୧୪ରୁ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି ୨୦୧୯’: ଅଂଶଗ୍ରହଣ କରିବେ ୩ ହଜାର ଶିକ୍ଷାର୍ଥୀ

ଭୁବନେଶ୍ୱର, ୧୨।୧୧:(ବ୍ୟୁରୋ): ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ଆନୁକୂଲ୍ୟରେ ଆସନ୍ତା ୧୪ରୁ ତିନିଦିନିଆ ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୧୯’ ଆରମ୍ଭ ହେବ। ତିନିଦିନ ବ୍ୟାପୀ ଏହି ମହୋତ୍ସବ ୟୁନିଟ୍‌-୯ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହେବ। ଏଥିରେ ଅଂଶଗ୍ରହଣ କରିବା ଲାଗି ପ୍ରତ୍ୟେକ ଶିକ୍ଷାମଣ୍ଡଳରୁ ପ୍ରତି ବିଭାଗ ପାଇଁ ଶ୍ରେଷ୍ଠ ଶିକ୍ଷାର୍ଥୀଙ୍କୁ ମଣ୍ଡଳସ୍ତରରେ ସମ୍ପୃକ୍ତ ଶିକ୍ଷା ପରିଦର୍ଶକମାନେ ମନୋନୀତ କରି ପ୍ରାୟ ୩ହଜାର ଶିକ୍ଷାର୍ଥୀଙ୍କୁ ରାଜ୍ୟସ୍ତରକୁ ପଠାଇଛନ୍ତି। ମହୋତ୍ସବରେ ବର୍ଜ୍ୟବସ୍ତୁର ବ୍ୟବହାର, ବିଜ୍ଞାନ କୌତୁକ କର୍ମଶାଳା, ଆଞ୍ଚଳିକ ପ୍ରାକୃତିକ ବିଜ୍ଞାନ ସଂଗ୍ରହାଳୟ ପ୍ରଦର୍ଶନୀର ଆୟୋଜନ କରାଯାଇଛି। ଏହାସହ ୩୦ଜିଲାର ପ୍ରାଥମିକ ଓ ମାଧ୍ୟମିକସ୍ତରୀୟ ଶିକ୍ଷାର୍ଥୀଙ୍କ ପାଇଁ ରାଜ୍ୟସ୍ତରରେ ବକ୍ତୃତା, କୁଇଜ୍‌ ଓ ଚିତ୍ରାଙ୍କନ ପ୍ରତିଯୋଗିତା କରାଯାଇଛି।
ମହୋତ୍ସବର ପ୍ରଥମ ଦିନ ସକାଳେ ‘ଶିକ୍ଷା ସଚେତନତା’ ସାଇକେଲ ଶୋଭାଯାତ୍ରା ଅନୁଷ୍ଠିତ ହେବ। ଏହା ସ୍ଥାନୀୟ ବିଜୁ ପଟ୍ଟନାୟକ ଫରେଷ୍ଟ ପାର୍କରୁ ଉତ୍ସବସ୍ଥଳୀ ପର୍ଯ୍ୟନ୍ତ ପ୍ରାୟ ୩ କିଲୋମିଟର ରାସ୍ତା ଅତିକ୍ରମ କରିବ। ଏଥିରେ ୬ଶହରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଭାଗନେବେ। ଚଳିତବର୍ଷ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଓସେପା, ଶିକ୍ଷା ଓ ଶିକ୍ଷକ ତାଲିମ ନିର୍ଦ୍ଦେଶାଳୟ ଆଦି ସରକାରୀ ବିଭାଗୀୟ ପ୍ରାୟ ୩୦ରୁ ଊର୍ଦ୍ଧ୍ୱ ଷ୍ଟଲ ଥାଇ ପ୍ରଦର୍ଶନୀ, ଶିକ୍ଷାର୍ଥୀଙ୍କ ଦ୍ୱାରା ଛାୟା ବିଧାନସଭା, ସୃଜନାତ୍ମକ ଲେଖା ପ୍ରସ୍ତୁତି, କଳା ଓ ସ୍ଥାପତ୍ୟ, ସଙ୍ଗୀତ, ନୃତ୍ୟ, ଗଣିତ କଳିକା, ମୃଣ୍ମୟ ପ୍ରକାଶନ/ପ୍ରସାରଣ ନିମନ୍ତେ ଗଣମାଧ୍ୟମ ପାଇଁ ସୂଚନା କଳାକୃତି, ବିଜ୍ଞାନ କର୍ମଶାଳା, କାଗଜ ଭାଙ୍ଗ କଳାକୃତି ଓ କଣ୍ଢେଇ ନାଚ, ଚିତ୍ରକଳା, ବର୍ଜ୍ୟବସ୍ତୁରୁ ସୃଜନକଳା ଆଦି କର୍ମଶାଳାମାନ ଆୟୋଜନ କରାଯାଇଛି। ଚଳିତ ବର୍ଷ ଶିଶୁ ଉତ୍ସବରେ ସ୍ବତନ୍ତ୍ର ଭାବେ ପୁସ୍ତକ ପ୍ରଦର୍ଶନୀର ଆୟୋଜନ କରାଯାଇଛି। ଏହି ରାଜ୍ୟସ୍ତରୀୟ ଉତ୍ସବର ପ୍ରତ୍ୟେକ ସନ୍ଧ୍ୟାରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ। ଏଥିରେ ଶ୍ରେଷ୍ଠ ବିବେଚିତ କୃତୀ ଶିକ୍ଷାର୍ଥୀଙ୍କୁ ପୁରସ୍କୃତ କରାଯିବ। ଉତ୍ସବ ପ୍ରସ୍ତୁତି କମିଟି ପକ୍ଷରୁ ରାଜ୍ୟସ୍ତରୀୟ ଉତ୍ସବରେ ଯୋଗଦାନ ନିମନ୍ତେ ମନୋନୀତ ଶିକ୍ଷାର୍ଥୀଙ୍କୁ ବିଭିନ୍ନ ଦର୍ଶନୀୟ ସ୍ଥାନ ବୁଲାଇ ଦେଖାଇବାର ବ୍ୟବସ୍ଥା ମଧ୍ୟ କରାଯାଇଛି। ରାଜ୍ୟସ୍ତରରେ ଗଠିତ ପ୍ରସ୍ତୁତି କମିଟିରେ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଭୂପେନ୍ଦ୍ର ସିଂ ପୁନିଆ ମୁଖ୍ୟ ସଞ୍ଚାଳକ ରହିଛନ୍ତି। ପ୍ରାଥମିକ ଶିକ୍ଷା, ମାଧ୍ୟମିକ ଶିକ୍ଷା, ଶିକ୍ଷା ଓ ଶିକ୍ଷକ ତାଲିମ ପ୍ରତିଷ୍ଠାନ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନର ବରିଷ୍ଠ ପଦାଧିକାରୀଙ୍କ ମିଳିତ ସହଯୋଗରେ ଏହି ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି ୨୦୧୯’ ଆୟୋଜନ କରାଯାଇଛି। ମହୋତ୍ସବର ଉଦ୍‌ଯାପନୀ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri