୧୪୪ ଧାରା ଉଲ୍ଲଂଘନ: ଦଶଦୋଳ ମେଳଣରେ ଏକାଠି ହେଲେ ୫ ହଜାର ଲୋକ: ୨୨ ଜଣଙ୍କ ନାମରେ ମାମଲା

ରଣପୁର,୨୧।୩(ଡି.ଏନ୍‌.ଏ.): କରୋନା ଭୂତାଣୁ (କୋଭିଡ୍‌-୧୯)ର କରାଳ ସଂକ୍ରମଣ ସମଗ୍ର ବିଶ୍ୱକୁ ଗ୍ରାସ କରିଚାଲିଛି। ଏ ନେଇ ରାଜ୍ୟରେ ଶପିଂମଲଠାରୁ ଆରମ୍ଭ କରି ସିନେମା ହଲ, ପାର୍କ, ସଭା ସମିତି, ସାମାଜିକ ମିଳାମିଶା ଆଦିକୁ ବନ୍ଦ କରାଯାଇଛି। କେତେକ ସ୍ଥାନରେ ପ୍ରଶାସନ ତରଫରୁ ୧୪୪ ଧାରା ମଧ୍ୟ ଜାରି କରାଯାଇଛି। ମାତ୍ର ଏହି କଟକଣା ସତ୍ତ୍ୱେ ନୟାଗଡ଼ ଜିଲା ଚାନ୍ଦପୁର ଥାନା ଅଞ୍ଚଳରେ ଦଶଦୋଳ ମେଳଣ ଦେଖିବାକୁ ମିଳିଛି l
ପ୍ରକାଶ ଯେ, ଗୁରୁବାର ଦଶଦୋଳ ମେଳଣ ପାଇଁ ଦୋଳ କମିଟି ତରଫରୁ ବହୁ ଆଡ଼ମ୍ବରରେ ପ୍ରସ୍ତୁତି କରାଯାଇଥିଲା। ହେଲେ ଜିଲା ପ୍ରଶାସନ ତରଫରୁ ସେଠାରେ ୧୪୪ ଧାରା ଜାରି କରାଗଲା। ଏହି ଯାତ୍ରା ଦଶ ଦିନ ହେବାକୁ ଥିଲା ବେଳେ ଶୁକ୍ରବାର ରାତିରେ କମିଟି ତରଫରୁ ସମସ୍ତ ଠାକୁରଙ୍କ ଦୋଳ ବିମାନକୁ ମେଳଣ ପଡିଆରେ ଏକଜୁଟ କରାଇ ଆତସବାଜି ସହିତ ଘଣ୍ଟ ବଜା ଯାଇଥିଲା। ଏହାକୁ ଦେଖିବା ପାଇଁ ଆଖପାଖ ଅଞ୍ଚଳରୁ ୪ରୁ ୫ ହଜାର ଲୋକଙ୍କ ଜନସମାଗମ ହୋଇଥିଲା। ୧୪୪ ଧାରା ଜାରି ସତ୍ତ୍ୱେ କିଭଳି ଏହି ମେଳଣ ଆୟୋଜନ କରାଗଲା, ତାହା ସାଧାରଣରେ ଆଲୋଚନାର ବିଷୟ ପାଲଟିଛି। ଏ ସମ୍ପକର୍ର୍ରେ ରଣପୁର ତହସିଲଦାର ଚାନ୍ଦପୁର ଆର୍‌ଆଇ ଅନିଲ ବେହେରାଙ୍କ ସହ ଦଶଦୋଳ କମିଟିର ସଭାପତି ଅଭୟ ସାହୁ, ମନୋଜ କୁମାର ଦାଶ, କିଶୋର ମହାରଣା, ଜମ୍ବେଶ୍ୱର ଖମାରିଙ୍କ ସମେତ ୨୨ଜଣଙ୍କ ନାମରେ ଚାନ୍ଦପୁର ଥାନାରେ ଏକ ମାମଲା ନଂ. ୨୭/୨୦ ରୁଜୁ କରାଯାଇଛି l


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?