ବୁଗୁଡ଼ା,୧୩ା୮(ଡି.ଏନ.ଏ.)- ବୁଗୁଡ଼ା ବ୍ଲକ ୨୧ ପଞ୍ଚାୟତରେ କାଳିଆ ଯୋଜନାରେ ୫ ହଜାର ଟଙ୍କା ଲେଖାଏ ୧୫ ହଜାର ୩୯୪ ହିତାଧିକାରୀ ପାଇ ଉପକୃତ ହୋଇଛନ୍ତି। ସେଥିରୁ କେତେକ ଅଯୋଗ୍ୟ ହିତାଧିକାରୀ ଅର୍ଥ ନେଇଥିବା ପ୍ରଶାସନ ପାଖରେ ଅଭିଯୋଗ ହେବା ପରେ ବର୍ତ୍ତମାନ ତାର ତନାଘନା ଆରମ୍ଭ ହୋଇଛି। ବୁଗୁଡ଼ା ବ୍ଲକର ଏ.କରଡ଼ାବାଡ଼ି ପଞ୍ଚାୟତରେ ୧୫୬ ହିତାଧିକାରୀ କାଳିଆ ଯୋଜନାର ଅର୍ଥ ପାଇଥିବା ବେଳେ ଅରଖପୁର ପଞ୍ଚାୟତରେ ୬୦୭, ଅନ୍ତରପଡ଼ା ପଞ୍ଚାୟତରେ ୬୪୪, ବି.କରଡ଼ାବାଡ଼ିରେ ୬୪୦, ବାଲିପଦର ପଞ୍ଚାୟତରେ ୫୧୨, ଭଗବାନପୁର ପଞ୍ଚାୟତରେ ୬୨୪, ଭାମଶିଆଳିରେ ୫୭୭, ବିରଞ୍ଚତ୍ପୁର ପଞ୍ଚାୟତରେ ୧୧୨୩, ଗୌଡ଼ିଆବୋରଦାରେ ୬୩୫, ଗୋଳାବନ୍ଧରେ ୧୩୧୦, ଗୋଲିଆରେ ୮୫୯, କଳମ୍ବରେ ୮୧୪, କରଚୁଲିରେ ୧୧୫୮, କରସିଙ୍ଗିରେ ୬୦୬, ଖୋଳଖାଳିରେ ୧୦୦୬, ମାଣିତରା ପଞ୍ଚାୟତରେ ୧୦୯୪, ପାଙ୍ଗିଡ଼ିରେ ୭୫୭, ସଙ୍କୁରୁରେ ୨୫୪, ମୋଟାବାଡି, ୫୪୨ ଓ ତାକରଡ଼ାରେ ୫୬୭ ଓ ପୋଚାଲୁଣ୍ଡି ପଞ୍ଚାୟତରେ ୯୦୯ ହିତାଧିକାରୀ ଏପରି ମୋଟ ୧୫ ହଜାର ୩୯୪ ହିତାଧିକାରୀ ଅର୍ଥ ପାଇଛନ୍ତି। ବର୍ତ୍ତମାନ ଅଯୋଗ୍ୟ ହିତାଧିକାରୀମାନଙ୍କୁ ଯାଞ୍ଚ କରିବା ପାଇଁ ପ୍ରତି ପଞ୍ଚାୟତରେ ପଞ୍ଚାୟତସ୍ତରୀୟ ଗୋଟିଏ କମିଟି ଗଠନ କରାଯାଇ ଘଟଣାର ତଦନ୍ତ ଚାଲିଥିବା ବେଳେ ଅଗଷ୍ଟ ୧୪ ତାରିଖ ଅର୍ଥାତ୍ ବୁଧବାର ସୁଦ୍ଧା ଅଯୋଗ୍ୟ ହିତାଧିକାରୀମାନେ ଅର୍ଥ ଫେରାଇବାକୁ ପଞ୍ଚାୟତ କାର୍ଯ୍ୟାଳୟରେ ନୋଟିସ ପ୍ରଦାନ କରାଯାଇଛି। ଅଯୋଗ୍ୟ ହିତାଧିକାରୀମାନେ ଅର୍ଥ ନ ଫେରାଇଲେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି।
ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…
ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…
ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…
ଛତ୍ରପୁର,୮।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…
ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…
ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…
ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର
ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…
ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…
ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…
ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…
ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…
ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ
ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…
Archives

