୧୩ରୁ ସିଆଇଆଇ ଏଣ୍ଟରପ୍ରାଇଜ ଓଡ଼ିଶା

ଭୁବନେଶ୍ୱର,୯-୧୧: କନଫେଡେରେଶନ ଅଫ୍‌ ଇଣ୍ଡିଆନ ଇଣ୍ଡଷ୍ଟ୍ରିଜ(ସିଆଇଆଇ) ପକ୍ଷରୁ ଏଣ୍ଟରପ୍ରାଇଜ ଓଡ଼ିଶା ଚଳିତ ମାସ ୧୩ରୁ ୧୬ ଯାଏ ସ୍ଥାନୀୟ ପ୍ରଦର୍ଶନୀ ପଡିଆଠାରେ ଅନୁଷ୍ଠିତ ହେବ। ଏହାର ସଫଳତା ଲାଗି ରାଜ୍ୟ ସରକାର ସମସ୍ତ ପ୍ରକାରର ସହଯୋଗ ଯୋଗାଇ ଦେବେ ବୋଲି ସିଆଇଆଇ ପକ୍ଷରୁ ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ ଖବରଦାତା କାର୍ଯ୍ୟକ୍ରମରେ ସୂଚନା ଦିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ଖଣି ମନ୍ତ୍ରୀ ପ୍ରଫୁଲ କୁମାର ମଲ୍ଲିକ, ଶିଳ୍ପ ଏବଂ ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର, ଶିଳ୍ପ ବିଭାଗ ସଚିବ ହେମନ୍ତ କୁମାର ଶର୍ମା, ସିଆଇଆଇ ଓଡ଼ିଶାର ପ୍ରଦୀପ୍ତ ମହାନ୍ତି ପ୍ରମୁଖ ଏଥିରେ ଯୋଗଦେବେ। ଗୋଟିଏ ସ୍ଥାନରେ ଓଡ଼ିଶା ମାଇନିଂ ଏବଂ ଓଡିଶା ଇନୋଭେକ୍ସର ପ୍ରଦର୍ଶନୀ ହେବ ବୋଲି ସିଆଇଆଇ ପକ୍ଷରୁ ସୂଚନା ରହିଛି। ପ୍ରାୟ ୨୦୦ କମ୍ପାନୀ ଏଠାରେ ସେମାନଙ୍କ ପ୍ରଡକ୍ଟ ଏବଂ ସେବା ପ୍ରଦର୍ଶନ କରାଇବେ। ମେଟାଲ,ମିନେରାଲ, ପାଓ୍ବାର, ଟେକ୍ସଟାଇଲ, ଫୁଡ ପ୍ରୋସେସିଂ, କେମିକାଲ୍ସ ଏବଂ ପେଟ୍ରୋକେମିକାଲ୍ସ, ଡିଫେନ୍ସ ମାନୁଫାକଚରିଂ ଭଳି ବିଭାଗରେ ଷ୍ଟଲ ମାନ ଏଥିରେ ସ୍ଥାନୀତ ହେବ। ଏହାବାଦ ଔଦ୍ୟୋଗିକ ଏବଂ ନିର୍ମାଣ ଉପକରଣ, ଆଇଟି ସେବା, ଶିକ୍ଷା, ରିୟଲ ଇଷ୍ଟେଟ ଏବଂ ଅଟୋମୋବାଇଲ ଭଳି କ୍ଷେତ୍ର ବିସ୍ତୃତ ଭାବେ ପ୍ରଦର୍ଶନ କରାଯିବାର ଯୋଜନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ପ୍ରକୃତ ଉଦ୍ୟୋଗୀ କେବଳ ନିଜ ପାଇଁ ସମ୍ପତ୍ତି ସୃଷ୍ଟି କରନ୍ତି ନାହିଁ

ଭାଲଚନ୍ଦ୍ର ମହାନ୍ତି ଜଣେ ପ୍ରଥମ ପିଢିର ଓଡ଼ିଆ ଉଦ୍ୟୋଗୀ ଏବଂ ଓରିକ୍ଲିନ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ। ୧୯୯୦ ମସିହାରେ କମ୍ପାନୀ ପ୍ରତିଷ୍ଠା ହେବା ପରଠାରୁ ସେ…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

ସରକାରଙ୍କ ବଡ଼ ଘୋଷଣା! ବଦଳିବ ସୁନା କିଣିବା ନିୟମ, ଜାଣନ୍ତୁ ଗ୍ରାହକଙ୍କ ଉପରେ କ’ଣ ପ୍ରଭାବ ପଡ଼ିବ…

ନୂଆଦିଲ୍ଲୀ,୪।୪: ସରକାର ସୁନା କ୍ରୟ ସମ୍ବନ୍ଧୀୟ ନିୟମଗୁଡ଼ିକୁ ଆହୁରି କଠୋର କରିବାକୁ ଯାଉଛନ୍ତି। ଏହି ପଦକ୍ଷେପର ଅଂଶ ସ୍ବରୂପ, ହଲମାର୍କିଂର ଅପବ୍ୟବହାର ବିଷୟରେ ବଢ଼ୁଥିବା ଚିନ୍ତାକୁ ଦୂର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri