୧୪ ଦିନରେ ହେଲା ସ୍ଥିତି ସ୍ବାଭାବିକ: ତାଳଚେର କୋଲ୍‌ ଫିଲ୍ଡସ ଚଳଚଞ୍ଚଳ

ତାଳଚେର, ୭ା୮ (ନି.ପ୍ର.)-ଭରତପୁର ଖଣି ଦୁର୍ଘଟଣା ପରେ ୧୪ ଦିନ ଧରି ଠପ୍‌ ହୋଇଯାଇଥିବା ତାଳଚେର କୋଲ୍‌ ଫିଲ୍ଡସରେ ମଙ୍ଗଳବାର ସ୍ଥିତି ଧୀରେ ଧୀରେ ସ୍ବାଭାବିକ ହେଉଛି। ସମସ୍ୟା ସମାଧାନ ପାଇଁ ଅନୁଗୋଳ ଜିଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକ ସଫଳ ହେବା ପରେ ଅପରାହ୍ନରୁ କୋଲ୍‌ ଫିଲ୍ଡସର ବିଭିନ୍ନ ଖଣିରେ ଉତ୍ତୋଳନ ସହ ପରିବହନ କାର୍ଯ୍ୟ ଆରମ୍ଭ ହୋଇଛି। କେବଳ ଭରତପୁର ଖଣିର ଦୁର୍ଘଟଣା ସ୍ଥାନକୁ ବାଦ୍‌ ଦେଇ ଅନ୍ୟ ସମସ୍ତ ଖଣିରୁ ପୂର୍ବପରି କୋଇଲା ଉତ୍ପାଦନ କରାଯିବ ବୋଲି ଜଗନ୍ନାଥ ଏରିଆ ଜେନେରାଲ ମ୍ୟାନେଜର ଏମ.ଜି. ବ୍ରହ୍ମପୁରକର ସୂଚନା ଦେଇଛନ୍ତି। କୋଲ୍‌ ଫିଲ୍ଡସ ଚଳଚଞ୍ଚଳ ହୋଇଥିବାରୁ ଏବେ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଏନ୍‌ଟିପିସି ଓ ଏହା ଅଧୀନରେ ଥିବା ଟିଟିପିଏସ୍‌ରେ ଦେଖାଦେଇଥିବା କୋଇଲା ସଙ୍କଟର ସମାଧାନ ହୋଇପାରିବ।
ପ୍ରକାଶ ଯେ, ଜୁଲାଇ ୨୩ ରାତିରେ ଭରତପୁର କୋଇଲା ଖଣିରେ ମାଟି ଅତଡ଼ା ଖସି ୪ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା। ଏହା ପରଠାରୁ ଆନ୍ଦୋଳନ ଯୋଗୁ ଭରତପୁର ସହ ତାଳଚେରରେ ଥିବା ଏମ୍‌ସିଏଲ୍‌ର ହିଙ୍ଗୁଳା, ବଳରାମ, ନନ୍ଦିରା, ଜଗନ୍ନାଥ, ଅନନ୍ତ, ଲିଙ୍ଗରାଜ, ଭୁବନେଶ୍ୱରୀ, କଣିହାଁ ଓପନକାଷ୍ଟ ଆଦି ଖଣିରେ କାର୍ଯ୍ୟ ସମ୍ପୂର୍ଣ୍ଣ ବନ୍ଦ ହୋଇଯାଇଥିଲା। ଫଳରେ ଏମ୍‌ସିଏଲ୍‌ର ଶତାଧିକ କୋଟି ଟଙ୍କାର କ୍ଷତି ହେବା ସହ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ମଧ୍ୟ ବିପୁଳ ପରିମାଣର ରାଜସ୍ବ ହରାଇବାକୁ ପଡ଼ିଥିଲା। ସେହିପରି ଖଣି ବନ୍ଦର ପ୍ରଭାବ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଏନ୍‌ଟିପିସି ଓ ଏହା ପରିଚାଳନାରେ ଥିବା ଟିଟିପିଏସ୍‌ ଉପରେ ବି ପଡ଼ିଥିଲା। କୋଇଲା ଅଭାବରୁ ଏନ୍‌ଟିପିସିର ୪ଟି ଓ ଟିଟିପିଏସ୍‌ର ୫ଟି ବିଦ୍ୟୁତ୍‌ ଉତ୍ପାଦନ ୟୁନିଟ୍‌ ବନ୍ଦ ହୋଇଯାଇଥିଲା। ପ୍ରଶାସନ ପକ୍ଷରୁ ବାରମ୍ବାର ଆଲୋଚନା କରାଯାଇଥିଲେ ବି ଏକ କୋଟି ଟଙ୍କା ଲେଖାଏ କ୍ଷତିପୂରଣ ପାଇଁ ମୃତକଙ୍କ ପରିବାର ଓ ଗ୍ରାମବାସୀ ଅଡ଼ିବସିଥିବାରୁ ବୈଠକ ବିଫଳ ହେଉଥିଲା। ତେବେ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ଉଚିତ ନ୍ୟାୟ ପ୍ରଦାନ ଓ ତୁରନ୍ତ ଖଣି କାର୍ଯ୍ୟ ଆରମ୍ଭ କରିବାକୁ ବିଭିନ୍ନ ଶ୍ରମିକ ସଙ୍ଗଠନ, କୋଲ କଞ୍ଜ୍ୟୁମର ଆସୋସିଏଶନ, ଟ୍ରକ୍‌ ମାଲିକମାନଙ୍କ ପକ୍ଷରୁ ପ୍ରଶାସନ ଉପରେ ବାରମ୍ବାର ଚାପ ପକାଯାଇଥିଲା। ସୋମବାର ଏମ୍‌ସିଏଲ୍‌ର ଏଠାରେ ଥିବା ୪ ଗୋଟି ଶ୍ରମିକ ସଙ୍ଗଠନ ନେତୃତ୍ୱରେ ହଜାର ହଜାର ଶ୍ରମିକ ଉପଜିଲାପାଳଙ୍କ ଅଫିସ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରି ତୁରନ୍ତ ଖଣି କାର୍ଯ୍ୟ ଆରମ୍ଭ କରିବାକୁ ଦାବି କରିଥିଲେ। ମଙ୍ଗଳବାର ଖଣି କାର୍ଯ୍ୟ ଆରମ୍ଭ ହେବ ବୋଲି ପ୍ରଶାସନ ପକ୍ଷରୁ ସେମାନଙ୍କୁ କୁହାଯାଇଥିଲା। ତଦନୁଯାୟୀ ପୂର୍ବାହ୍ନରେ ଜିଲା ପ୍ରଶାସନ ଓ ଏମ୍‌ସିଏଲ୍‌ କର୍ତ୍ତୃପକ୍ଷ ଗ୍ରାମବାସୀଙ୍କ ସହ ଆଲୋଚନା କରିବା ପରେ ସମସ୍ୟାର ସମାଧାନ ହୋଇଥିବା ଜଣାପଡ଼ିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମାଓବାଦୀ ନେତା ଶୁକ୍ରୁ ବିପଦରେ

ଭୁବନେଶ୍ୱର,୨୦।୩: ଡିଜିପି ଓ୍ବାଇ.ବି ଖୁରାନିଆଙ୍କ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଆସନ୍ତା ୩୧ ତାରିଖ ସୁଦ୍ଧା ରାଜ୍ୟରୁ ମାଓବାଦୀ ନିପାତ ଲକ୍ଷ୍ୟରେ ଶେଷ ଲଢ଼େଇ ଜାରି…

ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ: ମାଟ୍ରିକ ପରୀକ୍ଷା ଦେଲେନି ୯୯୩୦ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୦।୩: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ଗୃହରେ ଏକ ବଡ଼ ବୟାନ ଦେଇଛନ୍ତି। ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ୯୯୩୦ଜଣ ଛାତ୍ରୀଛାତ୍ର ଅନୁପସ୍ଥିତ…

ପ୍ରସ୍ତାବିତ ମେଗା ଷ୍ଟିଲ୍‌ପ୍ଲାଣ୍ଟ ପାଇଁ ଗ୍ରାମସଭା ଚାଲିଥିବାବେଳେ ଧସ୍ତାଧସ୍ତି, ଏକର ପିଛା ଏତିକି କୋଟି ଦାବି କରି…

ପାଟଣା,୨୦ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗା ଷ୍ଟିଲ୍‌ ପ୍ଲାଣ୍ଟ୍‌ ପ୍ରତିଷ୍ଠା ପାଇଁ ଶୁକ୍ରବାର ଚେମଣା ପଞ୍ଚାୟତ ଧନୁର୍ଜୟପୁର ଗ୍ରାମ ସ୍କୁଲ ପଡ଼ିଆରେ…

୩୪ ଆଦିବାସୀଙ୍କୁ ଖଲାସ ଦାବି: ୪୮ ଘଣ୍ଟିଆ ବନ୍ଦ ଡାକରା

ବାରିପଦା,୨୦।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ତିରିଂ ଥାନା ଅଞ୍ଚଳର ଜଣେ ଆଦିବାସୀ ନାବାଳିକା ଅସଦାଚରଣ ମାମଲାରେ ବହଳଦା ଠାରେ ଜାତୀୟ ରାଜପଥ ଅବରୋଧ ବେଳେ ପୋଲିସ…

ମିଲରଙ୍କ ଅସହଯୋଗରୁ ବଢୁଛି ଚାଷୀଙ୍କ ଚିନ୍ତା: ଧାନବସ୍ତା ରଖି ରାଜ୍ୟ ରାଜପଥ ଅବରୋଧ

ତିହିଡି଼,୨୦।୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ଚାରିତରଫ ସମବାୟ ସମିତି ମଣ୍ଡିରେ ୮ହଜାର କୁଇଣ୍ଟାଲରୁ ଅଧିକ ଧାନ ପଡ଼ି ରହିଛି l ମିଲରଙ୍କ ଅସହଯୋଗରୁ ଏହି ଧାନ ପଡ଼ି…

ଟ୍ରକକୁ ଧକ୍କା ଦେଲା କାର୍, ଦୁର୍ଘଟଣାରେ ଅବସରପ୍ରାପ୍ତ ଏସଡିଏମଓଙ୍କ ମୃତ୍ୟୁ

ଭବାନୀପାଟଣା,୨୦।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବଳଦିଆମାଲ ପେଟ୍ରୋଲ ପମ୍ପ ନିକଟରେ ସଡ଼କ ଦୁର୍ଘଟଣା ହୋଇଛି । ଶୁକ୍ରବାର ସକାଳେ ହୋଇଥିବା କାର କାର…

ଠିକା ସର୍ବସ୍ବ ପାଲଟୁଛି ପ୍ରକଳ୍ପ, କାମରେ ଆସୁନି

ଲୋଇସିଂହା,୨୦।୩(ସୁଶାନ୍ତ ବାରିକ):ଗ୍ରାମାଞ୍ଚଳରେ ସରକାରୀ ଅନୁଦାନରେ ବିଭିନ୍ନ ପ୍ରକଳ୍ପ ନିର୍ମାଣ ହେଉଛି ା ହେଲେ ସେହି ପ୍ରକଳ୍ପଗୁଡିକ ଲୋକଙ୍କ କାମରେ ଆସୁନାହିଁ। ଏଭଳି ଏକ ପ୍ରକଳ୍ପ ହେଉଛି ବର୍ଜ୍ୟବସ୍ତୁ…

ଗଛକୁ ପିଟି ଓଲଟିଲା ଅଲ୍ଟୋ କାର, ଚାଲିଗଲା ୨ଜଣଙ୍କ ଜୀବନ

ନନ୍ଦପୁର,୨୦।୩(ତୁଷାର କାନ୍ତ ମହାନ୍ତି):  କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଅଗ୍ନିଶମ ବାହିନୀ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଗୁରୁବାର ମଧ୍ୟରାତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri