କରିବା ପରେ ତାଙ୍କୁ କୋରାପୁଟ ନିଆଯାଇ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିବା ଶିଶୁ ସୁରକ୍ଷା ଅଧିକାରୀ ଦାସ ପ୍ରକାଶ କରିଛନ୍ତି। ତାଙ୍କୁ ଶିଶୁ ମଙ୍ଗଳ ସମିତି (ସିଡବ୍ଲ୍ୟୁସି) ନିକଟରେ ହାଜର କରାଯିବା ପରେ ‘ସଖୀ’ ଅନୁଷ୍ଠାନରେ ରଖାଯିବାର ବ୍ୟବସ୍ଥା କରାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ଜଣଙ୍କୁ କାମୁଡ଼ିଲା ଗୋଟିଏ କୁକୁର, ଡାକ୍ତରଖାନାରେ ଭିଡ଼

ଗୁଣପୁର,୩ା୧୦(ସଙ୍କେତ ପାତ୍ର): ଶନିବାର ସକାଳୁ ମଧ୍ୟାହ୍ନ ୩ଟା ମଧ୍ୟରେ ଗୁଣପୁର ସହରରେ ଗୋଟିଏ କୁକୁର କାମୁଡ଼ାରେ ୧୦ ଜଣ ଆହତ ହୋଇଥିବା ଜଣାପଡ଼ିଛି। କୁକୁରଟି ଏକାଧିକ ଲୋକଙ୍କୁ…

ନୟାପଲ୍ଲୀ ବଳାତ୍କାର ଘଟଣା: ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର

ଭୁବନେଶ୍ୱର,୩ା୧୦: ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଥିବା ଚର୍ଚ୍ଚିତ ଯୁବତୀ ବଳାତ୍କାର ଘଟଣାରେ ପୋଲିସକୁ ମିଳିଛି ବଡ଼ ସଫଳତା। ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଚଢ଼ାଉ…

ଗୁଡ଼ାରୀରୁ ଭୁବନେଶ୍ୱରକୁ ବସ୍‌ ଚଳାଚଳ ଦାବି: ସାଇକେଲ ଯାତ୍ରାବେଳେ ଅଧାବାଟରେ ଅସୁସ୍ଥ ହେଲେ ପ୍ରମୋଦ

ଗୁଣପୁର,୩ା୧୦(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ୍‌ ଚଳାଚଳ ଦାବିରେ ଗାନ୍ଧୀ ଜୟନ୍ତୀରୁ ସାଇକେଲ ଯାତ୍ରା ଆରମ୍ଭ କରିଥିବା ଆନ୍ଦୋଳନକାରୀ ପ୍ରମୋଦ…

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଗୁଡ଼ାରୀରୁ ଭୁବନେଶ୍ୱର ସିଧାସଳଖ ସରକାରୀ ବସ୍‌ ଦାବି: ଗାନ୍ଧୀ ଜୟନ୍ତୀରେ ସାଇକେଲ ଯାତ୍ରା ଆରମ୍ଭ କଲେ ପ୍ରମୋଦ

ରାୟଗଡା/ଗୁଣପୁର,୨।୧୦(ଜଗନ୍ନାଥ ଗୌଡ/ସୁଜାତା ପାଢ଼ୀ):ରାୟଗଡ଼ା ଜିଲାର ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ ଚଳାଚଳ ଦାବିରେ ଶୁକ୍ରବାର ସାଇକେଲ ଯାତ୍ରା ଆରମ୍ଭ କରିଛନ୍ତି ପ୍ରମୋଦ ପତି। ଗୁଡ଼ାରୀରୁ…

ସିଡିପିଓ ମମତାରାଣୀ ଦାସଙ୍କ ଗୁଣୁପୁର ବଦଳି, କଲ୍ୟାଣସିଂହପୁରରେ ସମ୍ବର୍ଦ୍ଧନା….

କଲ୍ୟାଣସିଂହପୁର,୨।୧୦(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସମନ୍ୱିତ ଶିଶୁ ବିକାଶ ଯୋଜନା (ଆଇସିଡିଏସ୍) କାର୍ଯ୍ୟାଳୟ ପରିସରରେ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ (ସିଡିପିଓ) ମମତାରାଣୀ…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?