୧୪୦ ହିନ୍ଦୁଙ୍କୁ ଅଟକାଇଲା ତାଲିବାନ୍‌

କାବୁଲ,୨୬।୮: ଦେଶ ଛାଡ଼ିବା ପାଇଁ ବିମାନ ବନ୍ଦରକୁ ଯାଉଥିବା ବାଟରେ ତାଲିବାନୀ ଯୋଦ୍ଧାମାନେ ଅତିକମ୍‌ରେ ହିନ୍ଦୁ ଓ ଆଫଗାନ୍‌ ଶିଖଙ୍କ ସମେତ ୧୪୦ ଜଣଙ୍କୁ ଅଟକ ରଖିଛନ୍ତି। ଏ ନେଇ ସୂଚନା ଦେଇଛନ୍ତି ଭାରତୀୟ ବିଶ୍ୱ ଫୋରମ ସଭାପତି ପୁନୀତ ସିଂ। ଏଥି ଯୋଗୁ ଆଇଏଏଫ୍‌ ବିମାନର ଉଡାଣରେ ବିଳମ୍ବ ହୋଇଛି। ଭାରତ ଫେରିବା ପାଇଁ ବୁଧବାରଠାରୁ କାବୁଲ ବିମାନ ବନ୍ଦରରେ ଅପେକ୍ଷା କରିଛି ଏହି ବିମାନ।

ଭାରତୀୟ ବିଶ୍ୱ ଫୋରମ ପକ୍ଷରୁ କୁହାଯାଇଛି, ବିମାନ ବନ୍ଦର ବାହାରୁ ଭାରତୀୟ ଯାତ୍ରୀଙ୍କୁ ତାଲିବାନ୍‌ ଫେରାଇ ଦେଇଛି। ଉଦ୍ଧାର କାର୍ଯ୍ୟରେ ନିଯୁକ୍ତ ଥିବା ଆଇଏଏଫ୍‌ର ସ୍ବତନ୍ତ୍ର ବିମାନ ହିନଡନ ଏୟାରବେସରେ ଗୁରୁବାର ସକାଳେ ପହଞ୍ଚିବାର ଥିଲା। କିନ୍ତୁ ତାଲିବାନ୍‌ କାରଣରୁ ବୈଦେଶିକ ମନ୍ତ୍ରଣାଳୟ (ଏମ୍‌ଇଏ) ଓ ଭାରତୀୟ ବାୟୁ ସେନା (ଆଇଏଏଫ୍‌)ର ମିଳିତ ଉଦ୍ୟମରେ ଚାଲିଥିବା ଉଦ୍ଧାର କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି।

ଏପର୍ଯ୍ୟନ୍ତ ଆଫଗାନିସ୍ତାନରୁ ୫୬୫ ଜଣଙ୍କୁ ଉଦ୍ଧାର କରାଯାଇଛି। ଏମାନଙ୍କ ମଧ୍ୟରେ ଭାରତୀୟ ଏମ୍ବାସିର ୧୭୫ ଜଣ ଅଧିକାରୀ, ୨୬୩ ଭାରତୀୟ ନାଗରିକ ଓ ୧୧୨ ଆଫଗାନ ନାଗରିକ ରହିଛନ୍ତି। ବିମାନ ବନ୍ଦର ରାସ୍ତାରେ ବିଭିନ୍ନ ସ୍ଥାନରେ ଚାଲିଥିବା ଚେକିଂ, ଅବତରଣ ଲାଗି ଅନୁମତି ମିଳିବାରେ ବିଳମ୍ବ, ତା’ ସାଙ୍ଗକୁ ବିମାନ ବନ୍ଦର ପାଖରେ ଓ ଭିତରେ ନିୟମିତ ଗୁଳି ବର୍ଷା କରାଯାଉଥିବାରୁ ଉଦ୍ଧାର କାର୍ଯ୍ୟ ବାଧା ପ୍ରାପ୍ତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତ: କାଲିଠୁ ୩ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ କେନ୍ଦ୍ରୀଭୂତ ଗଭୀର ଅବପାତ ମଙ୍ଗଳବାର ବାରିପଦାଠାରୁ ୧୦ କି.ମି.…

ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ ହେଲା ଫୁଲବାଣୀ ସରକାରୀ ମେଡିକାଲ କଲେଜ

ଭୁବନେଶ୍ୱର, ୨୮ା୭ (ବନ୍ଦନା ସେଠୀ) – ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଫୁଲବାଣୀର ନୂତନ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲର ନାମ ପରିବର୍ତ୍ତନ କରାଯାଇଛି। ସ୍ବାସ୍ଥ୍ୟ ଓ…

ଲଗାଣ ବର୍ଷା: କାଲି ଏସବୁ ଜିଲାରେ ସ୍କୁଲ, କଲେଜ-ଅଙ୍ଗନବାଡ଼ି ବନ୍ଦ, ସତର୍କ ରହିବାକୁ…

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଏବଂ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ବିଭିନ୍ନ ଜିଲାର ଜିଲାପାଳମାନେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…

ଆସନ୍ତା ୨୪ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ: ୩ ବରିଷ୍ଠ ଆଇଏଏସଙ୍କୁ ୩ ଜିଲା ଦାୟିତ୍ବ, ଜାଣନ୍ତୁ …

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଓ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲା ପାଇଁ ବହୁତ…

Rule Change From 1st August: ପହିଲାରୁ ବଦଳିବ ଏହି ୫ ବଡ଼ ନିୟମ! LPG, ବ୍ୟାଙ୍କ ଠାରୁ ନେଇ ଟ୍ରେନ୍ ଟିକେଟ୍ ପର୍ଯ୍ୟନ୍ତ ପଡିବ ପ୍ରଭାବ, ଜାଣନ୍ତୁ…

ନୂଆଦିଲ୍ଲୀ, ୨୮।୭: ଜୁଲାଇ ମାସ ଶେଷ ହେବାକୁ ଯାଉଛି, ଏବଂ ଚାରି ଦିନ ପରେ ଅର୍ଥାତ୍ ଅଗଷ୍ଟ ମାସ ଆରମ୍ଭ ହେବା ସହ ଅନେକ ବଡ଼ ପରିବର୍ତ୍ତନ…

ମହାକାଶରୁ ପାକିସ୍ତାନରେ ଦେଖାଗଲା ଭୟଙ୍କର ଦୃଶ୍ୟ! ବୈଜ୍ଞାନିକ କହିଲେ ୬ କୋଟି ବର୍ଷ ହେଲା…

ନୂଆଦିଲ୍‌ଲୀ,୨୮।୭: ପାକିସ୍ତାନରେ ଏକ ବିଶାଳ ବିଞ୍ଚଣା ଭଳି ଆକୃତି ରହିଛି, ଯାହା ମହାକାଶରୁ ମଧ୍ୟ ସ୍ପଷ୍ଟ ଦେଖାଯାଏ। ନାସାର ଟେରା ସାଟେଲାଇଟ୍ (Terra Satellite) ଏହି ଆକୃତିର…

ହାତଛଡ଼ା ହେଲା ସ୍ବର୍ଣ୍ଣ, ରୌପ୍ୟ ପାଇଲେ ଅଜୟ

ଗ୍ଲାସ୍‌ଗୋ,୨୮ା୭: ଭାରତର ଉଦୀୟମାନ ଭାରୋତ୍ତୋଳକ ଭେଲୁରି ଅଜୟ ବାବୁ ମଙ୍ଗଳବାର ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରୌପ୍ୟ ପଦକ ଜିତିଛନ୍ତି। ସେ ପୁରୁଷ ୭୯ କେଜି କାଟେଗୋରୀରେ ଏହି…

କୃତିମ ସୂର୍ଯ୍ୟ ତିଆରି କରୁଛି ଚାଇନା, ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମ୍ୟାଗନେଟ୍‌ର ପରୀକ୍ଷଣ ସଫଳ

ନୂଆଦିଲ୍‌ଲୀ,୨୮।୭: ପୃଥିବୀରେ ଶକ୍ତିର ସନ୍ଧାନ ମଧ୍ୟରେ ଚୀନ୍ ଏକ ବଡ଼ ସଫଳତା ହାସଲ କରିଛି। ଚୀନ୍ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍ ମ୍ୟାଗନେଟ୍ (Superconducting Fusion…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri