୧୪, ୬୦୦ ମାସ୍କ ବାଣ୍ଟିଲେଣି ଅର୍ଜୁନ

ଆଠମଲ୍ଲିକ, ୨୨ା୪(ଡି.ଏନ.ଏ.) – ଆଠମଲ୍ଲିକ ନିର୍ବାଚନମଣ୍ଡଳୀର ଲୋକଙ୍କୁ କରୋନା ସଂକ୍ରମଣରୁ ଦୂରେଇ ରଖିବାକୁ ବ୍ୟାପକ ସଚେତନତା ଅଭିଯାନ ଚଳାଇଛନ୍ତି ଆଠମଲ୍ଲିକ ବ୍ଲକ ଓଳଥ ଗ୍ରାମର ସାମାଜିକ କର୍ମୀ ତଥା ବିଜେଡି ଯୁବ ନେତା ଅର୍ଜୁନ ସାହୁ। ସେ ନିର୍ବାଚନମଣ୍ଡଳୀର ବିଭିନ୍ନ ପଞ୍ଚାୟତ ବୁଲି ଲୋକଙ୍କୁ ମାସ୍କ, ସାନିଟାଇଜର ବଣ୍ଟନ କରୁଛନ୍ତି। ଇତିମଧ୍ୟରେ ସେ ପ୍ରାୟ ୧୪ ହଜାର ୬୦୦ ମାସ୍କ ବାଣ୍ଟି ସାରିଛନ୍ତି। ଗତ ୨ ତାରିଖରୁ ସେ ଏହି ଅଭିଯାନ ଆରମ୍ଭ କରିଥିଲେ। ପ୍ରଥମେ ଆଠମଲ୍ଲିକ ଉପଖଣ୍ତର ପ୍ରଶାସନିକ ଅଧିକାରୀ, ପୋଲିସ, ଉପଖଣ୍ତ ଚିକିତ୍ସାଳୟ କର୍ମଚାରୀଙ୍କ ସମେତ ବିଭିନ୍ନ ପଞ୍ଚାୟତରେ ମାସ୍କ ଓ ସାନିଟାଇଜର ବାଣ୍ଟିଥିଲେ। ଦ୍ୱିତୀୟ ପର୍ଯ୍ୟାୟରେ ଆଠମଲ୍ଲିକ ଉପଜିଲାପାଳ ଡ. ରଜନୀକାନ୍ତ ବିଶ୍ବାଳଙ୍କ ଉପସ୍ଥିତିରେ ସେ ଆଠମଲ୍ଲିକ ଏନଏସିର ୧୧ଟି ୱାର୍ଡ ତଥା ବ୍ଲକର ଲୁହାସିଙ୍ଗା, ଜାମୁଡୋଲି, ଅଏଡା, ନଅଗାଁ, ଦରୁହା, ମାଳିସାହି, କରୋଡୋସିଙ୍ଗ, ତାଳପଦର, ତେନ୍ତୁଳିପଦର, ପତାକ, ଓଳଥ, ବାହାଳି, ତିତିଗାଁ, ଲିପୋଲଇ, ଠାକୁରଗଡ ଦୈନିକ ହାଟ, ଆଠମଲ୍ଲିକ ଏସ୍‌ବିଆଇ, ଇଣ୍ଡିଆନ୍‌ ବ୍ୟାଙ୍କରେ ମାସ୍କ ପ୍ରଦାନ କରିଥିଲେ। ସାମାଜିକ କର୍ମୀ ହରିହର ସାହୁ, ପ୍ରଫୁଲ୍ଲ ବାହିନୀ ପତି, ଯୁବ ବିଜେଡି ନେତା ପିନା ପାଣିଗ୍ରାହୀ, ପ୍ରଦୀପ ସାହୁ ପ୍ରମୁଖ ତାଙ୍କୁ ସହଯୋଗ କରିଥିଲେ। ଯୁବନେତା ଅର୍ଜୁନଙ୍କ ଏପରି ଉଦ୍ୟମକୁ ସାଧାରଣରେ ପ୍ରଶଂସା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri