Posted inଜାତୀୟ

୧୪ ବର୍ଷ ପରେ ଫେସବୁକ୍‌ରେ ଭାଇକୁ ପାଇଲେ ଭଉଣୀ

ଗାଜିଆବାଦ୍‌, ୧୩।୮: ଫେସବୁକ୍‌ ସହାୟତାରେ ୧୪ବର୍ଷ ପରେ ଭାଇକୁ ଖୋଜି ପାଇଛନ୍ତି ଭଉଣୀ। ଉତ୍ତର ପ୍ରଦେଶର ଗାଜିଆବାଦ୍‌ରେ ଘଟିଛି ଏଭଳି ଘଟଣା। ୨୦୦୫ରେ ଏଠାରେ ଜଣେ ମହିଳା ୧୧ ବର୍ଷ ପୁଅ ଅଭିଷେକ ଏବଂ ନିଜ ସ୍ବାମୀଙ୍କୁ ଛାଡି ୩ ବର୍ଷର ଝିଅ କାଜଲକୁ ଧରି ଆଉ ଜଣେ ବ୍ୟକ୍ତି ସହ ଦ୍ୱିତୀୟ ବିବାହ କରିଥିଲେ। ସେବେଠାରୁ ଭାଇ ଏବଂ ପିତାଙ୍କୁ ଦେଖି ନ ଥିଲେ କାଜଲ। ଦିନକର ଘଟଣା ହଠାତ୍‌ ମା’ଙ୍କ ପାଟି ଭାଇଙ୍କ ନାଁ ଶୁଣି ତାଙ୍କୁ ଫେସବୁକ୍‌ରେ ଖୋଜିବାକୁ ଲାଗିଥିଲେ କାଜଲ। ତେବେ ଭାଇଙ୍କ ସନ୍ଧାନ ମିଳିବା ପରେ ସେ ତାଙ୍କୁ ଦେଖାକରିବା ପାଇଁ କହିଥିଲେ। ଭାଇ ନିcଜଭଉଣୀଙ୍କୁ ଦେଖା କରିବାକୁ ଆସି ସେଠାରୁ ତାଙ୍କୁ ନେଇଯାଇଥିଲେ। ପୋଲିସ ପାଖରେ ମାମଲା ପହଞ୍ଚିବା ପରେ ତଦନ୍ତ ଆରମ୍ଭ ହୋଇଥିଲା। ଝିଅକୁ ହରାଇବା ପରେ ମା’ ପୋଲିସ ଆଗରେ କାନ୍ଦିଥିଲେ। କିନ୍ତୁ ଝିଅ ଏବେ ମା’ ପାଖକୁ ଆସିବାକୁ ରାଜି ନାହାନ୍ତି। ୧୪ ବର୍ଷ ପରେ ଭାଇକୁ ପାଇଁ ବେଶ୍‌ ଖୁସି ଅଛନ୍ତି କାଜଲ। ସେ ଏବେ ରାକ୍ଷୀ ପୂର୍ଣ୍ଣିମାକୁ ଅପେକ୍ଷା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷଜମିରେ କାଳ ସାଜିଲା ବଜ୍ରପାତ, ନାବାଳକଙ୍କ ଜୀବନ ଗଲା,୨ ଗୁରୁତର ହୋଇ…

ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଥିବାବେଳେ ଆଉ ଦୁଇଜଣ ଯୁବକ…

ହଜାର ହଜାର ଟଙ୍କା ବଢିଲା ସୁନା-ରୁପା ଦର: ୧୦ ଗ୍ରାମ ପିଛା ଅଛି…

ନୂଆଦିଲ୍ଲୀ,୧୫।୬: ବିଶ୍ୱ ସ୍ତରରେ ଘଟୁଥିବା ଭୂରାଜନୈତିକ ପରିବର୍ତ୍ତନର ସିଧାସଳଖ ପ୍ରଭାବ ଆଜି ଘରୋଇ ଅଳଙ୍କାର ବଜାର ଉପରେ ପଡ଼ିଛି। ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି…

ବଜ୍ରପାତରେ ଚାଲିଗଲା ଯୁବକଙ୍କ ଜୀବନ

କଳାହାଣ୍ଡି,୧୫ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗୋକୁଳେଶ୍ୱର ଗ୍ରାମର ଜଣେ ଯୁବକଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣଙ୍କ ହେଲେ ଗୋଲକ ଗଉଡ଼(୧୮)। ରବିବାର…

ଭାରସାମ୍ୟ ହରାଇ ଟ୍ୟାଙ୍କର୍‌ ଦୁର୍ଘଟଣା: ଗାଡି ଭିତରେ ଚାପି ହୋଇଗଲେ

ଲାଞ୍ଜିଗଡ,୧୫।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣା ଓ ରାୟଗଡ଼ାକୁ ସଂଯୋଗ କରୁଥିବା ୬ନମ୍ବର ରାଜ୍ୟ ରାଜପଥ ଢ଼େପଗୁଡାଠାରେ ଏକ ଆଲୁମିନା ପାଉଡର ବୋଝେଇ ବଲକର ରବିବାର…

ମଦ ଦୋକାନକୁ ତୀବ୍ର ବିରୋଧ: ହଜାରରୁ ଅଧିକ ଲୋକଙ୍କ ଜନଆନ୍ଦୋଳନ

ତିହିଡ଼ି,୧୫।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନସ୍ଥ ଧୂଷୁରୀ ହରିହଂସ କୀର୍ତ୍ତନ ମଣ୍ଡପ ପରିସରରେ ଆଜି ହଜାରରୁ ଅଧିକ ମହିଳା ଓ ପୁରୁଷ ଏକତ୍ରିତ…

ବ୍ୟବସାୟୀଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ଲୁଟି ନେଲେ ଟଙ୍କା ସହ ଲକ୍ଷାଧିକ ସୁନା ଅଳଙ୍କାର

ନୀଳଗିରି, ୧୫/୦୬,(ପ୍ରଶାନ୍ତ କୁମାର ବିଶ୍ବାଳ):କଳାକନା ବୁଲାଇଲେ ଦୁର୍ବୃତ୍ତ। ରବିବାର ରାତି ପ୍ରାୟ ୮ଟା ୩୦ ରୁ ୯ ଟା ୩୦ ମିନିଟ ସମୟରେ ଚୋରି ହୋଇଥିବାର ଅନୁମାନ।…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ନିର୍ମାଣାଧିନ ପୋଲ ତଳକୁ ଖସି ୨ ମୃତ

ନୀଳଗିରି,୧୫।୬,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ବରହମପୁର ଥାନା ଶେରଗଡ଼ ନୀଳଗିରି ଝରଣଘାଟି ରାସ୍ତା ୧୯ ନମ୍ବର ରାଜ୍ୟ ରାଜପଥର ତେଲିପାଳ ନିକଟରେ ପହିଲି ରଜ ରବିବାର…

ଆଦାୟ ହେଉଛି ରାଜସ୍ବ, ହେଉନି ପଙ୍କୋଦ୍ଧାର, ଶୁଖିଲା ପଡ଼ିଛି ପୋଖରୀ

ଅମରପାଲି,୧୫ା୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ପଞ୍ଚାୟତର ଅମରପାଲି ଗ୍ରାମରେ ଥିବା ପୋଖରୀଗୁଡ଼ିକର ଦୁରବସ୍ଥାକୁ ନେଇ ଅସନ୍ତୋଷ ଦେଖାଦେଇଛି। ଗ୍ରାମରେ ମୋଟ୍‌ ୭ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri