୧୪ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର, ୯/୬(ବ୍ୟୁରୋ):ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆସନ୍ତା ୨ରୁ ୩ଦିନ ମଧ୍ୟରେ ଓଡ଼ିଶା ଛୁଇଁବ। ଏ ନେଇ ମଙ୍ଗଳବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମଙ୍ଗଳବାର ମହାରାଷ୍ଟ୍ରର ଆଲିବାଗ, ପୁଣେ ଆଦି ସ୍ଥାନରେ ପହଞ୍ଚତ୍ଛି। ସେହିପରି ଦକ୍ଷିଣପୂର୍ବ ଭାରତରେ ଏହା ଆନ୍ଧ୍ରପ୍ରଦେଶର ଆଉ କିଛି ଅଞ୍ଚଳ ଯେପରିକି ଶ୍ରୀହରିକୋଟା, ରେଣ୍ଟାଚିନ୍ତଲାକୁ ଛୁଇଁଛି। ଆଗାମୀ ୨ରୁ ୩ ଦିନ ମଧ୍ୟରେ ଓଡ଼ିଶାର କେତେକ ଅଞ୍ଚଳକୁ ଛୁଇଁବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆସନ୍ତା ୧୧ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୦ରୁ ୧୪ ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୧୧ ଓ ୧୨ରେ ରାଜ୍ୟର ଅନେକ ସ୍ଥାନରେ ପ୍ରଳବରୁ ଅତି ପ୍ରବଳ ବର୍ଷା ହେବ। ୧୧ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଅନୁଗୋଳ, ଢେଙ୍କାନାଳ, ପୁରୀ ଓ ଖୋର୍ଦ୍ଧା ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେହିପରି ୧୨ରେ ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର, ବରଗଡ଼, କଳାହାଣ୍ଡି ଓ ନୂଆପଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେଥିପାଇଁ ଏହି ଦୁଇଦିନ ଏସବୁ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର। ମଙ୍ଗଳବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ନୟାଗଡ଼ରେ ସର୍ବାଧିକ ୨୯ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଅନ୍ୟପକ୍ଷରେ ୬ଟି ସହରରେ ତାପମାତ୍ରା ୪୦ଡିଗ୍ରୀ ଉପରେ ରହିଥିଲା। ବୌଦ୍ଧରେ ସର୍ବାଧିକ ୪୧ଡିଗ୍ରୀ ରହିଥିବା ବେଳେ ସୋନପୁର ୪୦.୮, ବଲାଙ୍ଗୀର ୪୦.୪, ଟିଟିଲାଗଡ଼ ୪୦.୨, ଭବାନୀପାଟଣା ଓ ସୁନ୍ଦରଗଡ଼ରେ ୪୦ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?