୧୫ ଘଣ୍ଟା ପରେ ଜୁସ୍‌ ପିଇ ଅନଶନ ଭାଙ୍ଗିଲେ ନୀଳଗିରି ବିଧାୟକ

ବାଲେଶ୍ୱର ଅଫିସ/ସଜନାଗଡ଼, ୫।୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଉପଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ମୋହରିଙ୍କ ଚାଳିଆ ଉଚ୍ଛେଦ ଘଟଣାକୁ ନେଇ ତହସିଲଦାରଙ୍କ ସହ ଯୁକ୍ତିତର୍କ ପରେ ଅନଶନରେ ବସିଥିବା ବିଧାୟକ ସୁକାନ୍ତ ନାୟକ ଏଥିରୁ ଓହରି ଯାଇଛନ୍ତି। ସେ ପ୍ରାୟ ୧୫ ଘଣ୍ଟା ପରେ ଅନଶନ ଭାଙ୍ଗିଛନ୍ତି। ବାଲେଶ୍ୱର ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ ରାତି ପ୍ରାୟ ସାଢ଼େ ୧୧ଟାରେ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ବିଧାୟକଙ୍କ ସହ ଆଲୋଚନା କରିଥିଲେ। ଏହାପରେ ବିଧାୟକ ଜୁସ୍‌ ପିଇ ଅନଶନ ଭାଙ୍ଗିଥିଲେ। ଅନଶନ ଭାଙ୍ଗିବା ପରେ ବିଧାୟକ ଭଙ୍ଗାଯାଇଥିବା ମୋହରିଙ୍କ ଚାଳିଆକୁ ବୁଲି ଦେଖିଥିଲେ।

ପ୍ରକାଶ ଯେ, କଚେରୀ ପରିସରରେ ମୋହରିଆମାନେ ଦୀର୍ଘଦିନ ହେବ ଚାଳିଆ କରି ବସୁଥିଲେ। ହେଲେ ଶୁକ୍ରବାର ପୂର୍ବାହ୍ନରେ ତହସିଲଦାର ଟୁଡୁ ଅନ୍ୟ ପ୍ରଶାସନିକ ଅଧିକାରୀଙ୍କ ସହ ପହଞ୍ଚି ଜେସିବି ମେଶିନ ଲଗାଇ ଉକ୍ତ ଚାଳିଆକୁ ଭାଙ୍ଗିଥିଲେ। ଖବର ପାଇ ବିଧାୟକ ନାୟକ ଘଟଣାସ୍ଥଳରେ ପହଞ୍ଚି ମୋହରିଆଙ୍କ ପାଇଁ କୌଣସି ଥଇଥାନ ବ୍ୟବସ୍ଥା ନ କରି କାହିଁକି ଭାଙ୍ଗୁଛ ବୋଲି ସେ ତହସିଲଦାର ଟୁଡ଼ୁଙ୍କୁ ପ୍ରଶ୍ନ କରିଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏହାପରେ ଉତ୍ତ୍ୟକ୍ତ ବିଧାୟକ ସମସ୍ୟାର ସମାଧାନ ଦାବିରେ ଓକିଲ, ମୋହରିଙ୍କ ସହ ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନଶନରେ ବସିଥିଲେ। ଏ ନେଇ ନୀଳଗିରି ଥାନାରେ ପୃଥକ ପୃଥକ ୪ଟି ମାମଲା ରୁଜୁ ହୋଇଥିବା ଏସ୍‌ଡିପିଓ ସୁଦାମ ଚରଣ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri