୧୩୧ ପଞ୍ଚାୟତରେ ରନ୍ଧା ଖାଦ୍ୟ ବଣ୍ଟନ

ଭଦ୍ରକ ଅଫିସ,୧ା୪- ଭଦ୍ରକ ଜିଲାର ବିଭିନ୍ନ ସ୍ବୟଂ ସହାୟିକା ଗୋଷ୍ଠୀ ଦ୍ୱାରା ଜିଲାର ୧୩୧ଟି ପଞ୍ଚାୟତରେ ସୋମବାର ମାଗଣାରେ ରନ୍ଧା ଖାଦ୍ୟ ବଣ୍ଟନ କରାଯାଇଛି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଜିଲା ପ୍ରଶାସନ ପକ୍ଷରୁ ଗରିବ, ନିଃସହାୟ, ଦିନ ମଜୁରିଆଙ୍କୁ ମାଗଣାରେ ରନ୍ଧା ଖାଦ୍ୟ ସାମାଜିକ ଦୂରତା ବଜାୟ ରଖି ବଣ୍ଟନ କରାଯାଇଛି। ଏଥିରେ ମୋଟ ୭ହଜାର ୬୭୩ ଜଣଙ୍କୁ ଖାଦ୍ୟ ବଣ୍ଟନ କରାଯାଇଛି। ଯେଉଁମାନଙ୍କ ମଧ୍ୟରେ ବୟସ୍କ ୬ହଜାର ୪୩୫ ଜଣ ଥିବା ବେଳେ ୧୨୩୮ଜଣ ପିଲା ରହିଛନ୍ତି। ଏହା ବ୍ୟତୀତ ଜିଲାର ସମସ୍ତ ସ୍ବାସ୍ଥ୍ୟକେନ୍ଦ୍ର ମାନଙ୍କରେ ଚିକିତ୍ସିତ ହେଉଥିବା ରୋଗୀ ଏବଂ ସେମାନଙ୍କ ପାଖରେ ରହୁଥିବା ସହାୟକଙ୍କୁ ମଧ୍ୟ ମାଗଣା ଖାଦ୍ୟ ପ୍ରଦାନ କରାଯାଇଛି। ଜିଲାର ୪ଟି ପୌରାଞ୍ଚଳରେ ମୋବାଇଲ ଆହାର ସେବା ଯୋଗାଇ ଦିଆଯାଇଛି। ବାହାର ଜିଲାରୁ ଆସି ଏହି ଅଞ୍ଚଳରେ ଫସି ରହିଥିବା ଶ୍ରମିକ ତଥା ଅନ୍ୟ କାରଣରୁ ଫସି ଥିବା ଲୋକଙ୍କୁ ଖାଦ୍ୟ ଯୋଗାଇ ଦିଆ ଯାଇଛି। ସେହିପରି ଭଦ୍ରକ ପୌରପାଳିକା ପକ୍ଷରୁ ବୁଲା ଗାଈଗୋରୁଙ୍କ ପାଇଁ କାଞ୍ଜିଆହୁଦା କରାଯାଇ ସେଠାରେ ବୁଲୁଥିବା ଗୋରୁଙ୍କୁ ନେଇ ରଖା ଯାଇଛି। ଏହି କାଞ୍ଜିଆହୁଦା ପୌରପାଳିକାର ୨୩ ନମ୍ବର ୱାର୍ଡରେ କରାଯାଇଛି। ଗୋରୁଙ୍କୁ ପୌରପାଳିକା ପକ୍ଷରୁ ଖାଦ୍ୟ ପ୍ରଦାନ କରାଯାଇଛି। ଏହା ବ୍ୟତୀତ ଯେଉଁମାନଙ୍କ ଗୋରୁ ବୁଲୁଛନ୍ତି ସେମାନଙ୍କ ମାଲିକମାନଙ୍କୁ ସୂଚାଇ ଦିଆଯାଇଛି କି ନିଜ ଗୋରୁଙ୍କୁ ନିଜ ତତ୍ତ୍ବାବଧାନରେ ରଖିବେ ନଚେତ କାଞ୍ଜିଆହୁଦାକୁ ନିଆଯିବ ଏବଂ ପରବର୍ତ୍ତୀ ସମୟରେ ମାଲିକମାନେ ଜରିମାନା ଦେଇ ଗୋରୁ ମୁକୁଳାଇବେ। ମାଲିକମାନେ ଗୃହପାଳିତ ପଶୁଙ୍କୁ ନ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆ ଆଡ୍ଡାରେ ପୋଲିସ ଚଢାଉ ବେଳେ ପୋଲିସ ଅଧିକାରୀଙ୍କୁ ଆକ୍ରମଣ: ହତ୍ୟା ଉଦ୍ୟମ ମାମଲା ରୁଜୁ କଲା…

ଦିଗପହଣ୍ଡି,୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଏସ.ଆଇ ରାଜ କିଶୋର ପାତ୍ର ସଦଳବଳେ ଲଙ୍ଗଳ ଦେଇ, ଅନନ୍ତେଇ ଇଲାକାରେ ଶୁକ୍ରବାର ସାନ୍ଧ୍ୟକାଳୀନ ପାଟ୍ରୋଲିଂ ସାରି…

ଗୋରୁଙ୍କୁ ରାସ୍ତା କାଟି ଯିବାବେଳେ ସାଇକେଲରୁ ଖସି ୨ ଛାତ୍ର ଗୁରୁତର

ଥୁଆମୂଳ ରାମପୁର,୧।୮ (ଦୁର୍ଗା କୀର୍ତ୍ତି): ସକାଳୁ ସ୍କୁଲକୁ ଯିବା ବେଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ରାସ୍ତାରେ ଥିବା ଗାଈମାନଙ୍କୁ କାଟି ଯିବା ବେଳେ ସାଇକେଲର ଭାରସାମ୍ୟ…

ପାଟଣା ବ୍ଲକ୍ ସ୍ତରୀୟ ସ୍ୱାଧୀନତା ଦିବସରେ ସମ୍ବର୍ଦ୍ଧିତ ହେବେ କୃତୀ ପ୍ରତିଭା

ପାଟଣା, ୧।୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭାଗୃହରେ ଆସନ୍ତା ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…

ଜ୍ଞାନବିଜ୍ଞାନ ମେଳା: ୨୧୦ ପ୍ରକଳ୍ପ ପ୍ରଦର୍ଶିତ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଶନିବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ…

odisha flood: ମହାନଦୀ ବନ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍‌, ସର୍ବୋଚ୍ଚ ଯନ୍ତ୍ରୀ କହିଲେ…

ଭୁବନେଶ୍ୱର,୧।୮: ଆଗକୁ ବର୍ଷା ନ ହେବା ଯାଏଁ ମହାନଦୀରେ ବନ୍ୟା ଆଶଙ୍କା ନାହିଁ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ଶନିବାର ଗଣମାଧ୍ୟମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri