୧୪ ଦିନରେ ଖଣିରେ ଅର୍ଥନୈତିକ ଅବରୋଧ: ସମର୍ଥ ଜଣାଇଲା ରାଜ୍ୟ ସିଭିଲ ସୋସାଇଟି ଫୋରମ

ସୁକିନ୍ଦା,୨|୮(ଡି.ଏନ୍‌.ଏ.)- ସୁକିନ୍ଦା କ୍ରୋମ ଭ୍ୟାଲିରେ ଲୋଡିଂ ନ ମିଳିବା ଓ ହାଇକୋର୍ଟଙ୍କ ଫାଷ୍ଟ କମ ଫାଷ୍ଟ ଲୋଡିଂ ନିୟମକୁ ନେଇ ଜୁଲାଇ ୧୯ରୁ କୁହିକା ସୁକିନ୍ଦା କ୍ରୋମାଇଟ ଖଣି ଟ୍ରକ୍‌ ମାଲିକ ସଂଘ ପରିବହନ ବନ୍ଦ ଆନ୍ଦୋଳନ ଜାରି ରଖିଛି । ଇତି ମଧ୍ୟରେ ୧୪ ଦିନ ବ୍ୟାପୀ ଆନ୍ଦୋଳନ ଜାରି ରହିଥିବାବେଳ ଗୁରୁବାର ଆନ୍ଦୋଳନକୁ ସମର୍ଥନ ଜଣାଇଛି ରାଜ୍ୟ ସିଭିଲ ସୋସାଇଟି ଫୋରମ । ହାଇକୋର୍ଟଙ୍କ ନିର୍ଦ୍ଦେଶ ଓ ଉପେକ୍ଷିତ ଟ୍ରକ୍‌ ମାଲିକଙ୍କ ଅଭିଯୋଗ ସତ୍ତ୍ୱେ ଫାଷ୍ଟ କମ୍‌ ଫାଷ୍ଟ ଲୋଡିଂ କାର୍ଯ୍ୟକାରୀ ନେଇ ବର୍ତ୍ତମାନ ପର୍ଯ୍ୟନ୍ତ ଜିଲା ପ୍ରଶାସନ କୌଣସି ପଦକ୍ଷେପ ନେଇ ନାହାନ୍ତି । ଏହାକୁ ନେଇ ସୂଚନା ଅଧିକାର ଅଭିଯାନର ରାଜ୍ୟ ଆବାହକ ତଥା ଜାତୀୟ ମାନବାଧିକାର କମିଶନର ଏନଜିଓ କୋର କମିଟି ସଦସ୍ୟ ପ୍ରଦୀପ ପ୍ରଧାନ, ସୂଚନ ଅଧିକାର ଅଭିଯାନର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଭକ୍ତି ରଞ୍ଜନ ପଳେଇ, କଟକ ଜିଲା ସଂଯୋଜକ ଜିତେନ୍ଦ୍ର ସହୁ, ତପନ ପାଢୀ, ପଣ୍ଣର୍ର୍ ଚନ୍ଦ୍ର ସାହୁ , ମଳୟ ତ୍ରିପାଠୀ, ଉଦୟ ପ୍ରଧାନ ପ୍ରମୁଖ ଆନ୍ଦୋଳନକାରୀଙ୍କ ନିକଟରେ ପହଞ୍ଚି ଘଟଣାର ସତ୍ୟାସତ୍ୟ ଅନୁଧ୍ୟାନ କରିଥିଲେ। ଏଥିସହ ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ତୁରନ୍ତ କାର୍ଯ୍ୟକାରୀ କରିବାକୁ ଦାବି କରିଛନ୍ତି। ସୁକିନ୍ଦା କ୍ରୋମାଇଟ ଖଣି ଟ୍ରକ ମାଲିକ ସଂଘ, କୁହିକାକୁ ନୈତିକ ସମର୍ଥନ ଦେଇ ରାଜ୍ୟ ସ୍ତରରେ ଏହି ଦାବିକୁ ଉପସ୍ଥାପନ କରିବାକୁ ପ୍ରତିଶ୍ରୁତି ଦେଇଥିବା ଦେଖିବାକୁ ମିଳିଛି। ଜିଲା ପ୍ରଶାସନ ୪୮ ଘଣ୍ଟା ମଧ୍ୟରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ପାଳନ ନ କଲେ ରାଜ୍ୟ ସରକାରଙ୍କ ବିରୋଧରେ ପୋଲିସ ମୁଖ୍ୟାାଳୟ ଠାରୁ ଆରମ୍ଭ କରି ରାଜଧାନୀରେ ତୀବ୍ର ଆନ୍ଦୋଳନ କରିବା ନେଇ ପ୍ରଧାନ ଚେତାବନୀ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଝାଟିପଦର ଠାକୁରାଣୀ ମନ୍ଦିରରେ ଶେଷ ପର୍ଯ୍ୟାୟରେ ନବରାତ୍ର ପୂଜା ପ୍ରସ୍ତୁତି

ଗଞ୍ଜାମ,୨ା୧୦(ବିଦ୍ୟାଧର ସାହୁ): ଚଳିତ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଶନିବାରଠାରୁ ଆରମ୍ଭ ହୋଇଛି ମା’ ଠାକୁରାଣୀଙ୍କ ପୀଠରେ ଶାରଦୀୟ ନବ ରାତ୍ର ପୂଜା। ଏହି ପୂଜା…

କୁକୁର ମୁହଁରୁ କୃଷ୍ଣସାର ମୃଗଛୁଆକୁ ଉଦ୍ଧାର କରି ଘରେ ରଖିଥିଲେ ବ୍ୟକ୍ତି, ବନ ବିଭାଗ କର୍ମଚାରୀ ପହଞ୍ଚି…

ଦିଗପହଣ୍ଡି,୨।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମାରୁ ଏକ କୃଷ୍ଣସାର ମୃଗ ଛୁଆକୁ ବନ ବିଭାଗ କର୍ମଚାରୀମାନେ ଉଦ୍ଧାର କରିଛନ୍ତି।…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ବରିଷ୍ଠ ନାଗରିକଙ୍କ ଯତ୍ନ ନେବା ଜରୁରୀ: ଆଶାବାଡ଼ି ପ୍ରଦାନ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହଠାରେ ଗୁରୁବାର ବ୍ଲକସ୍ତରୀୟ ବିଶ୍ୱ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଆଲିଶା…

ଗଜଲକ୍ଷ୍ମୀ ପୂଜା ପାଇଁ ଶୁଭଖୁଣ୍ଟି ସ୍ଥାପନ: ଖେଳିଗଲା ଉତ୍ସାହ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ତୁଡ଼ିକିବାଡ଼ି ଗ୍ରାମରେ ଚତୁର୍ଥ ବର୍ଷ ଗଜଲକ୍ଷ୍ମୀ ପୂଜା ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ଅବସରରେ…

ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର

​ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି…

ବିନା ଛାତ୍ରରେ ଚାଲିଛି ବିଦ୍ୟାଳୟ: ସ୍କୁଲ ଜଗି ରହିଛନ୍ତି ଭାରପ୍ରାପ୍ତ ହେଡ୍‌ ପଣ୍ଡିତ

ବଲାଙ୍ଗୀର,୨ା୧୦(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ସହର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ବିଦ୍ୟାଭୂଷଣ ସଂସ୍କୃତ ପ୍ରଥମା-ମଧ୍ୟମା ବିଦ୍ୟାଳୟରେ ୬ଷ୍ଠରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ଏକଦା ଏହି ବିଦ୍ୟାଳୟରେ ୧୦୦ରୁ…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?