୧୪ରୁ କାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ପହଞ୍ଚତ୍ଲେ ହବିଷିଆଳି

ପୁରୀ ଅଫିସ, ୧୨।୧୦: ଆସନ୍ତା ୧୩ ତାରିଖରେ ଆଶ୍ୱିନ ପୂର୍ଣ୍ଣିମା ବା କୁମାର ପୂର୍ଣ୍ଣିମା। ଏହା ପରଦିନ ଅର୍ଥାତ୍‌ ୧୪ ତାରିଖରୁ ଆରମ୍ଭ ହେବ ଧର୍ମ ମାସ କାର୍ତ୍ତିକ। ପୂଣ୍ୟ ଭୂମି ଶ୍ରୀକ୍ଷେତ୍ରରେ ରହି କାର୍ତ୍ତିକ ବ୍ରତ ପାଳନ କରିବେ ହଜାର ହଜାର ହବିଷିଆଳି। ଏଥିଲାଗି ଶୁକ୍ରବାରଠାରୁ ଶ୍ରୀକ୍ଷେତ୍ରକୁ ହବିଷିଆଳିଙ୍କ ଆସିବା ଆରମ୍ଭ ହୋଇଛି। ଟ୍ରେନ ଏବଂ ବସ୍‌ ଯୋଗେ କିଛି ହବିଷିଆଳି ଆସି ପୁରୀରେ ପହଞ୍ଚତ୍ଛନ୍ତି। ସେମାନେ ପୂର୍ବରୁ ସ୍ଥିର କରିଥିବା ଧର୍ମଶାଳା, ମଠକୁ ଟେମ୍ପୋ, ରିକ୍ସା ଓ ଟାଉନ ବସ୍‌ରେ ଯାଇଥିଲେ। ଫଳରେ ବିଭିନ୍ନ ମଠ ଓ ଧର୍ମଶାଳାରେ ଧୀରେ ଧୀରେ ଗହଳି ଆରମ୍ଭ ହେଲାଣି। ଆସନ୍ତା ୩ ଦିନ ମଧ୍ୟରେ ଅଧିକ ହବିଷିଆଳି ପହଞ୍ଚତ୍ବେ। ଅନ୍ୟପକ୍ଷରେ ସରକାରଙ୍କ ପକ୍ଷରୁ ହବିଷିଆଳି ଯୋଜନାରେ ଯେଉଁମାନେ ଆସିବେ ସେମାନଙ୍କୁ ୧୨ ତାରିଖରୁ ଆଶ୍ରୟସ୍ଥଳୀରେ ରଖାଯିବ। ତେଣୁ ଆଗକୁ ଶ୍ରୀକ୍ଷେତ୍ରରେ ହବିଷିଆଳିଙ୍କ ସଂଖ୍ୟା ଆହୁରି ବୃଦ୍ଧି ପାଇବ। ଆଶ୍ରୟସ୍ଥଳୀରେ ରହୁଥିବା ହବିଷିଆଳିଙ୍କ ଲାଗି ମାଗଣାରେ ରହିବା, ଖାଇବା ସହିତ ସମସ୍ତ ପ୍ରକାର ଆନୁଷଙ୍ଗିକ ବ୍ୟବସ୍ଥା କରାଯାଇଛି।
ଅପରାହ୍ନରେ ଟ୍ରେନରେ ଆସି ଷ୍ଟେଶନରେ ପହଞ୍ଚତ୍ଥିଲେ ବାଲେଶ୍ୱର ନୀଳଗିରି ଅଞ୍ଚଳର ୩ ଜଣ ମହିଳା। ସେମାନେ ପ୍ରଥମେ ରେଲୱେ ଟୁରିଷ୍ଟ କମ୍ପ୍ଲେକ୍ସକୁ ଯାଇ ବିଶ୍ରାମ ନେଇଥିଲେ। ଏହାପରେ ଜିଲା ପର୍ଯ୍ୟଟନ କାର୍ଯ୍ୟାଳୟକୁ ଯାଇ ସେମାନଙ୍କ ନାମ ପଞ୍ଜୀକରଣ କରିଥିଲେ। ରାତିଟା ସମ୍ପର୍କୀୟଙ୍କ ଘରେ ବିତାଇବା ପରେ ଶନିବାରଠାରୁ ହବିଷିଆଳି ଆଶ୍ରୟସ୍ଥଳରେ ରହିବେ ବୋଲି ସେମାନେ କହିଥିଲେ। ଗତ ବୁଧବାରଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି କାର୍ତ୍ତିକ ନୀତି। ରାଧାଦାମୋଦର ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ। କିନ୍ତୁ ପରମ୍ପରା ଅନୁଯାୟୀ, ହବିଷିଆଳିମାନେ କାର୍ତ୍ତିକ ମାସ ପ୍ରଥମ ଦିନରୁ କାର୍ତ୍ତିକ ବ୍ରତ ଆରମ୍ଭ କରଥାନ୍ତି। ପ୍ରାତଃରୁ ମାର୍କଣ୍ଡ, ଶ୍ୱେତଗଙ୍ଗା, ନରେନ୍ଦ୍ର ଏବଂ ଇନ୍ଦ୍ରଦ୍ୟୁମ୍ନ ଆଦି ବିଭିନ୍ନ ପୁଷ୍କରିଣୀରେ ସ୍ନାନ କରି ମହାପ୍ରଭୁଙ୍କ ମଙ୍ଗଳ ଆଳତି ଦର୍ଶନ କରନ୍ତି। ଦର୍ଶନ ପରେ ରହୁଥିବା ବିଭିନ୍ନ ମଠ, ଧର୍ମଶାଳା ଏବଂ ଆଶ୍ରୟସ୍ଥଳୀର ତୁଳସୀ ଚଉରା ମୂଳେ ପୂଜା କରିଥାନ୍ତି। ଦିନରେ ଗୋଟିଏ ଥର ମହାପ୍ରସାଦ ସେବନ ଅର୍ଥାତ୍‌ ହବିଷାନ୍ନ କରି କାର୍ତ୍ତିକ ବ୍ରତ ପାଳିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

କିଏ ସେହି ସମ୍ରାଟ ଚୌଧୁରୀ, ଯିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ୧୯ ବର୍ଷ ବୟସରୁ ହୋଇଥିଲେ ମନ୍ତ୍ରୀ

ପାଟନା,୧୪।୪: ବିହାରରେ ଏକ ନୂତନ ରାଜନୈତିକ ଯୁଗ ଆରମ୍ଭ ହେବାକୁ ଯାଉଛି। ରାଜ୍ୟକୁ ଏହାର ନୂତନ ମୁଖ୍ୟମନ୍ତ୍ରୀ ମିଳିଛି। ସମ୍ରାଟ ଚୌଧୁରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ସମ୍ରାଟ…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ…

ଏମିତି କଥା କହିଲେ ଖାର୍ଗେ, ହସି ହସି ଗଡ଼ିଲେ ପ୍ରଧାନମନ୍ତ୍ରୀ ମୋଦି, ଦେଖନ୍ତୁ Video

ନୂଆଦିଲ୍ଲୀ,୧୪।୪: ଡକ୍ଟର ବି.ଆର. ଆମ୍ବେଦକରଙ୍କ ୧୩୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ସଂସଦ ପରିସରରେ ପ୍ରେରଣାସ୍ଥଳରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

ଗର୍ଲଫ୍ରେଣ୍ଡଙ୍କ ବିବାହ ସ୍ଥିର ହୋଇଯିବାରୁ ରାଗିକି ଏମିତି ନିଷ୍ପତ୍ତି ନେଲେ ବୟଫ୍ରେଣ୍ଡ: ଭାବି ସ୍ବାମୀଙ୍କୁ ପଠାଇଦେଲେ…

ବେଙ୍ଗାଲୁରୁ,୧୪।୪: ପ୍ରେମ ଯେବେ ପାଗଳାମୀରେ ପରିଣତ ହୁଏ, ଏହା କେବଳ ସମ୍ପର୍କକୁ ନଷ୍ଟ କରିଦିଏ ନାହିଁ ବରଂ ଜୀବନ ମଧ୍ୟ ନେଇଯାଏ। କର୍ନାଟକର ବିଜୟପୁରା ଜିଲାରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri