Posted inଜାତୀୟ

୧୪ ବର୍ଷରେ ୨ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ; ୨୮ ଶହ କୋଟି ଖର୍ଚ୍ଚ ପରେ ବି ମାୟାନଗରୀ ବର୍ଷାରେ ହେଉଛି ଉବୁଟୁବୁ

ମୁମ୍ବାଇ,୭।୭: ମୌସୁମୀକୁ ଦେଶସାରା ଅପେକ୍ଷା କରୁଥିବାବେଳେ ଏହାକୁ ନେଇ ମାୟାନଗରୀ ମୁମ୍ବାଇର ଲୋକେ ଭୟ କରିଥାନ୍ତି। ପ୍ରତିବର୍ଷ ବର୍ଷା ଋତୁରେ ପାଣିରେ ଏହି ସହର ଉବୁଟୁବୁ ହୋଇଥାଏ। ଗତ ୧୪ ବର୍ଷ ମଧ୍ୟରେ ଏହା ଯୋଗୁ ଏଠାରେ ୨ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ୨୦୦୫ ଜୁଲାଇ ୨୬ରେ ପ୍ରବଳ ବର୍ଷା ଯୋଗୁ ଏଠାରେ ଏକ ହଜାର ଲୋକଙ୍କ ମୃତ୍ୟୁ ଘଟିଥିଲା। ମିଠି, ଦହିସର, ପୋଇସର, ଓସିବସ୍‌ ଏବଂ ଓ୍ବାଲଭଟ୍‌ ନଦୀରେ ବନ୍ୟା ଆସିବାରୁ ସ୍ଥିତି ଅଧିକ ସଙ୍କଟ ଜନକ ହୋଇଥିଲା। ଇତିମଧ୍ୟରେ ସହରରେ ବର୍ଷା ଜଳ ନିଷ୍କାସନ ପାଇଁ ୨୮ ଶହ ୧୫ କୋଟି ଟଙ୍କା ଖର୍ଚ୍ଚ ଯାଇଛି। ତେବେ ମଧ୍ୟ ବର୍ଷାରେ ଏଠାକାର ଅବସ୍ଥା ବେହାଲ୍‌ ହେବାରେ ଲାଗିଛି। ସ୍ଥିତିରେ ଏପର୍ଯ୍ୟନ୍ତ କୌଣସି ସୁଧାର ହୋଇପାରୁନି। ତେବେ ନାଳ ଗୁଡ଼ିକର ନିୟମିତ ସଫା କରା ନ ଯିବା ତଥା ନଦୀ କୂଳ ଗୁଡ଼ିକରେ ବିଭିନ୍ନ ବର୍ଜ୍ୟବସ୍ତୁ ଜମା ହେବାଦ୍ୱାରା ବର୍ଷା ଜଳ ନିଷ୍କାସନରେ ବାଧା ସୃଷ୍ଟି ହେଉଥିବାରୁ ଏପରି ଅବସ୍ଥା ସୃଷ୍ଟି ହେଉଥିବା କୁହାଯାଉଛି। ଏନେଇ ସରକାରଙ୍କ ପକ୍ଷରୁ ପ୍ରୟାସ ଜାରି ରହିଛି। ମାତ୍ର ସଚେତନତା ଅଭାବରୁ ପ୍ରତିବର୍ଷ ମାୟାନଗରୀରେ ଲୋକେ ଜଳବନ୍ଦୀ ହେଉଥିବା ଜଳସେଚନ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

୪ ମାସ ହେଲା ମିଳୁନି ଭତ୍ତା: ଅନ୍ଦୋଳନ ପାଇଁ ସଜବାଜ ହିତାଧିକାରୀ

ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କିଛି ହିତାଧିକାରୀ ବିଗତ ୪ ମାସ ହେଲା ବକେୟା ଭତ୍ତା ଅର୍ଥ ପାଇ ପାରିନାହାନ୍ତି। ଫଳରେ ଉକ୍ତ ହିତାଧିକାରୀ ମାନେ…

ଆନ୍ଦୋଳନ ଛାଡି ଖାଉଥିଲେ ବର୍ଗର! CJP ନେଲା କାର୍ଯ୍ୟାନୁଷ୍ଠାନ, ସଂଗଠନର ମୁଖପାତ୍ର ପଦରୁ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ବିଜେତା ଦହିୟାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତାଙ୍କୁ ସଂଗଠନର ମୁଖପାତ୍ର ପଦରୁ ହଟାଇ ଦେଇଛି। ଏହାର ସୂଚନା CJP…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଆଗକୁ ପେଟ୍ରୋଲରେ ମିଶିବ କି ୨୦% ରୁ ଅଧିକ ଇଥାନଲ୍? ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୧।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ ବା ଇ-୨୦ ପେଟ୍ରୋଲକୁ ନେଇ ଚର୍ଚ୍ଚା ଆଲୋଚନା ଲାଗି ରହିଛି । ଏହାଦ୍ୱାରା ଗାଡି଼ର ଇଞ୍ଜିନ ଖରାପ ହେଉଥିବା ନେଇ କହୁଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri