୧୪ରୁ ଓଡ଼ିଶା ଟ୍ରାଭେଲ ବଜାର

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଫିକି ସହଯୋଗରେ ଭୁବନେଶ୍ୱରରେ ଓଡ଼ିଶା ଟ୍ରାଭେଲ ବଜାର(ଓଟିବି)ର ତୃତୀୟ ସଂସ୍କରଣ ଆୟୋଜିତ ହେବ। ଅକ୍ଟୋବର ୧୪ରୁ ୨୦ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଏହି ଟ୍ରାଭେଲ ବଜାର ଦେଶ ବାହାରେ ଓଡ଼ିଶା ପର୍ଯ୍ୟଟନର ପ୍ରଚାର ପ୍ରସାରରେ ପ୍ରମୁଖ ଭୂମିକା ଗ୍ରହଣ କରିବ। ଏହି ଅନ୍ତର୍ଜାତୀୟ ମେଗା ଟ୍ରାଭେଲ ବଜାରରେ ଚଳିତବର୍ଷ ମୋଟ ୧୬ ରାଷ୍ଟ୍ରରୁ ୨୫ଜଣ ଆଗଧାଡ଼ିର ବିଦେଶୀ ଟୁର୍‌ ଅପରେଟରଙ୍କ ସହ ଭାରତର ୧୯ ରାଜ୍ୟରୁ ୬୦ ଟୁର୍‌ ଅପରେଟର ଯୋଗଦେବେ। ଯେଉଁମାନେ ୨୪୦୦ଟି ପୂର୍ବ ନିର୍ଦ୍ଧାରିତ ବିଟୁବି ବୈଠକରେ ଓଡ଼ିଶାର ଟୁରିଜମ୍‌ ବିକ୍ରେତା, ଟୁର୍‌ ଅପରେଟର ତଥା ହୋଟେଲିୟର୍‌ମାନଙ୍କ ସହ ସିଧାସଳଖ ଆଲୋଚନା କରିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ସପ୍ତାହବ୍ୟାପୀ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି।
ସମ୍ପୂର୍ଣ୍ଣ ବ୍ୟବସାୟିକ ଦୃଷ୍ଟିକୋଣରୁ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯିବ। ରାଜ୍ୟ ଏବଂ ଦେଶ ବାହାରୁ ଆସିବାକୁ ଥିବା କ୍ରେତା ଓ ଓଡ଼ିଶାର ବିକ୍ରେତାଙ୍କ ମଧ୍ୟରେ ସମନ୍ବୟ ରକ୍ଷା କରିବା ଓ ସେମାନଙ୍କୁ ଗୋଟିଏ ପ୍ଲାଟଫର୍ମକୁ ଆଣିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ରହିବ। ଅନ୍ତର୍ଜାତୀୟ ବିମାନ କମ୍ପାନୀର ପ୍ରତିନିଧିଙ୍କ ସହ ଜଣାଶୁଣା ଟ୍ରାଭେଲ ରାଇଟର୍‌ ତଥା ଭ୍ରମଣ ଲେଖକ ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗଦେବେ। ଏହି ଅବସରରେ ଓଡ଼ିଶାର ପର୍ଯ୍ୟଟନ ଉପତ୍ାଦ ଓ ବଜାର ସୁଯୋଗକୁ କ୍ରେତାଙ୍କ ସାମ୍ନାରେ ଉପସ୍ଥାପନ କରାଯିବ। ଏଥର ଡୋମେଷ୍ଟିକ୍‌ ଟୁର୍‌ ଅପରେଟରଙ୍କ ଉପରେ ଅଧିକ ଗୁରୁତ୍ୱ ଦିଆଯାଇଥିବାବେଳେ କୋଚିନ୍‌ ଓ ମୁମ୍ବାଇର ସର୍ବାଧିକ ପ୍ରତିନିଧି ଯୋଗଦେବେ। ସେହିଭଳି ଚାଇନା ଓ ଇଟାଲୀରୁ ସର୍ବାଧିକ ବିଦେଶୀ ଟୁର୍‌ ଅପରେଟର୍‌ ଭାଗନେବାକୁ ଥିବାବେଳେ ସ୍ପେନ୍‌, ଜର୍ମାନୀ, ଶ୍ରୀଲଙ୍କା, ନେଦରଲାଣ୍ଡ ଓ ଥାଇଲାଣ୍ଡ ଅପରେଟର ମଧ୍ୟ ଫୋକସରେ ରହିବେ। ଓଡ଼ିଶାର ପର୍ଯ୍ୟଟନ ଉପତ୍ାଦକୁ ବିଦେଶରେ ତଥା ଦେଶ ମଧ୍ୟରେ ପ୍ରଦର୍ଶନ ଓ ବିକ୍ରି କରିବା ପାଇଁ ଟ୍ରାଭେଲ୍‌ ଏଜେନ୍ସି ଓ ହୋଟେଲିୟର୍‌ମାନଙ୍କ ସହ ଓଡ଼ିଶାର ୫୦ ସେଲର୍‌ ଆଲୋଚନା କରିବେ। ଓଡ଼ିଶାର ଐତିହ୍ୟ, ସଂସ୍କୃତି ଓ ଆଦିବାସୀ ପର୍ଯ୍ୟଟନ, ବୌଦ୍ଧ ପର୍ଯ୍ୟଟନ, ହସ୍ତକଳା ଓ ହସ୍ତତନ୍ତ ପର୍ଯ୍ୟଟନ, ପରିବେଶ ଓ ବନ୍ୟଜନ୍ତୁ ପର୍ଯ୍ୟଟନ ପ୍ରସାରକୁ ଏଥିରେ ଗୁରୁତ୍ୱ ଦିଆଯିବ। ପୁଞ୍ଜିନିବେଶକାରୀଙ୍କୁ ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଆକର୍ଷିତ କରିବା ମଧ୍ୟ ଏହାର ଆଉ ଏକ ଲକ୍ଷ୍ୟ ରହିବ। ଏହି ଅବସରରେ ଓଡ଼ିଶାର ପର୍ଯ୍ୟଟନ ସମ୍ପଦ ବିଷୟରେ ଅବଗତ କରାଇବା ଲାଗି ପ୍ରତିନିଧିମାନଙ୍କୁ ରାଜ୍ୟର ବିଭିନ୍ନ ପର୍ଯ୍ୟଟନସ୍ଥଳୀକୁ ଫ୍ୟାମ୍‌ ଟ୍ରିପ୍‌ରେ ନିଆଯିବ। ଏନେଇ ସ୍ଥାନୀୟ ଏକ ହୋଟେଲରେ ଆୟୋଜିତ ଖବରଦାତା ସମ୍ମିଳନୀରେ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ବିଭାଗୀୟ ସଚିବ ବିଶାଲ ଦେବ ଏବଂ ଫିକି ନ୍ୟାଶନାଲ ଟୁରିଜମ୍‌ କମିଟି ସହ ଅଧ୍ୟକ୍ଷ ଜେ.କେ ମହାନ୍ତି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୯ ଶିକାରିଙ୍କୁ ବାନ୍ଧିଲା ବନବିଭାଗ: ୯ ଦେଶୀ ବନ୍ଧୁକ, ୨୦ ଧନୁତୀର ଜବତ

ବାରିପଦା,୨୦।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ଅଞ୍ଚଳରେ ଶିକାର କରିବାକୁ ପ୍ରବେଶ କରିଥିବା ଶିକାରିଙ୍କୁ ବନବିଭାଗ ଗିରଫ କରଛି…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ଦ୍ୱାଦଶ ଟପ୍ପରଙ୍କୁ ମିଳିଲାନି ଚାକିରି: ରାଗରେ ମା’-ବାପା-ଭାଇଙ୍କ ସହ କଲେ ହୃଦୟବିଦାରକ କାଣ୍ଡ

ଭୋପାଳ,୨୦।୨: ମଧ୍ୟପ୍ରଦେଶର ବେତୁଲ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ୩୦ ବର୍ଷୀୟ ଗ୍ରାମର ଦୀପକ ଧୂର୍ଭେ ତାଙ୍କ ମାତାପିତା ଏବଂ ସାନ…

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୋରାପୁଟ,୨୦ା୨(ଅମିତାଭ ବେହେରା): କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ାଠାରେ ଶୁକ୍ରବାର ସକାଳେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କୋରାପୁଟ ଜିଲାର ସୁନାବେଡ଼ାଠାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍‌ରେ ତାଲା…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

AI Summitରେ ଏମିତି କହିଲେ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ସମସ୍ତେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨୦।୨: ଦିଲ୍ଲୀର ଟ୍ରାଫିକ ସାରା ବିଶ୍ୱରେ ପ୍ରସିଦ୍ଧ। ଦିଲ୍ଲୀର ପ୍ରତ୍ୟେକ ନାଗରିକ ଟ୍ରାଫିକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଆଶ୍ଚର୍ଯ୍ୟର କଥା ହେଉଛି, ଗତକାଲି ଜଣେ ପ୍ରମୁଖ ନେତା…

ଲିଭ୍ ଇନ୍‌ରେ ରହୁଥିଲେ: ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପ୍ରେମିକା ଫେରାର୍

ଭୁବନେଶ୍ୱର,୨୦ା୨: ରାଜଧାନୀ ଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପୋଖରୀପୁଟ ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏକ ହୋଟେଲ୍ ମଧ୍ୟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

ଓଡ଼ିଶାରେ ଚାଲିଛି ସୁଚିନ୍ତିତ ରାଜନୀତି: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ …

ଭୁବନେଶ୍ୱର, ୨୦।୨(ସୁନିତ୍‌ ମିଶ୍ର):ଚାଷୀ ପ୍ରସଙ୍ଗ ନେଇ ୩ ଦିନ ହେଲା ଓଡ଼ିଶା ବିଧାନସଭାର ବିରୋଧୀ ସଦସ୍ୟମାନେ ଗୃହ ଚଲାଇ ଦେଉନାହାନ୍ତି। ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri