Posted inଅପରାଧ

୧୫ କେଜି ବାର୍‌ହା ମାଂସ ଜବତ: ୧ ଗିରଫ, ୩ ଫେରାର

ଓଡ଼ଗାଁ, ୨୫ା୫(ସ୍ବ.ପ୍ର.): ନୟାଗଡ ବନଖଣ୍ଡ ଏବଂ ଓଡ଼ଗାଁ ବନାଞ୍ଚଳ ଅନ୍ତର୍ଗତ ଗୋଚ୍ଛା ସଂରକ୍ଷିତ ଜଙ୍ଗଲ ସନ୍ନିକଟ ହଳନ୍ଦାପଲ୍ଲୀ ଗ୍ରାମ ନିକଟରୁ ଶନିବାର ସକାଳେ ବନ ବିଭାଗ ୧୫ କେଜି ବାର୍‌ହା ମାଂସ ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ଜଣଙ୍କୁ ପୋଲିସ ଗିରଫ କରିଥିବା ବେଳେ ଅନ୍ୟ ୩ ଫେରାର ହୋଇଛନ୍ତି।
ପ୍ରକାଶ ଯେ, କୌଣସି ସୂତ୍ରରୁ ଖବର ପାଇ ବନଖଣ୍ଡ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ବନାଞ୍ଚଳ ଅଧିକାରୀ ରବୀନ୍ଦ୍ରନାଥ ପଣ୍ଡା ଓ ବନପାଳ ଜ୍ୟୋତିରଞ୍ଜନ ମାନସିଂହ ବନ କର୍ମଚାରୀଙ୍କ ସହିତ ହଳନ୍ଦାପଲ୍ଲୀ ଗ୍ରାମ ନିକଟରେ ଚଢ଼ାଉ କରିଥିଲେ। ଏହି ସମୟରେ କେତେକ ବ୍ୟକ୍ତି ବାର୍‌ହା ମାଂସ ଭାଗବାଣ୍ଟିବାକୁ ଉଦ୍ୟମ କରୁଥିଲେ। ବନ ଅଧିକାରୀଙ୍କୁ ଦେଖି ଘଟଣାସ୍ଥଳରୁ ୩ ଜଣ ଦୌଡି ଫେରାର ହୋଇଯାଇଥିବା ବେଳେ ଜଣେ ଧରାପଡ଼ିଛନ୍ତି। ସେ ହେଲେ ହଳନ୍ଦାପଲ୍ଲୀ ଗ୍ରାମର ରାହୁଲ ନାୟକ(୨୮)। ଘଟଣାସ୍ଥଳରୁ ମାଂସ କାଟିବା ନିମନ୍ତେ ବ୍ୟବହୃତ କଟୁରି, କାତି ଏବଂ ଭାଗ ବାଣ୍ଟିବା ନିମନ୍ତେ ବ୍ୟବହର ହେଉଥିବା ନିକିତି, ବଟକରା ସହିତ ପଲିଥିନ ବ୍ୟାଗ ଜବତ କରାଯାଇଛି। ଫେରାର ଅଭିଯୁକ୍ତଙ୍କୁ ଗିରଫ ପାଇଁ ବନ ବିଭାଗ ଉଦ୍ୟମ ଚଳାଇଛି। ଏ ନେଇ ସେମାନଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଥିବା ବେଳେ ଗିରଫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ବନାଞ୍ଚଳ ଅଧିକାରୀ ସୂଚନା ଦେଇଛନ୍ତି। ଜବତ ମାଂସ ପରୀକ୍ଷା କରାଯିବାପରେ କାର୍ଯ୍ୟାଳୟ ପରିସରରେ ପୋତି ଦିଆଯାଇଛିା


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri